www.samajalive.in
Wednesday, December 10, 2025
26.1 C
Bhubaneswar

ବିଶିଷ୍ଟ ସାହିତ୍ୟିକ ପଦ୍ମଭୂଷଣ ପ୍ରଫେସର ମନୋଜ ଦାସଙ୍କ ବିୟୋଗରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଶୋକ

ଭୁବନେଶ୍ୱର: ବିଶିଷ୍ଟ ସାହିତ୍ୟିକ, କଥାକାର ପଦ୍ମଭୂଷଣ ପ୍ରଫେସର ମନୋଜ ଦାସଙ୍କ ବିୟୋଗରେ ଗଭୀର ଶୋକପ୍ରକାଶ କରିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ଏହାସହ ପୁଡୁଚେରୀ ଉପରାଜ୍ୟପାଳ ତାମିଲିସାଇ ସୁନ୍ଦରରାଜନଙ୍କ ସହ ମଧ୍ୟ ଫୋନ୍ ଯୋଗେ କଥା ହୋଇ ସାରସ୍ୱତ ସାଧକ ସ୍ୱର୍ଗତ ଦାସଙ୍କ ମରଶରୀରକୁ ରାଷ୍ଟ୍ରୀୟ ମର୍ଯ୍ୟାଦାର ସହ ଶେଷକୃତ୍ୟ ସମ୍ପନ୍ନ କରିବା ପାଇଁ ଶ୍ରୀ ପ୍ରଧାନ ଅନୁରୋଧ କରିଥିବା ଟ୍ୱିଟ୍ କରିଛନ୍ତି।

 

- Advertisement -

ଶ୍ରୀ ପ୍ରଧାନ ଟ୍ୱିଟ୍ କରିଛନ୍ତି ଯେ ବିଶିଷ୍ଟ ସାହିତ୍ୟିକ, କଥାକାର ପଦ୍ମଭୂଷଣ ପ୍ରଫେସର ମନୋଜ ଦାସଙ୍କ ବିୟୋଗ ଖବର ଶୁଣି ମୁଁ ଦୁଃଖିତ ଓ ମର୍ମାହତ। ଓଡ଼ିଆ ଭାଷା, ଭାରତୀୟ ଓ ବିଦେଶୀ ଭାଷାରେ ତାଙ୍କର କାଳଜୟୀ ସୃଷ୍ଟି ପାଇଁ ସେ ଅନେକ ସମ୍ମାନର ଅଧିକାରୀ ହୋଇଥିଲେ। ସାରସ୍ୱତ ସାଧକ ଶ୍ରୀ ଦାସଙ୍କ ବିୟୋଗରେ ଓଡ଼ିଶା ତଥା ଭାରତ ସାହିତ୍ୟ ଜଗତରେ ଅପୂରଣୀୟ ଶୂନ୍ୟ ସ୍ଥାନ ତିଆରି ହୋଇଛି। ଶ୍ରୀ ଦାସଙ୍କ ପରିବାର ସଦସ୍ୟା ଡା. ରଞ୍ଜିତା ଦାସଙ୍କ ସହ ଫୋନରେ କଥା ହୋଇ ଗଭୀର ସମବେଦନା ଜଣାଇବା ସହ ଅମର ଆତ୍ମାର ସଦଗତି କାମନା କଲି।

Hot this week

ଦିଲ୍ଲୀର ଅନେକ ସ୍କୁଲକୁ ବୋମା ଧମକ; ପିଲାଙ୍କୁ ଛୁଟି କରି ତନାଘନା ଜାରି

ସମାଜ ଡିଜିଟାଲ ଡେସ୍କ: ରାଜଧାନୀ ଦିଲ୍ଲୀର ଅନେକ ସ୍କୁଲକୁ ପୁଣି ଥରେ...

ସୁନ୍ଦର ଦେଶରେ ପୁରୁଷ ଅଭାବ: ମହିଳାମାନେ ଘଣ୍ଟା ପ୍ରତି ଭଡାରେ ନେଉଛନ୍ତି ସ୍ୱାମୀ

ରିଗା: ଭଡାରେ ମିଳୁଛନ୍ତି ପୁରୁଷ । ଟଙ୍କା ଦେଇ ୱେବସାଇଟରେ ପ୍ରଥମେ...

ଗୋଆ ଅଗ୍ନିକାଣ୍ଡ ଘଟଣାରେ ନାଇଟ୍ କ୍ଲବ୍ ମାଲିକ ଗିରଫ

ସମାଜ ଲାଇଭ ଡ଼େସ୍କ : ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ...

ଉଚ୍ଚ ଶିକ୍ଷାନୁଷ୍ଠାନକୁ ବୁଲା କୁକୁର ଓ ଗାଈ ଭୟ

ଭୁବନେଶ୍ଵର: ଉଚ୍ଚ ଶିକ୍ଷାନୁଷ୍ଠାନକୁ ବୁଲା କୁକୁର ଏବଂ ଗାଈ ଭୟ। ବୁଲା...

ପିଠି ଯନ୍ତ୍ରଣାର କାରଣ ଜୋତା ନୁହେଁ ତ? ଏହି ସଙ୍କେତ ସୂଚାଇ ଦିଏ

ସମାଜ ଡିଜିଟାଲ ଡେସ୍କ: ଆମେ ବାହାରକୁ ବାହାରିବା ମାତ୍ରେ ସାଧାରଣତଃ ଜୋତା...

Related Articles

Popular Categories