www.samajalive.in
Sunday, December 14, 2025
17.1 C
Bhubaneswar

ଲୁହ ମାନିଲାନି କୋହ: କେନ୍ଦ୍ରୀୟ ଟିମ ଶୁଣିଲେ ଦୁଃଖ କାହାଣୀ

ଭୁବନେଶ୍ୱର: କେନ୍ଦ୍ର ଗୃହ ବିଭାଗର ଅତିରିକ୍ତ ସଚିବ ବିବେକ ଭରଦ୍ୱାଜଙ୍କ ନେତୃତ୍ୱରେ ଆସିଥିବା ୧୧ ଜଣିଆ କେନ୍ଦ୍ରୀୟ ଟିମ ସୋମବାର ତିନୋଟି ଦଳରେ ବିଭକ୍ତ ହୋଇ ପୁରୀ ଏବଂ ଖୋର୍ଦ୍ଧା ଜିଲ୍ଲାର ପ୍ରଭାବିତ ଅଞ୍ଚଳ ପରିଦର୍ଶନ କରିଛନ୍ତି। ଗୋଟିଏ ଟିମ ସର୍ବାଧିକ କ୍ଷତିଗ୍ରସ୍ତ ପୁରୀ ଜିଲ୍ଲା ଗସ୍ତରେ ଯାଇ କୃଷ୍ଣପ୍ରସାଦ ଓ ବ୍ରହ୍ମଗିରି ବ୍ଲକ ପରିଦର୍ଶନ କରିଥିବା ବେଳେ ଆଉ ଗୋଟିଏ ଦଳ ଖୋର୍ଦ୍ଧା, ବାଲିପାଟଣା, ଜଟଣୀ ଓ ଭୁବନେଶ୍ୱର ବ୍ଲକରେ କ୍ଷୟକ୍ଷତି ଅନୁଧ୍ୟାନ କରିଥିଲେ। ଟିମର ସଦସ୍ୟମାନେ କ୍ଷତିଗ୍ରସ୍ତ ଲୋକମାନଙ୍କୁ ସେମାନଙ୍କ ଅସୁବିଧା ସମ୍ପର୍କରେ ପଚାରି ବୁଝିଥିଲେ। ପରେ ଟିମ୍ ସଦସ୍ୟ କଣାସ ଓ ଡେଲାଙ୍ଗ ବ୍ଲକକୁ ଯାଇ କ୍ଷୟକ୍ଷତି ସମ୍ପର୍କରେ ଅନୁଧ୍ୟାନ କରିଥିଲେ। କେତେକ ସ୍ଥାନରେ ବାତ୍ୟା କ୍ଷତିଗ୍ରସ୍ଥ ମହିଳା ଓ ପୁରୁଷ କେନ୍ଦ୍ରୀୟ ଟିମ ଆଗରେ କାନ୍ଦି ପକାଇଥିଲେ। ଭିଟାମାଟି ହରାଇ ସର୍ବସ୍ୱାନ୍ତ ହୋଇଥିବା ପରିବାର ମୁଖିଆ ଓ ମହିଳା କୋହ ସମ୍ବରଣ କରିପାରି ନ ଥିଲେ।

ମଙ୍ଗଳବାର କେନ୍ଦ୍ରୀୟ ଟିମର ଏକ ଦଳ କଟକ ଜିଲ୍ଲାର କ୍ଷତିଗ୍ରସ୍ତ ଅଞ୍ଚଳ ପରିଦର୍ଶନ କରିବାର କାର୍ଯ୍ୟକ୍ରମ ରହିଛି। କେନ୍ଦ୍ରୀୟ ଟିମ ମଧ୍ୟ ରାଜ୍ୟ ସରକାରଙ୍କ ବରିଷ୍ଠ ଅଧିକାରୀଙ୍କ ସହ ଆଲୋଚନା କରିବେ ଓ ପରେ କେନ୍ଦ୍ରକୁ ରିପୋର୍ଟ ଦେବେ। ମିଳିଥିବା ସୂଚନା ଅନୁଯାୟୀ ଏହି ବାତ୍ୟାରେ ମୃତ୍ୟୁ ସଂଖ୍ୟା ୬୪କୁ ବୃଦ୍ଧି ପାଇଛି। ଭୁବନେଶ୍ୱରରେ ୬୦ ପ୍ରତିଶତ ବିଦ୍ୟୁତ ସଂଯୋଗ ଦିଆଯାଇଥିବା ବେଳେ ପୁରୀ ଜିଲ୍ଲାର ଅଧିକାଂଶ ଅଞ୍ଚଳରେ ପାନୀୟ ଜଳ ଯୋଗାଣ ବ୍ୟବସ୍ତା କାର୍ଯ୍ୟକ୍ଷମ ହୋଇଛି।

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories