www.samajalive.in
Saturday, December 13, 2025
26.1 C
Bhubaneswar

ଚକ୍ରଧର ସାହୁ ସ୍ମାରକୀ ଛାତ୍ରବୃତ୍ତି ପ୍ରଦାନ

ହରଭଙ୍ଗା: ହରଭଙ୍ଗା ବ୍ଲକ ଛତ୍ରଙ୍ଗ ପଂଚାୟତ ଅର୍ନ୍ତଗତ ଭାଲିଆଗୋରା ଚକ୍ରଧର ସାହୁ ସ୍ମାରକୀ ଟ୍ରଷ୍ଟ ଆନୁକୂଲ୍ୟରେ ଗୁରୁଦିବସ ଅବସରରେ ଛାତ୍ରବୃତ୍ତି ପ୍ରଦାନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ଏହି ଅବସରରେ ବ୍ଲକ ଗୋଷ୍ଠିଶିକ୍ଷା ଅଧିକାରୀ ଦେବରାଜ ପ୍ରଧାନ ମୁଖ୍ୟଅତିଥିଭାବେ ଯୋଗଦାନ କରିଥିଲେ। ମୁଖ୍ୟଅତିଥିଙ୍କ ଦ୍ୱାରା ୨୦୧୮-୧୯ ଏବଂ ୨୦୧୯-୨୦ ଶିକ୍ଷାବର୍ଷର ଦଶମ ଶ୍ରେଣୀ ପରୀକ୍ଷାରେ ସର୍ବାଧିକ ନମ୍ବର ରଖିଥିବା ଦୁଇଜଣ ମେଧାବୀ ଛାତ୍ର ଚିନ୍ମୟୀ ନାୟକ ଏବଂ ଆଶୁତୋଷ ଦେହୁରୀଙ୍କୁ ଚକ୍ରଧର ସାହୁ ସ୍ମାରକୀ ଛାତ୍ରବୃତ୍ତି ପ୍ରଦାନ କରାଯାଇଥିଲା। ଉକ୍ତ କାର୍ଯ୍ୟକ୍ରମରେ ଟ୍ରଷ୍ଟର ଅଧ୍ୟକ୍ଷ ପ୍ରଦୀପ୍ତ କୁମାର ସାହୁ, ନାରାୟଣ ଉଚ୍ଚ ବିଦ୍ୟାଳୟର ପ୍ରତିଷ୍ଠାତା ସଭ୍ୟ ତଥା ସମ୍ପାଦକ ଆର୍ତବନ୍ଧୁ ଗୋଛି, ଛତ୍ରଙ୍ଗ ଅଂଚଳର ବୟୋଜ୍ୟେଷ୍ଠ ଓ ନୀତି ଆଦର୍ଶର ପ୍ରତୀକ ଗଙ୍ଗାଧର ରାଉତ, ଅଜିତ କୁମାର ରାଉତ ସମେତ ସ୍ଥାନୀୟ ଉଚ୍ଚ ବିଦ୍ୟାଳୟର ପ୍ରଧାନ ଶିକ୍ଷକ, ସହକାରୀ ଶିକ୍ଷକ ଯୋଗଦାନ କରିଥିଲେ। ସତ୍ୟନାରାୟଣ ସାହୁ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ।

Hot this week

କଲକତା ଅଘଟଣ : ଇଭେଣ୍ଟ ଆୟୋଜକ ଅଟକ

ସମାଜ ଲାଇଭ୍ ଡେସ୍କ : ବିଶ୍ଵ ଫୁଟ୍‌ବଲ୍‌ ତାରକା ଲିଓନେଲ୍ ମେସିଙ୍କ...

ବୋରଓ୍ବେଲରେ ବିଷ ମିଶାଇଲେ ଦୁର୍ବୁତ୍ତ !

ମାଲକାନଗିରି:ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ ଦଳପତିଗୁଡ଼ା ପଞ୍ଚାୟତ ସିନ୍ଧାବେଡ଼ା ଉଚ୍ଚ ପ୍ରାଥମିକ...

ଅପରାହ୍ନ ୩ଟା ମୁଖ୍ୟ ଖବର

() ପୁଲିସ୍‌ ଏସ୍‌ଆଇ ନିଯୁକ୍ତି ସ୍କାମ୍..ରାଜ୍ୟ ବାହାରୁ ଆଉ ଜଣେ ଦଲାଲ...

ସିମ୍ ବାଇଣ୍ଡିଂ କ’ଣ? ଯାହାକୁ ନେଇ ଚିନ୍ତାରେ…

ନୂଆଦିଲ୍ଲୀ : ଦୂରସଞ୍ଚାର ବିଭାଗ ହ୍ୱାଟ୍ସଆପ୍, ଟେଲିଗ୍ରାମ୍, ସିଗନାଲ୍ ଏବଂ ସ୍ନାପଚାଟ୍...

କ୍ଷମା ମାଗିଲେ ମମତା

ସମାଜ ଲାଇଭ ଡ଼େସ୍କ : ମେସିଙ୍କ ଗସ୍ତ ପରେ କଲକାତା ସଲ୍ଟ...

Related Articles

Popular Categories