www.samajalive.in
Saturday, December 6, 2025
15.1 C
Bhubaneswar

ଆଜି ଆନ୍ଧ୍ରପ୍ରଦେଶର ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ ଏନ୍‌‌. ଚନ୍ଦ୍ରବାବୁ ନାଇଡୁ

ଆନ୍ଧ୍ରପ୍ରଦେଶ: ଆଜି ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିବେ ତେଲୁଗୁ ଦେଶମ ପାର୍ଟି ସୁପ୍ରିମୋ ଏନ୍‌‌.ଚନ୍ଦ୍ରବାବୁ ନାଇଡୁ। ପୂର୍ବାହ୍ନରେ କ୍ରିଷ୍ଣା ଜିଲାର ଗଣାଭରମ ଅନ୍ତର୍ଗତ କେଶରପଲ୍ଲୀ ଆଇଟି ପାର୍କରେ ଆୟୋଜିତ ହେବ ଶପଥ ଗ୍ରହଣ ସମାରୋହ। ଏହି କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ସହିତ ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର, ରାଜସ୍ଥାନ ମୁଖ୍ୟମନ୍ତ୍ରୀ ଭଜନ ଲାଲ ଶର୍ମା, ଉତ୍ତରାଖଣ୍ଡ ମୁଖ୍ୟମନ୍ତ୍ରୀ ପୁଷ୍କର ସିଂହ ଧାମି ଏବଂ ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଏକନାଥ ସିନ୍ଦେ ଉପସ୍ଥିତ ରହିବେ। ଚଳିତ ନିର୍ବାଚନରେ ବିଜେପି, ଟିଡିପି ଓ ଜନସେନା ପାର୍ଟି ମେଣ୍ଟ କରି ନିର୍ବାଚନ ଲଢି ଜଗନମୋହନ ରେଡ୍ଡୀ ସରକାରଙ୍କୁ ଗାଦିଚ୍ୟୁତ କରିଛନ୍ତି। ୧୭୫ ଆସନ ବିଶିଷ୍ଟ ଆନ୍ଧ୍ରପ୍ରଦେଶ ବିଧାନସଭାରେ ଟିଡିପିକୁ ୧୩୫, ପୱନ କଲ୍ୟାଣଙ୍କ ପାର୍ଟିକୁ ୨୧ ଓ ବିଜେପିକୁ ୮ଟି ଆସନ ମିଳିଥିଲା।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories