www.samajalive.in
Monday, December 15, 2025
27.1 C
Bhubaneswar

ଚନ୍ଦକାରୁ ନରକଙ୍କାଳ ଉଦ୍ଧାର ଘଟଣାର ପର୍ଦ୍ଦାଫାଶ: ୭୦ ବର୍ଷୀୟ ବୃଦ୍ଧଙ୍କୁ ହତ୍ୟା କରି ଫିଙ୍ଗିଥିଲେ ଦୁର୍ବୃତ୍ତ

ସମାଜଲାଇଭ ଡେସ୍କ: ଚନ୍ଦକା ଜଙ୍ଗଲରୁ ନରକଙ୍କାଳ ଉଦ୍ଧାର ଘଟଣାର ପର୍ଦ୍ଦାଫାଶ କରିଛି ପୁଲିସ। ଏହି ନରକଙ୍କାଳ ଜଣେ ୭୦ ବର୍ଷୀୟ ବୃଦ୍ଧଙ୍କର। ତାଙ୍କୁ ହତ୍ୟା କରି ଜଙ୍ଗଲରେ ଫିଙ୍ଗି ଦିଆଯାଇଥିବା ପୁଲିସ ତଦନ୍ତରୁ ଜାଣିବାକୁ ପାଇଛି। ଏହି ଘଟଣାରେ ପୁଲିସ ଜଣେ ଅଭିଯୁକ୍ତକୁ ଗିରଫ କରିବା ସହିତ ଘଟଣାସ୍ଥଳକୁ ନେଇ କ୍ରାଇମସିନ୍‌ ରିକ୍ରିଏସନ କରିଛି।

ମାସକ ତଳେ ପିତାଗାଡ଼ିଆ ପାଟଣାର ଜଣେ ୭୦ ବର୍ଷୀୟ ବୃଦ୍ଧ ବଳରାମ ଦେଓଗାମ ନିଖୋଜ ହୋଇଯାଇଥିବା ନେଇ ଥାନାରେ ଅଭିଯୋଗ ହୋଇଥିଲା। ଜବତ ହୋଇଥିବା ନରକଙ୍କାଳଟି ବଳରାମଙ୍କର ବୋଲି ପୁଲିସ ସ୍ପଷ୍ଟ କରିଛି। ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ବଳରାମଙ୍କୁ ହତ୍ୟା କରାଯାଇଥିବା ପୁଲିସ କହିଛି। ଏହା ସହିତ ଏଥିରେ ଆଉ କିଏ ସମ୍ପୃକ୍ତ ଅଛନ୍ତି କି ନାହିଁ ତାହାର ତଦନ୍ତ କରୁଛି ପୁଲିସ।

Hot this week

ପହଲଗାଓଁ ଆତଙ୍କବାଦୀ ଆକ୍ରମଣ ମାମଲାର ଚାର୍ଜସିଟ୍ ଦାଖଲ କରିବ ଏନଆଇଏ

ସମାଜ ଲାଇଭ ଡ଼େସ୍କ : ଆଜି ପହଲଗାଓଁ  ଆତଙ୍କବାଦୀ ଆକ୍ରମଣ ଘଟଣାରେ,...

ଭୁବନେଶ୍ୱରରେ ହେବ ଭିଜା ସେଣ୍ଟର

ସମାଜ ଡିଜିଟାଲ ଡେସ୍କ: ଭୁବନେଶ୍ୱରରେ ହେବ ‘ଗ୍ଲୋବାଲ ଭିଜା ଆପ୍ଲିକେସନ ସେଣ୍ଟର’...

ଡିଜିପିଙ୍କ କ୍ୟାମ୍ପ ଅଫିସ ସମ୍ମୁଖରେ ବିଜେଡିର ଧାରଣା

ଭୁବନେଶ୍ବର: ପ୍ରଣବଙ୍କ ଘରେ ଭଙ୍ଗାରୁଜାକୁ ନେଇ ପ୍ରତିବାଦ ତୀବ୍ର ହେବାରେ ଲାଗିଛି।...

କେନ୍ଦ୍ରାପଡାରେ ଶୀତଳ ଭଣ୍ଡାର ଲୋକାର୍ପଣ

ସମାଜ ଡିଜିଟାଲ ଡେସ୍କ: କେନ୍ଦ୍ରାପଡା ଜମଧର ଠାରେ ନିର୍ମିତ ଶୀତଳଭଣ୍ଡାରକୁ ଲୋକାର୍ପଣ...

ମୋଦୀଙ୍କୁ କଂଗ୍ରେସର ଅପଶବ୍ଦ : କ୍ଷମା ଦାବି କଲେ ନଡ୍ଡା

ସମାଜ ଲାଇଭ ଡ଼େସ୍କ : ଗତକାଲି ଦିଲ୍ଲୀରେ ଏସାଇଆର ବିରୋଧରେ କଂଗ୍ରେସ...

Related Articles

Popular Categories