www.samajalive.in
Saturday, December 6, 2025
15.1 C
Bhubaneswar

ପହଞ୍ଚିିଲେ କେନ୍ଦ୍ରୀୟ ଟିମ୍ : ୪ ଜିଲ୍ଲା ଗସ୍ତ କରି କ୍ଷୟକ୍ଷତି ଅନୁଧ୍ୟାନ କରିବେ

ଭୁବନେଶ୍ୱର : ରାଜ୍ୟ ରେ ବାତ୍ୟା ‘ୟାସ’ କ୍ଷୟକ୍ଷତିର ଆକଳନ ପାଇଁ କେନ୍ଦ୍ରୀୟ ଟିମ୍ ରବିବାର ଭୁବନେଶ୍ୱରରେ ପହଞ୍ଚିଛନ୍ତି। ଏହି ଟିମ୍‍ ଆସନ୍ତାକାଲି (ସୋମବାର) ବାତ୍ୟା ପ୍ରଭାବିତ ଅଞ୍ଚଳ ଗସ୍ତ କରିବେ। ଗୃହ ମନ୍ତ୍ରାଳୟର ଯୁଗ୍ମ ସଚିବ ସୁନୀଲ କୁମାର ବର୍ଣ୍ଣଓ୍ୱାଲଙ୍କ ନେତୃତ୍ୱରେ ଏହି ଟିମ୍ ଆସିଛି। ଏହି ୭ ଜଣିଆ କେନ୍ଦ୍ରୀୟ ଟିମ୍ ଦୁଇଦିନ ଧରି ବାତ୍ୟା ପ୍ରଭାବିତ ଅଞ୍ଚଳ ବୁଲି କ୍ଷୟକ୍ଷତି ଅନୁଧ୍ୟାନ କରିବେ।
ଏହି ଟିମ୍‍ ବାତ୍ୟା ‘ୟାସ’ ଦ୍ବାରା ବିଶେଷ ଭାବେ ପ୍ରଭାବିତ ହୋଇଥିବା ୪ ଜିଲ୍ଲା ବାଲେଶ୍ବର, ଭଦ୍ରକ, କେନ୍ଦ୍ରାପଡା ଓ ମୟୂରଭଞ୍ଜ ଗସ୍ତ କରିବେ। ଦୁଇଟି ଦଳରେ ବିଭକ୍ତ ହୋଇ ଏହି କେନ୍ଦ୍ରୀୟ ଟିମ୍ ୪ ଜିଲ୍ଲା ଗସ୍ତ କରିବେ ।  ୨ ଦିନର ଅନୁଧ୍ୟାନ ପରେ ଲୋକସେବା ଭବନରେ ମୁଖ୍ୟ ଶାସନ ସଚିବ ଓ ସ୍ବତନ୍ତ୍ର ରିଲିଫ କମିଶନରଙ୍କ ସହ ଏହି ଟିମ୍ ଆଲୋଚନା କରିବାର କାର୍ଯ୍ୟକ୍ରମ ରହିଛି ।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories