www.samajalive.in
Monday, December 8, 2025
13.1 C
Bhubaneswar

ଖୁବଶୀଘ୍ର ବାତ୍ୟା କ୍ଷୟକ୍ଷତି ଆକଳନ ପାଇଁ ଆସିବେ କେନ୍ଦ୍ରୀୟ ଟିମ୍‌‌- ମନ୍ତ୍ରୀ

ସମାଜ ଡିଜିଟାଲ ଡେସ୍କ: ବାତ୍ୟା ଦାନା ପ୍ରଭାବରେ ପ୍ରବଳ ବର୍ଷା ଯୋଗୁଁଁ ବୁଢାବଳଙ୍ଗ ନଦୀରେ ପାଣି ବଢିଛି। ହେଲେ ବିପଦ ସଙ୍କେତ ଟପିନି। ବନ୍ୟା ସ୍ଥିତି ହୋଇନଥିବା ସୂଚନା ଦେଇଛନ୍ତି ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀ। ମନ୍ତ୍ରୀ କହିଛନ୍ତି ଯେ ସରକାର ପୁରା ସ୍ଥିତି ଉପରେ ନଜର ରଖିଛନ୍ତି, ବର୍ଷା କମିବା ଯାଏଁ ଲୋକାମାନେ ସାମାନ୍ୟ ହଇରାଣ ହେବେ। ସେପଟେ ବାତ୍ୟା ଦାନା ପାଇଁ ହୋଇଥିବା କ୍ଷୟକ୍ଷତିର ଆକଳନ କରିବାକୁ ଓଡ଼ିଶା ଆସିବେ କେନ୍ଦ୍ରୀୟ ଟିମ୍‌‌। ଏନେଇ ସୂଚନା ଦେଇଛନ୍ତି ସୁରେଶ ପୂଜାରୀ। ଆଗାମୀ ୭ଦିନରେ କେନ୍ଦ୍ର ସରକାରଙ୍କୁ ବାତ୍ୟା କ୍ଷୟକ୍ଷତିର ଚୂଡାନ୍ତ ରିପୋର୍ଟ ପଠାଯିବ। କେନ୍ଦ୍ର ସରକାର ସହାୟତା ଯୋଗାଇ ଦେବା ପୂର୍ବରୁ ରାଜ୍ୟ ସରକାର ଲୋକଙ୍କ ପାଖରେ ଅର୍ଥ ପହଞ୍ଚାଇବେ ବୋଲି ମନ୍ତ୍ରୀ କହିଛନ୍ତି।
ମିଳିଥିବା ସୂଚନା ଅନୁସାରେ ପ୍ରାଥମିକ ଆକଳନରେ ରାଜ୍ୟରେ ୭୯,୬୭୧ ହେକ୍ଟର ଚାଷ ଜମି ପ୍ରଭାବିତ ହୋଇଛି। କେନ୍ଦ୍ରାପଡା ଜିଲାରେ ୨୩ହଜାର ହେକ୍ଟର ଚାଷ ଜମି କ୍ଷତିଗ୍ରସ୍ତ ହୋଇଛି। ଏଠାରେ ରାଜକନିକା, ଆଳି ଓ ମହାକାଳପଡା ବ୍ଲକରେ ସର୍ବାଧିକ କ୍ଷତି ହୋଇଛି। ସେହିପରି ଭଦ୍ରକ ଜିଲାରେ ୨୪,୧୧୫ ହେକ୍ଟର ଜମି କ୍ଷତିଗ୍ରସ୍ତ ହୋଇଛି। ଜିଲାର ବାସୁଦେବପୁର, ଚାନ୍ଦବାଲି, ଭଣ୍ଡାରିପୋଖରୀ ଓ ଧାମନଗରରେ ଅଧିକ କ୍ଷତି ଘଟିଛି। ବାଲେଶ୍ୱର ଜିଲାରେ ୩୧୪୦ ହେକ୍ଟର, ମୟୂରଭଞ୍ଜ ଜିଲାରେ ୨୩୮୧ ହେକ୍ଟର ଜମି ବର୍ଷା ଯୋଗୁଁ ନଷ୍ଟ ହୋଇଛି। ଯାଜପୁରରେ ୨୭୦୯ ହେକ୍ଟର, ଜଗତସିଂହପୁରରେ ୨୪୯୮ ହେକ୍ଟର ଜମି କ୍ଷତିଗ୍ରସ୍ତ ହୋଇଛି।

Hot this week

ଇଣ୍ଡିଗୋରେ ଅଚଳାବସ୍ଥା ଜାରି; ପୁଣି ୬୫୦ ବିମାନ ବାତିଲ

ନୂଆଦିଲ୍ଲୀ: ଦେଶର ସର୍ବବୃହତ ଘରୋଇ ଏୟାରଲାଇନ୍ସ କମ୍ପାନୀ ଇଣ୍ଡିଗୋରେ କ୍ରମାଗତ ୬ଷ୍ଠ...

ଆଖି ବୁଜିଲେ ପୀଡିତା ଛାତ୍ରୀ

ସମାଜ ଡିଜିଟାଲ ଡେସ୍କ: ନିଆଁରେ ପୋଡି ହୋଇଥିବା ରାଜଗାଙ୍ଗପୁର ଲାଞ୍ଜିବେରାନାର ଗୁରୁତର...

ଟି-୨୦ ବିଶ୍ବ କପ ଜର୍ସି ଉନ୍ମୋଚନ

ରାୟପୁର: ଭାରତୀୟ କ୍ରିକେଟ୍‌‌ ଦଳର ଅଫିସିଆଲ୍‌‌ କିଟ୍‌‌ ପ୍ରାୟୋଜକ ଆଡିଡାସ୍‌‌ ବିସିସିଆଇ...

ସୋମବାର ରାଶିଫଳ: ଆଜି ଏହି ରାଶିରେ ଋଣ ପରିଶୋଧ ହେବ

ମେଷ: ମନ ପ୍ରଫୁଲ୍ଲ ରହିବ। ଦେବଦର୍ଶନରେ ସମସ୍ତ କଳ୍ମଷ ଦୂର ହେବ।...

ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ ।

ଭୁବନେଶ୍ୱର-ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ । ଦୁର୍ଘଟଣାରେ...

Related Articles

Popular Categories