ଭୁବନେଶ୍ବର : ଘୂର୍ଣ୍ଣିବଳୟ ପ୍ରଭାବରେ ଗତ ତିନି ଦିନ ଧରି ରାଜ୍ୟର ବିଭିନ୍ନ ଅଞ୍ଚଳରେ ଘୂର୍ଣ୍ଣିଝଡ଼ ସହିତ ହୋଇଥିବାବେଳେ ରବିବାର ଅଳ୍ପ କେତେକ ଅଞ୍ଚଳରେ ବର୍ଷାର ସମ୍ଭାବନା ରହିଛି। ତେବେ ଆସନ୍ତା ୧୦ ତାରିଖରୁ ଦୁଇ ଦିନ ଧରି ରାଜ୍ୟର ଅଧିକାଂଶ ଅଞ୍ଚଳରେ ବର୍ଷାର ସମ୍ଭାବନା ରହିଛି। ହୋଲି ଉତ୍ସବ ସମୟରେ କିଛି ସ୍ଥାନରେ ହାଲୁକା ବର୍ଷା ହୋଇପାରେ।

ରବିବାର ଗଞ୍ଜାମ, ପୁରୀ, ଗଜପତି, କନ୍ଧମାଳ, ରାୟଗଡ଼ା, କୋରାପୁଟ, ମୟୂରଭଞ୍ଜର କିଛି ସ୍ଥାନରେ ବର୍ଷା ହୋଇପାରେ। ଏସବୁ ସ୍ଥାନରେ ସତର୍କ ରହିବା ପାଇଁ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ୱାର୍ନି ଜାରି କରାଯାଇଛି। ୯ତାରିଖରେ ସ୍ବଳ୍ପ ବର୍ଷାର ସମ୍ଭାବନା ଥିବାବେଳେ ୧୦ରେ ଉତ୍ତର, ପଶ୍ଚିମ ଓ ଦକ୍ଷିଣ ଓଡ଼ିଶାରେ ବର୍ଷା ହେବ। ବିଶେଷ କରି ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ସୋନପୁର, କନ୍ଧମାଳ ଓ ଗଞ୍ଜାମରେ ଘଡ଼ଘଡ଼ି ସହିତ ବର୍ଷା କିମ୍ବା ଘୂର୍ଣ୍ଣିଝଡ଼ର ସମ୍ଭାବନା ରହିଛି। ୧୧ତାରିଖରେ ମଧ୍ୟ କିଛି ଜିଲାରେ ବର୍ଷା ହେବ ବୋଲି ପାଣିପାଗ ବିଭାଗ ସୂତ୍ରରୁ ଜଣାପଡ଼ିଛି।



