www.samajalive.in
Saturday, December 6, 2025
26.1 C
Bhubaneswar

ପିପିଲି ଉପନିର୍ବାଚନ: ପ୍ରସ୍ତୁତି ନେଇ ସବିଶେଷ ତଥ୍ୟ ଦେଲେ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ

ଭୁବନେଶ୍ୱର: ଆଉ ମାତ୍ର ଗୋଟିଏ ଦିନ ପରେ ପିପିଲି ଉପନିର୍ବାଚନ ପାଇଁ ଭୋଟ୍‌ ଗ୍ରହଣ। ଇତି ମଧ୍ୟରେ ନିର୍ବାଚନୀ ପ୍ରଚାର ଅବଧି ଶେଷ ହୋଇଛି। ଉପନିର୍ବାଚନ କିପରି ସୁରୁଖୁରୁରେ ହେବ ସେନେଇ ସମସ୍ତ ପ୍ରସ୍ତୁତି ଶେଷ ହୋଇଛି। ପ୍ରସ୍ତୁତି ନେଇ ମଙ୍ଗଳବାର ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଇଛନ୍ତି ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ସୁଶୀଲ କୁମାର ଲୋହାନି।

ପିପିଲି ଉପନିର୍ବାଚନ ପାଇଁ ୩୦ ତାରିଖରେ ଭୋଟ୍‌ ଗ୍ରହଣ ହେବ। ସକାଳ ୭ଟାରୁ ଆରମ୍ଭ ହୋଇ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ଚାଲିବ ମତଦାନ। ମୋଟ୍‌ ୨୦୧ଟି ବୁଥ୍‌କୁ ସମ୍ବେଦନଶୀଳ ଭାବେ ଚିହ୍ନଟ କରାଯାଇଥିବା ବେଳେ ଯେଉଁ ଭୋଟରଙ୍କର କୋଭିଡ୍ ଲକ୍ଷଣ ଥିବ ସେମାନଙ୍କ ପାଇଁ ସ୍ୱତନ୍ତ୍ର ବ୍ୟବସ୍ଥା କରାଯାଇଛି ବୋଲି ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ କହିଛନ୍ତି।

- Advertisement -

ସେ କହିଛନ୍ତି, ଆଜିଠାରୁ ବୁଥ୍‌ ଗୁଡ଼ିକୁ ପୋଲିଂ ପାର୍ଟି ପଠାଯାଉଛି। ୩୪୮ଟି ପୋଲିଂ ପାର୍ଟି ମଧ୍ୟରୁ ୨୦୦ଟିକୁ ସେମାନଙ୍କ ବୁଥ୍‌କୁ ପଠାଯାଇ ସାରିଲାଣି। ମୋଟ ୧୪୯୦ ଜଣ କର୍ମଚାରୀଙ୍କୁ ପୋଲିଂ କାର୍ଯ୍ୟରେ ନିୟୋଜିତ କରାଯାଇଛି। ଅତିରିକ୍ତ ୭୦୦ କର୍ମଚାରୀଙ୍କୁ ପ୍ରସ୍ତୁତ ରଖାଯାଇଛି। ବୁଥ୍‌ ବାହାରେ ରହି କୋଭିଡ୍ ନିୟମ ପାଳନ କରି ସବୁ ପ୍ରସ୍ତୁତି କରିବାକୁ ସେମାନଙ୍କୁ ଦାୟିତ୍ୱ ଦିଆଯାଇଛି। ଉପନିର୍ବାଚନ ପାଇଁ ସୁରକ୍ଷା ଦୃଷ୍ଟିରୁ ବ୍ୟାପକ ପୁଲିସ ମୁତୟନ କରାଯାଇଛି। ୨ ହଜାର ପୁଲିସ୍ କର୍ମଚାରୀଙ୍କୁ ଏଥିପାଇଁ ନିୟୋଜିତ କରାଯାଇଛି। ପୁଲିସ୍ କର୍ମଚାରୀଙ୍କ ନେତୃତ୍ୱ ଏସ୍‌ପି ନେଉଛନ୍ତି। ୩ ଜଣ ଅତିରିକ୍ତ ଏସ୍‌ପି ଓ ୭ ଜଣ ଡିଏସ୍‌ପି ତାଙ୍କୁ ଏଥିପାଇଁ ସହଯୋଗ କରୁଛନ୍ତି।

ପ୍ରତ୍ୟେକ ବୁଥ୍‌ରେ ଜଣେ ମାଇକ୍ରୋ ଅବ୍‌ଜରଭର/କେନ୍ଦ୍ର ଅର୍ଦ୍ଧସାମରିକ ବାହିନୀ/ୱେବ୍‌କାଷ୍ଟିଂ/ଭିଡିଓ ରେକର୍ଡିଂ ମଧ୍ୟରୁ ଗୋଟିଏ ବ୍ୟବସ୍ଥା କରାଯିବ ବୋଲି ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ କହିଛନ୍ତି। ଉପନିର୍ବାଚନ ପାଇଁ ୪୨୩ଟି ଗାଡ଼ିକୁ ନିୟୋଜିତ କରାଯାଇଛି। ପୋଲିଂ ପାର୍ଟି, ପୁଲିସ୍ ଓ ଅର୍ଦ୍ଧସାମରିକ ବାହିନୀ ପାଇଁ ଏହି ସବୁ ଗାଡ଼ିର ବ୍ୟବସ୍ଥା କରାଯାଇଛି। ଉପନିର୍ବାଚନରେ ସାମିଲ ସମସ୍ତ କର୍ମଚାରୀ ଦୁଇ ପାନ କରୋନା ଟିକା ନେଇଛନ୍ତି ବୋଲି ସେ ସୂଚନା ଦେଇଛନ୍ତି।

ଭିନ୍ନକ୍ଷମାନଙ୍କ ପାଇଁ ସ୍ୱତନ୍ତ୍ର ବ୍ୟବସ୍ଥା କରାଯାଇଛି। ସେମାନଙ୍କୁ ଘରୁ ଆଣି ପୁଣି ଘରେ ଛାଡ଼ିବା ପାଇଁ ବ୍ୟବସ୍ଥା ହୋଇଛି। ପୋଲିଂ ବୁଥ୍ ଗୁଡ଼ିକରେ ସେମାନଙ୍କ ପାଇଁ ହ୍ୱିଲ୍ ଚେୟାର ବ୍ୟବସ୍ଥା ରହିବ।

ମତଦାନ କେନ୍ଦ୍ରକୁ ପ୍ରବେଶ କରିବା ପୂର୍ବରୁ ଭୋଟରଙ୍କୁ ହ୍ୟାଣ୍ଡଗ୍ଲୋବ୍‌ସ ଓ ମାସ୍କ ଦିଆଯିବାର ବ୍ୟବସ୍ଥା କରାଯାଇଛି। ଏଥିସହ ସେମାନଙ୍କ ଶରୀରର ତାପମାତ୍ରା ମଧ୍ୟ ମପାଯିବ। କୌଣସି ଭୋଟରଙ୍କ ଶରୀରର ତାପମାତ୍ରା ସାଧାରଣରୁ ଅଧିକ ଥିଲେ ବା ସେମାନଙ୍କଠାରେ କରୋନାର କୌଣସି ଲକ୍ଷଣ ଥିଲେ ସେମାନଙ୍କୁ ପ୍ରବେଶ ଅନୁମତି ମିଳିବ ନାହିଁ। ସେମାନଙ୍କୁ ଏକ ଚିରକୁଟ୍‌ ଦେଇ ଘରକୁ ପଠାଇ ଦିଆଯିବ। ସେମାନେ ଭୋଟ୍ ଗ୍ରହଣର ଅନ୍ତିମ ୧ ଘଣ୍ଟାରେ ଆସି ସେମାନଙ୍କ ମତ ସାବ୍ୟସ୍ତ କରିପାରିବେ। ଏଥିପାଇଁ ସ୍ୱତନ୍ତ୍ର ବ୍ୟବସ୍ଥା କରାଯାଇଛି ବୋଲି ମୁଖ୍ୟ ନିର୍ବାଚନ ଅଧିକାରୀ କହିଛନ୍ତି।

 

Hot this week

‘ରାଧାନାଥ ରଥ ଥିଲେ ଅନନ୍ୟ ପ୍ରଜ୍ଞାଦୀପ୍ତ ପ୍ରତିଭା’

ଆଠଗଡ: ପଦ୍ମଭୂଷଣ ଡ.ରାଧାନାଥ ରଥ ଥିଲେ ଜଣେ ବିରଳ ବ୍ୟକ୍ତିତ୍ବ ଏବଂ...

ମୋବାଇଲ ଟାୱାରରେ ଚଢି ଯୁବକଙ୍କ ଆତ୍ମହତ୍ୟା ଉଦ୍ୟମ

ସୋର: ସୋର ଥାନା ମୁବାରକପୁର ଗାଁରେ ଅଘଟଣ। ପାରିବାରିକ କଳହକୁ କେନ୍ଦ୍ର...

‘ବାବୁଜୀ ଥିଲେ ଗୁରୁ ଶିଷ୍ୟ ପରମ୍ପରାରେ ଶ୍ରେଷ୍ଠ ନିଦର୍ଶନ’

ଗୁରୁଡ଼ିଝାଟିଆ: ମହାନ ମୁକ୍ତି ସଂଗ୍ରାମୀ ,ସମାଜ ସଂସ୍କାରକ, ଦୈନିକ ଖବରକାଗଜ ‘ସମାଜ’ର...

ବିଛଣା ପାଖରେ ଔଷଧ ରଖୁଛନ୍ତି କି ?

ନୂଆଦିଲ୍ଲୀ: ଏମିତି ଅନେକ ଲୋକ ଅଛନ୍ତି, ଯେଉଁମାନେ ଔଷଧ ଖାଆନ୍ତି ଏବଂ...

ମନଇଚ୍ଛା ବିମାନ ଟିକେଟ ବୃଦ୍ଧି ଉପରେ ବ୍ରେକ ଲଗାଇଲେ ସରକାର

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନ ସଙ୍କଟ ଯୋଗୁ ଅନେକ କମ୍ପାନୀ ହଠାତ୍‌...

Related Articles

Popular Categories