www.samajalive.in
Tuesday, December 9, 2025
16.1 C
Bhubaneswar

ମୋଦୀ ଓ ମାକ୍ରନ୍‍ଙ୍କୁ ‘ଚମ୍ପିଅନ୍ସ ଅଫ୍‍ ଦି ଆର୍ଥ’ ସମ୍ମାନ

ନୂଆଦିଲ୍ଲୀ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏବଂ ଫ୍ରାନ୍‍ସ ରାଷ୍ଟ୍ରପତି ଇମାନୁଏଲ୍‍ ମାକ୍ରନ୍‍ ଜାତିସଂଘର ସର୍ବୋଚ୍ଚ ପରିବେଶ ସମ୍ମାନ ‘ଚମ୍ପିଅନ୍ସ ଅଫ୍‍ ଦି ଆର୍ଥ’ ପୁରସ୍କାର ପାଇଁ ମନୋନୀତ ହୋଇଛନ୍ତି। ଜାତିସଂଘର ମହାସଚିବ ଆଣ୍ଟୋନିଓ ଗୁଟରେସ୍ ଆସନ୍ତାକାଲି ଏହି ପୁରସ୍କାର ପ୍ରଦାନ କରିବେ। ଜଳବାୟୁ ପରିବର୍ତ୍ତନ ଯୋଗୁଁ ସୃଷ୍ଟି ହୋଇଥିବା ପରିସ୍ଥିତିର ମୁକାବିଲା ଓ ନିରନ୍ତର ବିକାଶ କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ପାଇଁ ଏହି ପୁରସ୍କାର ପ୍ରଦାନ କରାଯାଇଥାଏ । ବିଶେଷ କରି ସୌର ଶକ୍ତିର ବ୍ୟବହାର ଓ ଆନ୍ତର୍ଜାତୀୟ ସୌର ମେଣ୍ଟ ସମ୍ମିଳନୀ ଆୟୋଜନ କ୍ଷେତ୍ରରେ ଏହି ଦୁଇ ଶୀର୍ଷ ନେତାଙ୍କ ପ୍ରଶଂସନୀୟ ଉଦ୍ୟମ ପାଇଁ ଏହି ପୁରସ୍କାର ପ୍ରଦାନ କରାଯାଉଛି।
ବୈଦେଶିକ ବ୍ୟାପାର ମନ୍ତ୍ରଣାଳୟର ମୁଖପାତ୍ର ରବୀଶ୍‍ କୁମାର ନୂଆଦିଲ୍ଲୀରେ ଏକ ସାମ୍ବାଦିକ ସମ୍ମିଳନୀରେ କହିଛନ୍ତି, ଭାରତ ଗସ୍ତରେ ଥିବା ଜାତିସଂଘର ମହାସଚିବ ଆଣ୍ଟୋନିଓ ଗୁଟରେସ୍ ଆସନ୍ତାକାଲି ନୂଆଦିଲ୍ଲୀରେ ଥିବା ପ୍ରବାସୀ ଭାରତୀୟ କେନ୍ଦ୍ରରେ ଶ୍ରୀ ମୋଦି ଓ ମାକ୍ରନ୍‍ଙ୍କୁ ଏହି ପୁରସ୍କାର ପ୍ରଦାନ କରିବେ।

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories