www.samajalive.in
Sunday, December 14, 2025
26.1 C
Bhubaneswar

ଚୌଦ୍ୱାର ମହାବିଦ୍ୟାଳୟରେ ଜାତୀୟ ସେବା ଯୋଜନା ଦିବସ

ଚୌଦ୍ୱାର:ଚୌଦ୍ୱାର ମହାବିଦ୍ୟାଳୟ ଜାତୀୟ ସେବା ଯୋଜନାର +୨ ମହିଳା ବିଭାଗ ତରଫରୁ ଜାତୀୟ ସେବା ଯୋଜନା ଦିବସ ପାଳିତ ହୋଇଯାଇଛି। ଅଧ୍ୟକ୍ଷ ଡ. ଉମେଶ ଚନ୍ଦ୍ର ଦେବତାଙ୍କ ପୌରହିତ୍ୟରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ମହାବିଦ୍ୟାଳୟ ଛାତ୍ରଛାତ୍ରୀମାନଙ୍କ ଦ୍ୱାରା ବିଦ୍ୟାଳୟ ପରିସରରେ ସଫେଇ କାର୍ଯ୍ୟ କରାଯାଇଥିଲା।

ସେବା ଯୋଜନା ଅଧିକାରୀ ଡ.ସସ୍ମିତା କର ଏବଂ ପ୍ରାଶାସନିକ ଅଧିକାରୀ ସଞ୍ଜୟ କୁମାର ଧଳ ଜୀବନରେ ସେବାର ମହତ୍ୱ ବିଷୟରେ ଆଲୋଚନା କରି ଛାତ୍ରଛାତ୍ରୀ ମାନଙ୍କ ବ୍ୟକ୍ତିତ୍ୱ ବିକାଶରେ ଏନଏସଏସର ଭୂମିକା ସମ୍ପର୍କରେ ଆଲୋଚନା କରିଥିଲେ। ଅଧ୍ୟାପିକା ତନୁଶ୍ରୀ ପ୍ରୀୟଦର୍ଶିନୀ ତ୍ରିପାଠୀ ଧନ୍ୟବାଦ ଅର୍ପଣ କରିଥିଲେ। ଏନଏସଏସ କ୍ୟାଡ଼େଟ ବର୍ଷା, ଲିପ୍ସା, ଅଙ୍କିତା, ଶୁଭଶ୍ରୀ, ଶ୍ରଦ୍ଧା ପ୍ରମୁଖଙ୍କ ଦ୍ୱାରା ସ୍ୱଚ୍ଛତା ଓ ପରିବେଶ ସୁରକ୍ଷା ସମ୍ପର୍କିତ ନୃତ୍ୟ ଓ ସଂଗୀତ ପରିବେଷଣ କରାଯାଇଥିଲା।

Hot this week

ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ; ୧୦ ଜଣଙ୍କ ମୃତ୍ୟୁ, ପୁଲିସର ଜରୁରୀକାଳୀନ ଅପରେସନ୍ ଜାରି

ଅଷ୍ଟ୍ରେଲିଆ: ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ ଖବର ପରେ ରବିବାର ସକାଳେ...

ପୁଲିସ ହେପାଜତରେ ଅଭିଯୁକ୍ତଙ୍କ ମୃତ୍ୟୁ!

ସମାଜ ଡିଜିଟାଲ ଡେସ୍କ: ବାଣପୁର ପୁଲିସ ହେପାଜତରେ ଅଭିଯୁକ୍ତଙ୍କର ମୃତ୍ୟୁ ହୋଇଥିବା...

ଏସଆଇଆର ବିରୋଧରେ ଦିଲ୍ଲୀରେ କଂଗ୍ରେସର ମହାରାଲି

ନୂଆଦିଲ୍ଲୀ: ରାଜଧାନୀ ଦିଲ୍ଲୀରେ କଂଗ୍ରେସର ରଣହୁଙ୍କାର । ବିଭିନ୍ନ ରାଜ୍ୟରୁ ଶହଶହ...

ପଙ୍କଜ ଚୌଧୁରୀ ୟୁପିର ନୂତନ ବିଜେପି ସଭାପତି

ଉତ୍ତରପ୍ରଦେଶ: ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟିଛି । ୟୁପି ବିଜେପିର...

ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି

ପୁରୀ: ପୁରୀ ଶ୍ରୀମନ୍ଦିର ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି ।...

Related Articles

Popular Categories