www.samajalive.in
Saturday, December 6, 2025
16.1 C
Bhubaneswar

ମଙ୍ଗୁଳି ଛକରେ ଜଳିଗଲା କବାଡ଼ିଆ ଗୋଦାମ

ଚୌଦ୍ୱାର: ମଙ୍ଗୁଳି ଛକରେ ଥିବା ଏକ କବାଡ଼ିଆ ଗୋଦାମରେ ନିଆଁ ଲାଗି ସମ୍ପୂର୍ଣ୍ଣ ଜଳିଯାଇଥିବା ସୂଚନା ମିଳିଛି। ମଙ୍ଗୁଳି ଛକ କବାଡ଼ିଆ ଗୋଦାମରେ ନିଆଁ ଲାଗିଥିବା ଖବର ପାଇ ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚିଥିଲା। ଏହାପରେ ସ୍ଥାନୀୟ ଲୋକ ଓ ପୁଲିସ ସହାୟତାରେ କବାଡ଼ିଆ ଗୋଦାମରେ ଲାଗିଥିବା ନିଆଁକୁ ଅଗ୍ନିଶମ ବାହିନୀ ଆୟତ୍ତ କରିଥିଲା।

କବାଡ଼ିଆ ଗୋଦାମରେ ନିଆଁ ଲାଗି ଲକ୍ଷାଧିକ ଟଙ୍କାର ସାମଗ୍ରୀ ପୋଡ଼ି ପାଉଁଶ ହୋଇଯାଇଥିବା ଜଣାପଡ଼ିଛି। ତେବେ ଗୋଦାମ ଉପରେ ଯାଇଥିବା ବିଦ୍ୟୁତ ତାରରୁ ନିଆଁ ଲାଗିଥିବା ସନ୍ଦେହ କରାଯାଉଛି। ପୁଲିସ ଘଟଣାର ତଦନ୍ତ ଆରମ୍ଭ କରିଥିବା ସୂଚନା ମିଳିଛି।

Hot this week

ଟିଏମ୍‌ସି ସାଂସଦଙ୍କୁ ସମ୍ବିତ ପାତ୍ରଙ୍କ କଡ଼ା ଜବାବ

‘ଓଡ଼ିଶାରେ ବାଂଲାଦେଶୀଙ୍କ ସ୍ଥାନ ନାହିଁ ’ ନୂଆଦିଲ୍ଲୀ : ଲୋକସଭା ଶୂନ୍ୟକାଳରେ ବାଂଲାଦେଶୀ...

ଇତ​ରେ ଦେଲେ ଉପଦେଶ…

ନର୍ମଦା ନଦୀର ତୀର ଦେଶରେ ଏକ ବିଶାଳ ବଟବୃକ୍ଷ କାହିଁ କେଉଁ...

ସମ୍ପାଦକୀୟ: ଇଣ୍ଡିଗୋ ସଂକଟ

ଭାରତୀୟ ବିମାନ ସେବା ଇତିହାସରେ ନିକଟ ଅତୀତରେ ଘଟିଥିବା ସବୁଠାରୁ ବଡ଼...

ଗୋପବନ୍ଧୁ ଐତିହ୍ୟର ବାହକ

ଉତ୍କଳ ଗୌରବ ମଧୁସୂଦନ ଦାସଙ୍କୁ ଶେଷ ଜୀବନରେ ମହାନ ବର୍ଷୀୟାନ ପୁରୁଷ...

ଆତଙ୍କବାଦ ବିରୋଧରେ ସାଲିସ ବିହୀନ ଲଢ଼େଇ: ବିଶ୍ବ ସମୁଦାୟକୁ ଭାରତ-ରୁଷ୍‌ର ମିଳିତ ଆହ୍ବାନ

ନୂଆଦିଲ୍ଲୀ: ଆତଙ୍କବାଦ ବିରୋଧରେ ସାଲିସ୍ ବିହୀନ ଲଢେଇ ପାଇଁ ବିଶ୍ବ ସମୁଦାୟକୁ...

Related Articles

Popular Categories