ଶପଥ ଗ୍ରହଣ ପରେ ପ୍ରଧାନମନ୍ତ୍ରୀଙ୍କ ସହ ଏମିତି କଲେ ମୁଖ୍ୟମନ୍ତ୍ରୀ ଚନ୍ଦ୍ରବାବୁ..
ନୂଆଦିଲ୍ଲୀ : ତେଲୁଗୁ ଦେଶମ ପାର୍ଟିର ଅଧ୍ୟକ୍ଷ ଚନ୍ଦ୍ରବାବୁ ନାଇଡୁ ଆନ୍ଧ୍ର ପ୍ରଦେଶର ନୂଆ ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଛନ୍ତି। ତାଙ୍କ ଶପଥ ଗ୍ରହଣ ସମାରୋହରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଓ କେନ୍ଦ୍ର ଗୃହ ମନ୍ତ୍ରୀ ଅମିତ ଶାହାଙ୍କ ସମେତ ଅନ୍ୟ ବରିଷ୍ଠ ନେତା ମଧ୍ୟ ଉପସ୍ଥିତ ଥିଲେ। ଚନ୍ଦ୍ରବାବୁ ନାଇଡୁ ମୁଖ୍ୟମନ୍ତ୍ରୀ ପଦର ଶପଥ ନେବା ମାତ୍ରେ ପ୍ରଥମେ ପ୍ରଧାନମନ୍ତ୍ରୀ ମୋଦୀଙ୍କୁ ଭେଟିଥିଲେ। ଏହାପରେ ହସି କରି ପ୍ରଧାନମନ୍ତ୍ରୀଙ୍କ ସହ ହାତ ମିଳାଇଥିଲେ। ଏହି ସମୟରେ ଚନ୍ଦ୍ରବାବୁ ନାଇଡୁ ପ୍ରଧାନମନ୍ତ୍ରୀଙ୍କ ଆଶୀର୍ବାଦ ନେବା ପାଇଁ ପାଦ ଆଡକୁ ନଇଁବା ସମୟରେ ପ୍ରଧାନମନ୍ତ୍ରୀ ତାଙ୍କୁ କୋଳାଇ ନେଇଥିଲେ। ମଞ୍ଚରେ ଚନ୍ଦ୍ରବାବୁ ନାଇଡୁ ଓ ପ୍ରଧାନମନ୍ତ୍ରୀ ମୋଦୀ ପ୍ରାୟ ୨୦ ସେକେଣ୍ଡ ପର୍ଯ୍ୟନ୍ତ କୋଳାଇ ନେଇଥିଲେ।
ଗାଡି ପଛେ ପଛେ ଦୌଡି ମୁଖ୍ୟମନ୍ତ୍ରୀ ଚନ୍ଦ୍ରବାବୁ ନାଇଡୁଙ୍କୁ ଏପରି କହିଲେ ମହିଳା..
Comments are closed.