www.samajalive.in
Monday, December 8, 2025
14.1 C
Bhubaneswar

ହରଡ଼ ଡାଲିର ଷ୍ଟକ୍‌ ଅନୁଧ୍ୟାନ ପାଇଁ କମିଟି ଗଠନ କଲେ କେନ୍ଦ୍ର ସରକାର

ନୂଆଦିଲ୍ଲୀ : କେନ୍ଦ୍ର ସରକାରଙ୍କ ଉପଭୋକ୍ତା ବ୍ୟାପାର ବିଭାଗ ଦେଶରେ ହରଡ଼ ଡାଲିର ଷ୍ଟକ୍‌ ଅନୁଧ୍ୟାନ ପାଇଁ ଏକ କମିଟି ଗଠନ କରିଛନ୍ତି । ବିଭାଗୀୟ ଅତିରିକ୍ତ ସଚିବ ନିଧୀ ଖାରେଙ୍କ ଅଧ୍ୟକ୍ଷତାରେ କମିଟି ଗଠନ କରାଯାଇଛି । ଏହି କମିଟି ରାଜ୍ୟ ସରକାରଙ୍କ ସହିତ ନିବିଡ଼ ସମନ୍ୱୟ ସ୍ଥାପନ କରି ରପ୍ତାନିକାରୀ, ମିଲର, ଷ୍ଟକିଷ୍ଟ, ବ୍ୟବସାୟୀ ପ୍ରମୁଖଙ୍କ ପାଖରେ ଗଚ୍ଛିତ ରହିଥିବା ହରଡ଼ ଡାଲି ଷ୍ଟକ ଅନୁଧ୍ୟାନ କରିବେ । ଯଥେଷ୍ଟ ପରିମାଣରେ ହରଡ଼ ଡାଲି ଆମଦାନୀ କରାଯାଉଥିଲେ ମଧ୍ୟରେ କିଛି ଅସାଧୁ ବ୍ୟବସାୟୀ ସେସବୁକୁ ଖୋଲା ବଜାରକୁ ଛାଡ଼ିବା ପରିବର୍ତ୍ତେ ଗଚ୍ଛିତ ରଖୁଛନ୍ତି । ଏ ସମ୍ପର୍କରେ ଖବର ପ୍ରକାଶ ପାଇବା ପରେ କେନ୍ଦ୍ର ସରକାର କମିଟି ଗଠନ କରିବାକୁ ନିଷ୍ପତ୍ତି ନେଇଛନ୍ତି ।

ବଜାରରେ ଜମାଖୋର ଏବଂ ଅସାଧୁ ବ୍ୟବସାୟୀମାନେ ବେଆଇନ ଭାବେ ଗଚ୍ଛିତ ରଖିଥିବା ହରଡ଼ ଡାଲି ଷ୍ଟକକୁ ଯାଞ୍ଚ କରିବା ଏବଂ ସେମାନଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ଲାଗି ସରକାର କମିଟି ଗଠନ କରିଛନ୍ତି । ଏହା ଆଗାମୀ ମାସଗୁଡ଼ିକରେ ହରଡ଼ ଡାଲି ଦର ନିୟନ୍ତ୍ରଣ ପାଇଁ ସରକାରଙ୍କ ପ୍ରତିବଦ୍ଧତାକୁ ବ୍ୟକ୍ତ କରୁଛି । ସରକାର ଘରୋଇ ବଜାରରେ ଅନ୍ୟ ଡାଲିର ଗଚ୍ଛିତ ପରିମାଣ ଉପରେ ମଧ୍ୟ ଦୃଷ୍ଟି ରଖିଛନ୍ତି, ଯଦ୍ଦ୍ୱାରା ଆଗାମୀ ମାସଗୁଡ଼ିକରେ ଅହେତୁକ ମୂଲ୍ୟ ବୃଦ୍ଧି ନିୟନ୍ତ୍ରଣ ପାଇଁ ତ୍ୱରିତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇ ପାରିବ ।

- Advertisement -

ଅତ୍ୟାବଶ୍ୟକ ସାମଗ୍ରୀ ଆଇନ ୧୯୫୫ ଅଧୀନରେ ଗଚ୍ଛିତ ହରଡ଼ ଡାଲିର ଷ୍ଟକ୍‌ ପରିମାଣ ପ୍ରକାଶ କରିବା ଲାଗି ଆବଶ୍ୟକ ପଦକ୍ଷେପ ନେବାକୁ ଗତ ବର୍ଷ ଅଗଷ୍ଟ ୧୨ ତାରିଖରେ କେନ୍ଦ୍ର ସରକାର ସବୁ ରାଜ୍ୟ ଓ କେନ୍ଦ୍ର ଶାସିତ ପ୍ରଦେଶକୁ ମାର୍ଗଦର୍ଶିକା ଜାରି କରିଥିଲେ । ଆହୁରି ହରଡ଼ ଡାଲି ଆମଦାନୀକୁ ସୁଗମ ଓ ବାଧାମୁକ୍ତ କରିବା ଲାଗି ସରକାର ଅଣ-ଏଲଡିସି ଦେଶରୁ ଏହି ଡାଲି ଆମଦାନୀ ଉପରେ ଲାଗୁ ହେଉଥିବା ୧୦ ପ୍ରତିଶତ ଶୁଳ୍କକୁ ଉଚ୍ଛେଦ କରିଥିଲେ, କାରଣ ଏଲଡିସି ଦେଶରୁ ନିଃଶୁଳ୍କ ଆବଦାନୀ କ୍ଷେତ୍ରରେ ମଧ୍ୟ ଏହି ଶୁଳ୍କ ପ୍ରକ୍ରିୟାଗତ ବାଧା ଉତ୍ପନ୍ନ କରୁଥିଲା ।

Hot this week

ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ ।

ଭୁବନେଶ୍ୱର-ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ । ଦୁର୍ଘଟଣାରେ...

ଭୁବନେଶ୍ବରରେ ପହଞ୍ଚିଲେ ସୂର୍ଯ୍ୟକୁମାର, ସଞ୍ଜୁ ଏବଂ ଉପଅଧିନାୟକ ଗିଲ୍, କାଲି ନେଟ୍ ପ୍ରାକ୍ଟିସ୍

ସମାଜ ନ୍ୟୁଜ ଡେସ୍କ- ରାତି ପ୍ରାୟ ୯ଟା ସମୟରେ ଭୁବନେଶ୍ବର ବିମାନବନ୍ଦରରେ...

ଗହୀରମଥାରେ ବେଆଇନ ମାଛ ମାରି ୩୪ ମତ୍ସ୍ୟଜୀବୀ ଗିରଫ, ୨ ଟ୍ରଲର ଜବତ

ସମାଜଲାଇଭ ଡେସ୍କ: ଗହୀରମଥାରେ ବେଆଇନ ମାଛ ମାରୁଥିବା ୩୪ ମତ୍ସ୍ୟଜୀବୀଙ୍କୁ ଗିରଫ...

ହାତୀ ପେଟରେ ଚାଷୀଙ୍କ ଫସଲ, ବନଖଣ୍ଡ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ଆଠଗଡ: ଆଠଗଡ଼ ବ୍ଲକ ଅନ୍ତର୍ଗତ କନ୍ଦରପୁର ଗ୍ରାମରେ ହାତୀପଲଙ୍କ ଉପଦ୍ରବରେ ଚାଷୀକୂଳ...

୩ ଶିଶୁଙ୍କ ସହ ୭ ଦାଦନ ଶ୍ରମିକ ଉଦ୍ଧାର, ୨ ଗିରଫ

କଣ୍ଟାବାଞ୍ଜି: ତୁରେକେଲା ପୁଲିସ ଶନିବାର ମଧ୍ୟ ରାତ୍ରରେ ହଳନଭଟା ଛକ ନିକଟରୁ...

Related Articles

Popular Categories