www.samajalive.in
Monday, December 8, 2025
14.1 C
Bhubaneswar

କେନ୍ଦ୍ର ସଂସ୍କୃତି ମନ୍ତ୍ରୀଙ୍କୁ ଭେଟିଲେ ବିଜେଡି ସାଂସଦ, ପ୍ରତ୍ୟାହାର ହେଲା ଶ୍ରୀମନ୍ଦିର ପାଇଁ ଏନଏମଏର ପ୍ରସ୍ତାବିତ ବାଇ-ଲ

ନୂଆଦିଲ୍ଲୀ : ଶେଷରେ ଶ୍ରୀମନ୍ଦିର ପାଇଁ ଏନଏମଏର ପ୍ରସ୍ତାବିତ ବାଇ-ଲ ପ୍ରତ୍ୟାହାର ହୋଇଛି। ପ୍ରତ୍ୟାହାର ନେଇ ଟ୍ୱିଟ୍ ଯୋଗେ କେନ୍ଦ୍ର ସଂସ୍କୃତି ମନ୍ତ୍ରୀ ପ୍ରହଲ୍ଲାଦ ସିଂହ ପଟେଲ୍ ସୂଚନା ଦେଇଛନ୍ତି। ପ୍ରସ୍ତାବିତ ବାଇ-ଲ’ ପ୍ରତ୍ୟାହାର ଦାବି କରି କେନ୍ଦ୍ର ସଂସ୍କୃତି ମନ୍ତ୍ରୀ ପ୍ରହଲ୍ଲାଦଙ୍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶରେ ବିଜେଡି ସାଂସଦ ଭେଟିଥିଲେ। ସାଂସଦ ଭତ୍ତୃହରି ମହତାବଙ୍କ ନେତୃତ୍ୱରେ ବିଜେଡି ପ୍ରତିନିଧି ମଣ୍ଡଳ କେନ୍ଦ୍ର ସଂସ୍କୃତିମନ୍ତ୍ରୀଙ୍କୁ ସାକ୍ଷାତ କରିଥିଲେ।ବିଜେଡ଼ି ସାଂସଦ ପ୍ରତିନିଧିମାନଙ୍କ ସହିତ ଆଲୋଚନା ପରେ ଶ୍ରୀମନ୍ଦୀର ବାଇ-ଲ’ ପ୍ରତ୍ୟାହାର ନେଇ କେନ୍ଦ୍ରମନ୍ତ୍ରୀ ପ୍ରହଲ୍ଲାଦ ସିଂହ ପଟେଲ ସୂଚନା ଦେଇଛନ୍ତି।

ଅନ୍ୟପଟେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଶ୍ରୀମନ୍ଦିର ଯାଇ ଜଗନ୍ନାଥଙ୍କୁ ଦର୍ଶନ କରିଥିଲେ। ସିଂହଦ୍ୱାରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଥିଲେ- ଜଗନ୍ନାଥଙ୍କ କାର୍ୟ୍ୟରେ କେହି ବାଧା ସୃଷ୍ଟିକରିପାରିବେ ନାହିଁ। ଏନଏମଏର ପ୍ରସ୍ତାବିତ ବାଇ-ଲ’କୁ ମୁଖ୍ୟମନ୍ତ୍ରୀ ବିରୋଧ କରିଥିଲେ

- Advertisement -

ସେହିପରି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ନେତୃତ୍ବରେ କେନ୍ଦ୍ରମନ୍ତ୍ରୀ ପ୍ରତାପ ଷଢଙ୍ଗୀ ଓ ବିଜେପି ସାଂସଦମାନେ କେନ୍ଦ୍ର ସଂସ୍କୃତି ଓ ପର୍ୟ୍ୟଟନ ମନ୍ତ୍ରୀଙ୍କୁ ଭେଟି ବାଇ-ଲକୁ ସ୍ଥଗିତ ରଖିବା ନେଇ ଦାବି କରିଥିଲେ। ଓଡ଼ିଶାବାସୀ ତଥା ହିନ୍ଦୁଙ୍କର ଧାର୍ମିକ ବିଶ୍ୱାସ ଓ ଭାବାବେଗକୁ ଦୃଷ୍ଟିରେ ରଖି ଜୀତୀୟ ଐତିହ୍ୟ ପ୍ରାଧିକରଣ (ଏନଏମଏ)ର ଉପନିୟମ(ବାଏ-ଲ)କୁ ସ୍ଥଗିତ ରଖିବା ନେଇ ସାଂସଦମାନେ କେନ୍ଦ୍ରମନ୍ତ୍ରୀ ପ୍ରହ୍ଲାଦ ସିଂହ ପଟେଲଙ୍କ ବ୍ୟକ୍ତିଗତ ହସ୍ତକ୍ଷେପ ଲୋଡ଼ିଥିଲେ । ତେବେ ଆଲୋଚନା ପରେ ପ୍ରସ୍ତାବିତ ବାଇ-ଲ ପ୍ରତ୍ୟାହାର ହେଲା ବୋଲି ଟ୍ୱିଟ୍ କରି କେନ୍ଦ୍ର ସଂସ୍କୃତି ମନ୍ତ୍ରୀ ପ୍ରହଲ୍ଲାଦ ସିଂହ ପଟେଲ୍ ଜଣାଇଛନ୍ତି।

Hot this week

ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ ।

ଭୁବନେଶ୍ୱର-ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ । ଦୁର୍ଘଟଣାରେ...

ଭୁବନେଶ୍ବରରେ ପହଞ୍ଚିଲେ ସୂର୍ଯ୍ୟକୁମାର, ସଞ୍ଜୁ ଏବଂ ଉପଅଧିନାୟକ ଗିଲ୍, କାଲି ନେଟ୍ ପ୍ରାକ୍ଟିସ୍

ସମାଜ ନ୍ୟୁଜ ଡେସ୍କ- ରାତି ପ୍ରାୟ ୯ଟା ସମୟରେ ଭୁବନେଶ୍ବର ବିମାନବନ୍ଦରରେ...

ଗହୀରମଥାରେ ବେଆଇନ ମାଛ ମାରି ୩୪ ମତ୍ସ୍ୟଜୀବୀ ଗିରଫ, ୨ ଟ୍ରଲର ଜବତ

ସମାଜଲାଇଭ ଡେସ୍କ: ଗହୀରମଥାରେ ବେଆଇନ ମାଛ ମାରୁଥିବା ୩୪ ମତ୍ସ୍ୟଜୀବୀଙ୍କୁ ଗିରଫ...

ହାତୀ ପେଟରେ ଚାଷୀଙ୍କ ଫସଲ, ବନଖଣ୍ଡ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ଆଠଗଡ: ଆଠଗଡ଼ ବ୍ଲକ ଅନ୍ତର୍ଗତ କନ୍ଦରପୁର ଗ୍ରାମରେ ହାତୀପଲଙ୍କ ଉପଦ୍ରବରେ ଚାଷୀକୂଳ...

୩ ଶିଶୁଙ୍କ ସହ ୭ ଦାଦନ ଶ୍ରମିକ ଉଦ୍ଧାର, ୨ ଗିରଫ

କଣ୍ଟାବାଞ୍ଜି: ତୁରେକେଲା ପୁଲିସ ଶନିବାର ମଧ୍ୟ ରାତ୍ରରେ ହଳନଭଟା ଛକ ନିକଟରୁ...

Related Articles

Popular Categories