www.samajalive.in
Saturday, December 13, 2025
17.1 C
Bhubaneswar

୩ ବିଶ୍ବବିଦ୍ୟାଳୟ କୁଳପତିଙ୍କ କାର୍ଯ୍ୟକାଳ ବଢ଼ିଲା

ଭୁବନେଶ୍ବର: ଆଜି କୁଳାଧିପତିଙ୍କ କାର୍ଯ୍ୟାଳୟ ପକ୍ଷରୁ ରାଜ୍ୟର ୩ଟି ବିଶ୍ବବିଦ୍ୟାଳୟ କୁଳପତିଙ୍କ କାର୍ଯ୍ୟକାଳକୁ ବୃଦ୍ଧି କରାଯାଇଛି  ବୋଲି କୁଳାଧିପତିଙ୍କ ପ୍ରମୁଖ ସଚିବ ସୂଚନା ଦେଇଛନ୍ତି। ଏ ସଂକ୍ରାନ୍ତରେ ଆଜି ରାଜଭବନ ପକ୍ଷରୁ ଏକ ବିଜ୍ଞପ୍ତି ପ୍ରକାଶ କରାଯାଇଛି। ଏଥିରେ ରାଜ୍ୟର ୩ଟି ବିଶ୍ବବିଦ୍ୟାଳୟର କୁଳପତିଙ୍କ କାର୍ଯ୍ୟକାଳ ଆଉ ୬ ମାସ ପର୍ଯ୍ୟନ୍ତ କାର୍ଯ୍ୟକାଳ ବଢ଼ାଇ ଦିଆଯାଇଛି।

ଉତ୍କଳ ବିଶ୍ବବିଦ୍ୟାଳୟ କୁଳପତି ପ୍ରଫେସର ସବିତା ଆଚାର୍ଯ୍ୟ, ରମାଦେବୀ ମହିଳା ବିଶ୍ବବିଦ୍ୟାଳୟ କୁଳପତି ପ୍ରଫେସର ଅପରାଜିତା ଚୌଧୁରୀ ଓ ଗଙ୍ଗାଧର ବିଶ୍ବବିଦ୍ୟାଳୟ କୁଳପତି ପ୍ରଫେସର ଏନ.ନାଗରାଜୁଙ୍କ କାର୍ଯ୍ୟକାଳ ୬ ମାସ ପର୍ଯ୍ୟନ୍ତ ବଢ଼ାଇ ଦିଆଯାଇଛି। ଏହି ଅବଧି ମଧ୍ୟରେ କୁଳପତିମାନେ ନୀତିଗତ ନିଷ୍ପତ୍ତି ନେଇପାରିବେ ନାହିଁ। ନୂଆ କୁଳପତି ନିଯୁକ୍ତି ପର୍ଯ୍ୟନ୍ତ କିମ୍ବା ୬ ମାସ ପର୍ଯ୍ୟନ୍ତ କୁଳଭାବେ ସେମାନେ କାର୍ଯ୍ୟ କରିପାରିବେ ବୋଲି କୁହାଯାଇଛି।

- Advertisement -

ଏଠାରେ ସୂଚନା ଯୋଗ୍ୟ ଯେ ରାଜ୍ୟର ୩ ବିଶ୍ବବିଦ୍ୟାଳୟ କୁଳପତିଙ୍କ କାର୍ଯ୍ୟକାଳ ଏଇ ମାସରେ ସରୁଥିଲା।

Hot this week

ପୁରୀ-କୋଣାର୍କ ମେରାଇନ ଡ୍ରାଇଭ୍‌ରେ ଆରମ୍ଭ ହେଲା ୭ମ ଇକୋ ରିଟ୍ରିଟ, ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର  :ଚଳିତବର୍ଷ ପାଇଁ ପୁରୀ-କୋଣାର୍କ ମେରାଇନ ଡ୍ରାଇଭ୍‌ ମୁଖ୍ୟରାସ୍ତା ନିକଟ ରାମଚଣ୍ଡୀ...

ଦିଲ୍ଲୀରେ ସାଂସଦ ପ୍ରତାପ ଷଡ଼ଙ୍ଗୀ ଅସୁସ୍ଥ 

ନୀଳଗିରି: ଲୋକସଭା ଚାଲିଥିବା ବେଳେ ହଠାତ ବାଲେଶ୍ୱର ସାଂସଦ ପ୍ରତାପ ଷଡ଼ଙ୍ଗୀ...

ଦିବ୍ୟାଙ୍ଗ ଦୃଷ୍ଟିହୀନ ବୃଦ୍ଧା ପାଉନାହାନ୍ତି ସରକାରୀ ସହାୟତା

ଫୁଲବାଣୀ, : ନା ଅଛି ତାଙ୍କ ପାଇଁ ସରକାରଙ୍କ ତରଫରୁ ରହିବା...

ହଟହଟା ହେଲେ ପାକିସ୍ତାନ ପ୍ରଧାନମନ୍ତ୍ରୀ ଶେହବାଜ ସରିଫ – ୪୦ ମିନିଟ୍‌ ପରେ ବି ପୁତିନ୍‌ ଦେଖା ଦେଲେନି

ନୂଆଦିଲ୍ଲୀ - ହଟହଟା ହେଲେ ପାକିସ୍ତାନ ପ୍ରଧାନମନ୍ତ୍ରୀ ଶେହବାଜ ସରିଫ ।...

ମାଲକାନାଗିରି ଆଇନ ଶୃଙ୍ଖଳା ସ୍ଥିତି ନେଇ ମୁଖ୍ୟମନ୍ତ୍ରୀଙ୍କୁ ରିପୋର୍ଟ ଦେଲେ ଉପମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର - ମାଲକାନାଗିରି ଆଇନ ଶୃଙ୍ଖଳା ସ୍ଥିତି ନେଇ ମୁଖ୍ୟମନ୍ତ୍ରୀଙ୍କୁ ରିପୋର୍ଟ...

Related Articles

Popular Categories