www.samajalive.in
Sunday, December 7, 2025
23.1 C
Bhubaneswar

ମଧ୍ୟାହ୍ନ ଭୋଜନ ଯୋଜନାରେ ଏଣିକି ଆର୍ଥିକ ସହାୟତା : ଉପକୃତ ହେବେ ୧୧. ୮୦ କୋଟି ପିଲା

ନୂଆଦିଲ୍ଲୀ : କେନ୍ଦ୍ର ସରକାର ମଧ୍ୟାହ୍ନ ଭୋଜନ ଯୋଜନାରେ ଏଣିକି ଛାତ୍ରଛାତ୍ରୀଙ୍କୁ ପ୍ରତ୍ୟକ୍ଷ ସୁବିଧା ହସ୍ତାନ୍ତର ମାଧ୍ୟମରେ ଆର୍ଥିକ ସହାୟତା ପ୍ରଦାନ କରିବାକୁ ନିଷ୍ପତ୍ତି ନେଇଛନ୍ତି। ଏକ ସ୍ୱତନ୍ତ୍ର କଲ୍ୟାଣକାରୀ ପଦକ୍ଷେପ ଭାବେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ରମେଶ ପୋଖରିଆଲ ନିଶଙ୍କ ୧୧ କୋଟି ୮୦ ଲକ୍ଷ ପିଲାଙ୍କୁ ଏହି ଆର୍ଥିକ ସହାୟତା ଯୋଗାଇ ଦେବା ପ୍ରସ୍ତାବକୁ ମଞ୍ଜୁରୀ ପ୍ରଦାନ କରିଛନ୍ତି।
ଏହି ସୁବିଧାଦ୍ୱାରା ରାଜ୍ୟର ସରକାରୀ ଓ ସରକାରୀ ଅନୁଦାନପ୍ରାପ୍ତ ବିଦ୍ୟାଳୟର ପ୍ରଥମରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ଛାତ୍ରଛାତ୍ରୀ ଉପକୃତ ହେବେ। ଶିକ୍ଷା ମନ୍ତ୍ରଣାଳୟ କହିଛି, ଏଥିପାଇଁ କେନ୍ଦ୍ର ସରକାର ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳଗୁଡିକୁ ଅତିରିକ୍ତ ୧୨ ଶହ କୋଟି ଟଙ୍କା ପ୍ରଦାନ କରିବେ। କୋଭିଡ ମହାମାରୀ ସମୟରେ ପିଲାମାନଙ୍କ ପୋଷଣ ଓ ରୋଗ ପ୍ରତିରୋଧକ ଶକ୍ତି ବୃଦ୍ଧିପାଇଁ ଏହି ନିଷ୍ପତ୍ତି ନିଆଯାଇଛି। ପ୍ରଧାନମନ୍ତ୍ରୀ ଗରିବ କଲ୍ୟାଣ ଅନ୍ନ ଯୋଜନା ମାଧ୍ୟମରେ ଦିଆଯାଉଥିବା ମାଗଣା ଖାଦ୍ୟଶସ୍ୟ ସହିତ ଯୋଗ୍ୟ ପିଲାମାନଙ୍କୁ ଏହି ସହାୟତା ପ୍ରଦାନ କରାଯିବ।

Hot this week

ଗୋଆ ଅଗ୍ନିକାଣ୍ଡ: ମୃତକଙ୍କ ପରିବାରକୁ ୨ଲକ୍ଷ ଟଙ୍କାର ଅନୁକମ୍ପା ଘୋଷଣା କଲେ ପ୍ରଧାନମନ୍ତ୍ରୀ

ସମାଜ ଲାଇଭ ଡ଼େସ୍କ : ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ...

ଅଲାସ୍କା-କାନାଡାର ସୀମାବର୍ତ୍ତୀ ଅଞ୍ଚଳରେ ଭୂକମ୍ପ ଝଟ୍‌କା

ନୂଆଦିଲ୍ଲୀ: ଅଲାସ୍କା ଏବଂ କାନାଡିୟ ଅଞ୍ଚଳ ୟୁକୋନ ସୀମା ନିକଟବର୍ତ୍ତୀ ଅଞ୍ଚଳରେ...

ଘରର ଏହି ଦିଗରେ ରଖନ୍ତୁ ଏହି ଖାସ୍‌ ଜିନିଷ : ଜୀବନରେ ଆସିବ ଉନ୍ନତି , ହେବ ଧନ ବର୍ଷା

ନୂଆଦିଲ୍ଲୀ : ବାସ୍ତୁ ଶାସ୍ତ୍ର ଅନୁଯାୟୀ ଘରେ କିଛି ଖାସ୍ ବସ୍ତୁ...

ଅହୋରାତ୍ର ଧାରଣାରେ ପ୍ରାଥମିକ ଶିକ୍ଷକ ମହାସଂଘ

ଭୁବନେଶ୍ୱର,୬ା୧୨(ନି.ପ୍ର): ଗାନ୍ଧୀମାର୍ଗରେ ପ୍ରାଥମିକ ଶିକ୍ଷକ ମହାସଂଘର ଅହୋରାତ୍ର ଆନ୍ଦୋଳନ ଜାରି ରହିଛି।...

ବାଚସ୍ପତିଙ୍କ ରୁଲିଂ ଦାବି କଲେ ପ୍ରମିଳା

ଭୁବନେଶ୍ୱର : ରାଜ୍ୟରେ ମାନବ ଚାଲାଣ ଓ ଶିଶୁ ନିର୍ଯାତନା ଚିନ୍ତାଜନକ...

Related Articles

Popular Categories