www.samajalive.in
Sunday, December 14, 2025
19.1 C
Bhubaneswar

ବିଦ୍ୟାଳୟରେ ଡାଇନିଂ ହଲ ନାହିଁ, ଟାଣ ଖରାରେ ବସି ମଧ୍ୟାହ୍ନ ଭୋଜନ ଖାଉଛନ୍ତି ଛାତ୍ରଛାତ୍ରୀ

ଚାନ୍ଦିପୁଟ: ଗ୍ରୀଷ୍ମପ୍ରବାହ ଯୋଗୁଁ ତାତି ଦିନକୁ ବଢିଚାଲିଥିବା ବେଳେ ବିଦ୍ୟାଳୟରେ ଡାଇନିଂ ହଲ ନ ଥିବାରୁ ବାଧ୍ୟ ହୋଇ ଟାଣ ଖରାରେ ବସି ମଧ୍ୟାହ୍ନ ଭୋଜନ ଖାଉଛନ୍ତି ଛାତ୍ର ଛାତ୍ରୀ । ଗଜପତି ଜିଲା ଚନ୍ଦ୍ରଗିରି ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଛାତ୍ରଛାତ୍ରୀ ଟାଣ ଖରାରେ ବସି ମଧ୍ୟାହ୍ନ ଭୋଜନ ଖାଉଥିବା ଦେଖିବାକୁ ମିଳୁଛି।

୧୮୭୭ ମସିହାରେ ସ୍ଥାପିତ ସର୍ବପୁରାତନ ଏହି ବିଦ୍ୟାଳୟରେ ପ୍ରଥମରୁ ଅଷ୍ଟମ ଶ୍ରେଣୀରେ ପର୍ଯ୍ୟନ୍ତ ୩୯୨ ଜଣ ଛାତ୍ରଛାତ୍ରୀ ପାଠ ପଢୁଛନ୍ତି। ସ୍ଥାନୀୟ ସରପଞ୍ଚଙ୍କ ଠାରୁ ଆରମ୍ଭ କରି ଜିଲା ପରିଷଦଙ୍କ ସମେତ ବିଭାଗୀୟ ଉଚ୍ଚ ପଦାଧିକାରୀଙ୍କୁ  ଡାଇନିଂ ହଲଟିଏ ନିର୍ମାଣ ପାଇଁ ବାରମ୍ବାର ଗୁହାରି କରିଆସୁଛନ୍ତି ବିଦ୍ୟାଳୟ କର୍ତ୍ତୃପକ୍ଷ। କିନ୍ତୁ ଏଯାଏଁ କୌଣସି ସୁଫଳ ମିଳିନଥିବା ପ୍ରକାଶ କରିଛନ୍ତି ପ୍ରଧାନ ଶିକ୍ଷୟତ୍ରୀ ଗୀତାଞ୍ଜଳି ଦଳାଇ। ଛାତ୍ରଛାତ୍ରୀଙ୍କ ପାଇଁ ଡାଇନିଂ ହଲ ଟିଏ ତୁରନ୍ତ ଯୋଗାଇ ଦେବାକୁ ସେ ପ୍ରଶାସନକୁ ଅନୁରୋଧ କରିଛନ୍ତି।

Hot this week

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

ସୋରାବାଡି ଜଙ୍ଗଲରେ ଗୋହତ୍ୟା, ୩ ଗିରଫ

ଗୋପାଳପୁର: ଗୋଳନ୍ଥରା ଥାନା ଅନ୍ତର୍ଗତ ପୁରୁଣାପାଟଣା ନିକଟ ସୋରାବାଡି ଜଙ୍ଗଲରେ ଗତ...

ମାଲକାନଗିରି ହିଂସା: ୧୨ ଗିରଫ

ସମାଜଲାଇଭ ଡ଼େସ୍କ: ମହିଳାଙ୍କ ମୃତ୍ୟୁ ଘଟଣାକୁ ନେଇ ମାଲକାନଗିରିରେ ସୃଷ୍ଟି ହୋଇଥିବା...

Related Articles

Popular Categories