www.samajalive.in
Monday, December 8, 2025
24.1 C
Bhubaneswar

ଓଡିଶା ଗସ୍ତରେ ୨ କେନ୍ଦ୍ର ମନ୍ତ୍ରୀ

ଭୁବନେଶ୍ୱର : ଓଡିଶା ଗସ୍ତରେ ୨ କେନ୍ଦ୍ର ମନ୍ତ୍ରୀ । ବିଜେପିର ଜନ ଆଶୀର୍ବାଦ ଯାତ୍ରା ଅବସରରେ ଆଜି ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିବା ପରେ କେନ୍ଦ୍ର ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ଓ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ ଭବ୍ୟ ସମ୍ବର୍ଦ୍ଧନା ଦିଆଯାଇଛି । କେନ୍ଦ୍ର ସରକାରଙ୍କ ଜନକଲ୍ୟାଣକାରୀ କାର୍ଯ୍ୟକ୍ରମ ନେଇ ୨ ମନ୍ତ୍ରୀ ବିଭିନ୍ନ ଜିଲା ଗସ୍ତ କରିବାର କାର୍ଯ୍ୟକ୍ରମ ରହିଛି ।
ବିମାନବନ୍ଦରରେ ପହଞ୍ଚିବା ପରେ ଉଭୟ ପୁରୀ ଅଭିମୁଖେ ଯାଇଛନ୍ତି । ପୁରୀ ଗସ୍ତ ସମୟରେ ରାସ୍ତାରେ ୨ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧିତ କରାଯିବାର କାର୍ଯ୍ୟକ୍ରମ ରହିଛି । ଏହାପରେ ଉଭୟ ମହାପ୍ରଭୁଙ୍କୁ ଦର୍ଶନ କରିବେ । ଶ୍ରୀ ବୈଷ୍ଣବ ରାଜ୍ୟ ସଭାରେ ଓଡିଶାରୁ ପ୍ରତିନିଧିତ୍ୱ କରୁଥିଲେ । କେନ୍ଦ୍ର ରେଳମନ୍ତ୍ରୀ ହେବା ପରେ ସେ ପ୍ରଥମ ଥର ପାଇଁ ଓଡିଶାଗସ୍ତରେ ଆସିଛନ୍ତି ।

Hot this week

ଶନି ଚଳନ: ୨୦୨୬ରେ ଲାଭବାନ ହେବେ ଏହି ୩ ରାଶି

ସମାଜ ଡିଜିଟାଲ ଡେସ୍କ: ହିନ୍ଦୁ ଧର୍ମରେ ଶନି ଦେବଙ୍କୁ ସ୍ୱତନ୍ତ୍ର ଭାବେ...

ଶୀତଦିନରେ ଅଧିକ ନିଦ୍ରା କାହିଁକି ଲାଗେ: ଜାଣନ୍ତୁ କେତେ ଘଣ୍ଟା ଶୋଇବା ଜରୁରୀ

ସମାଜ ଡିଜିଟାଲ ଡେସ୍କ: ନିଦ୍ରା ଆମ ଶରୀର ପାଇଁ ଅତ୍ୟନ୍ତ ଜରୁରୀ...

ଟ୍ରମ୍ପଙ୍କ ନାମରେ ହେବ ହାଇଦରାବାଦର ସଡ଼କ

ହାଇଦରାବାଦ : ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ନାମରେ ହାଇଦରାବାଦର ଏକ...

ଓୱେସୀଙ୍କ ସହ ମେଣ୍ଟ ଯୋଜନାରେ ହୁମାୟୁନ

କଲକାତା : ପଶ୍ଚିମବଙ୍ଗ ମୁର୍ଶିଦାବାଦରେ ବାବ୍ରି ମସ୍‌ଜିଦ ନିର୍ମାଣ ପାଇଁ ଭିତ୍ତିପ୍ରସ୍ତର...

ଆଜି ବାରବାଟୀରେ ଦୁଇ ଦଳର ଅଭ୍ୟାସ

କଟକ: ବାରବାଟୀ ଷ୍ଟାଡିୟମ୍‌ରେ ମଙ୍ଗଳବାର ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ...

Related Articles

Popular Categories