www.samajalive.in
Sunday, December 7, 2025
26.1 C
Bhubaneswar

୭୫୪୦ ଶିକ୍ଷକ ପଦ ପୂରଣ ପାଇଁ ପ୍ରମାଣପତ୍ର ଯାଞ୍ଚ

ଭୁବନେଶ୍ବର: ରାଜ୍ୟରେ ସରକାରୀ ଉଚ୍ଚ ବିଦ୍ୟାଳୟଗୁଡ଼ିକରେ ୭୫୪୦ଟି ବିଭିନ୍ନ ବର୍ଗର ଶିକ୍ଷକ ପଦବୀ ପୂରଣ ପାଇଁ ଓଡ଼ିଶା ଷ୍ଟାଫ୍ ସିଲେକ୍ସନ୍ କମିସନ (ଓଏସ୍‌ଏସ୍‌ସି) ମାଧ୍ୟମରେ ମନୋନୟନ ପ୍ରକ୍ରିୟା ଜାରି ରହିଛି।

ମନୋନୟନ ପ୍ରକ୍ରିୟା ବର୍ତ୍ତମାନ ଶେଷ ପର୍ଯ୍ୟାୟରେ ଉପନୀତ। ଚୂଡ଼ାନ୍ତ ତାଲିକା ପ୍ରସ୍ତୁତି ପୂର୍ବରୁ ବିଭିନ୍ନ ଲିଖିତ ପରୀକ୍ଷାରେ କୃତକାର୍ଯ୍ୟ ହୋଇଥିବା ପ୍ରାର୍ଥୀମାନଙ୍କ ସାର୍ଟିଫିକେଟ ଯାଞ୍ଚ ପ୍ରକ୍ରିୟା ଓଏସ୍‌ଏସ୍‌ସି ଅଫିସ ତଥା ସମଗ୍ର ରାଜ୍ୟର ୩୦ଟି ଜିଲାରେ ଜିଲା ଶିକ୍ଷା ଅଧିକାରୀଙ୍କ ଦ୍ୱାରା ଜାରି ରହିଛି। ବର୍ତ୍ତମାନ ସୁଦ୍ଧା ୩୦ ଜିଲାରେ ଟିଜିଟି ପିସିଏମ୍‌, ଟିଜିଟି ସିବିଜେଡ୍ ଶିକ୍ଷକଙ୍କ ପାଇଁ ସାର୍ଟିଫିକେଟ ଯାଞ୍ଚ ପ୍ରକ୍ରିୟା ସରିବାକୁ ଯାଉଛି। ଓଏସ୍‌ଏସ୍‌ସି ଅଫିସରେ ପିଇଓ, ତେଲୁଗୁ ଓ ସମସ୍ତ ବର୍ଗର ଭିନ୍ନକ୍ଷମ ପ୍ରାର୍ଥୀଙ୍କର ସାର୍ଟିଫିକେଟ ଯାଞ୍ଚ କରାଯାଉଛି। ଉକ୍ତ ଯାଞ୍ଚ ପ୍ରକ୍ରିୟାକୁ ସ୍ବଚ୍ଛ ଓ ତ୍ରୁଟିଶୂନ୍ୟ କରିବା ପାଇଁ ସମସ୍ତ ଜିଲା ଶିକ୍ଷା ଅଧିକାରୀଙ୍କୁ ନିର୍ଦେଶ ଦିଆଯାଇଛି। ଯାଞ୍ଚ ସମୟରେ ଯଦି କୌଣସି ଶଙ୍କା ଉପୁଜେ ତେବେ ତାହାକୁ ଦୂରୀଭୂତ କରିବା ପାଇଁ ଓଏସ୍‌ଏସ୍‌ସି ଅଫିସ ତଥା ମାଧ୍ୟମିକ ଶିକ୍ଷା ନିର୍ଦେଶାଳୟରେ ଏକ ସହାୟତା କେନ୍ଦ୍ର ଖୋଲାଯାଇଛି। ସାର୍ଟିଫିକେଟ ଯାଞ୍ଚ ପ୍ରକ୍ରିୟା ସରିବା ପରେ ଖାଲିଥିବା ପଦବୀ ଅନୁଯାୟୀ ଚୂଡ଼ାନ୍ତ ତାଲିକା ପ୍ରସ୍ତୁତ କରାଯିବ ବୋଲି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

Hot this week

ହ୍ୟୁମାନ୍‌ ମୃତ୍ୟୁର ତଦନ୍ତ ଲାଗି ମୁଖ୍ୟମନ୍ତ୍ରୀଙ୍କୁ ଅନୁରୋଧ କରିଛି

ଟିଟିଲାଗଡ଼ : ହ୍ୟୁମାନ୍ ସାଗରଙ୍କ ମୃତ୍ୟୁର ତଦନ୍ତ ନେଇ ପ୍ରତିକ୍ରିୟା ରଖିଛନ୍ତି...

ଟ୍ରକ୍‌-ବାଇକ୍ ଧକ୍କା : ସ୍ଵାମୀ ଆଗରେ ଚାଲିଗଲା ସ୍ତ୍ରୀର ଜୀବନ

ହରଭଙ୍ଗା : ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ପୁରୁଣାକଟକ ଥାନା ଅନ୍ତର୍ଗତ...

ଅପରାହ୍ନ ୧ଟା ମୁଖ୍ୟ ଖବର

() ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ ୨୫ ମୃତ...ମୃତକଙ୍କ ପରିବାରକୁ...

କଣ ରହିଛି ବିଶ୍ଵାସ, କାହିଁକି କାଠକୁ ଛୁଅଁନ୍ତି ଲୋକେ ?

ନୂଆଦିଲ୍ଲୀ : ଦୀର୍ଘ ବର୍ଷ ଧରି ସାରା ବିଶ୍ଵରେ ଅନେକ ଅଜବ...

ଲୋକସଭାରେ ବନ୍ଦେ ମାତରମ୍ ଉପରେ ବିତର୍କ କରିବେ ମୋଦୀ

ସମାଜ ଲାଇଭ ଡ଼େସ୍କ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆସନ୍ତାକାଲି ଲୋକସଭାରେ...

Related Articles

Popular Categories