www.samajalive.in
Saturday, December 13, 2025
23.1 C
Bhubaneswar

ଟାଙ୍ଗି ଗୋବିନ୍ଦପୁର ଛକରେ ୨ଜଣଙ୍କୁ ସଂଘବଦ୍ଧ ଆକ୍ରମଣ, ଜଣେ ମୃତ

ଚୌଦ୍ବାର: ବାଲିଘାଟ ବିବାଦରୁ ଜଣଙ୍କ ମୃତ୍ୟୁ ହୋଇଥିବାବେଳେ ଆଉ ଜଣେ ଗୁରୁତର ଆହତ ହୋଇଥିବା ସୂଚନା ହୋଇଛି। ବାଲିଘାଟ ବିବାଦକୁ ନେଇ ପୂର୍ବ ଶତ୍ରୁତାରୁ ଆକ୍ରମଣରୁ ଜଣେ ବ୍ୟକ୍ତିଙ୍କ ଜୀବନ ଚାଲିଯାଇଥିବା ସୂଚନା ମିଳିଛି। ଟାଙ୍ଗି ଗୋବିନ୍ଦପୁର ଛକରେ ୨ଜଣଙ୍କୁ ସଂଘବଦ୍ଧ ଆକ୍ରମଣ ହୋଇଥିବା ଜଣାପଡ଼ିଛି। ଏହି ସଂଘବଦ୍ଧ ଆକ୍ରମଣରେ ଦୁଇଜଣ ଗୁରୁତର ଆହତ ହୋଇଥିଲେ। ସେମାନଙ୍କୁ ଚିକିତ୍ସା ପାଇଁ କଟକ ଏସସିବି ମେଡ଼ିକାଲ ସ୍ଥାନାନ୍ତର କରାଯାଇଥିଲା। ସେଥିମଧ୍ୟରୁ ଜଣଙ୍କୁ ମୃତ ଏସସିବି ଡାକ୍ତର ମୃତ ଘୋଷଣା କରିଥିଲେ। ଅପରପକ୍ଷରେ ଆଉ ଜଣେ ଚିକିତ୍ସାଧୀନ ଥିବା ଜଣାପଡ଼ିଛି। ମୃତକ ଓ ଆହତ ଜରିପଡ଼ାର ହୋଇଥିବାବେଳେ ଆକ୍ରମଣକାରୀ ରସିଦନଗରର ବୋଲି ଜଣାପଡ଼ିଛି। ଖବର ପାଇ ପୁଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି।

Hot this week

ଭୟଙ୍କର ସଡ଼କ ଦୁର୍ଘଟଣା, ଟ୍ରକ୍ ଏବଂ ଅଟୋ ଧକ୍କାରେ ୩ ମୃତ

ସମାଜ ଡିଜିଟାଲ ଡେସ୍କ: ଉତ୍ତର ପ୍ରଦେଶର ଉନ୍ନାଓରେ ଏକ ଭୟଙ୍କର ସଡ଼କ...

ନୋବେଲ ବିଜେତା କାହିଁକି ବାରମ୍ବାର ହେଉଛନ୍ତି ଗିରଫ ? ପୂର୍ବରୁ ହୋଇସାରିଛନ୍ତି ୧୩ଥର

ନୂଆଦିଲ୍ଲୀ: ନୋବେଲ ପୁରସ୍କାର ବିଜେତା ନର୍ଗିସ୍ ମହମ୍ମଦୀ ଏବେ ଚର୍ଚ୍ଚାରେ ରହିଛନ୍ତି।...

ଚାଲାଣ ଛାଡ଼ ପାଇବାର ଶେଷ ସୁଯୋଗ, ଆଜି ବର୍ଷର ଶେଷ ଲୋକ ଅଦାଲତ

ସମାଜ ଡିଜିଟାଲ ଡେସ୍କ: ୨୦୨୫ ବର୍ଷର ଶେଷ ଲୋକ ଅଦାଲତ ଆଜି...

ଟଙ୍କାର ମୂଲ୍ୟହ୍ରାସ ଓ ଦେଶର ଅର୍ଥନୀତି

ବିଶ୍ବର ଅର୍ଥନୈତିକ ଶକ୍ତିଶାଳୀ ରାଷ୍ଟ୍ର ତାଲିକାରେ ଭାରତ ଚତୁର୍ଥ ସ୍ଥାନରେ ରହିଥିବାବେଳେ...

ସୂର୍ଯ୍ୟ ମନ୍ଦିରରୁ ବାଲିକଢ଼ା

ଐତିହ୍ୟ ଓ ପର୍ଯ୍ୟଟନସ୍ଥଳୀ କୋଣାର୍କର ସୂର୍ଯ୍ୟ ମନ୍ଦିର କଳା, ସଂସ୍କୃତି ଓ...

Related Articles

Popular Categories