www.samajalive.in
Sunday, December 7, 2025
15.1 C
Bhubaneswar

ଆନ୍ତର୍ଜାତିକ ପର୍ଯ୍ୟଟନକ୍ଷେତ୍ର ହେବ କୋଣାର୍କ- ଚନ୍ଦ୍ରଭାଗା ଓ ତାଳସାରୀ-ଉଦୟପୁର ବେଳାଭୂମି

ପୁରୀ-କୋଣାର୍କ ମେରାଇନ ଡ୍ରାଇଭର ଚନ୍ଦ୍ରଭାଗା ଏବଂ ବାଲେଶ୍ୱରର ତଳସାରୀ -ଉଦୟପୁର ବେଳାଭୂମିର ଭିତ୍ତିଭୂମିର ବିକାଶ କରିବା ସହ ଏଗୁଡ଼ିକୁ ଅନ୍ତର୍ଜାତୀୟ ପର୍ଯ୍ୟଟନ କ୍ଷେତ୍ରଭାବେ ବିକଶିତ କରିବାକୁ ରାଜ୍ୟ ସରକାର ଆରମ୍ଭ କରିଛନ୍ତି ପ୍ରସ୍ତୁତି । ମୁଖମନ୍ତ୍ରୀ ନବୀନ ପଟ୍ଟନାୟକ ଏହି ଦୁଇଟି ଯୋଜନାର ରୂପରେଖ ନେଇ ଆଲୋଚନା କରିଛନ୍ତି ।

ଏହି ଯୋଜନାରେ ପୁରୀ-କୋଣାର୍କ ବେଳାଭୂମିର ଚନ୍ଦ୍ରଭାଗା ଠାରେ ୧ କିଲୋମିଟର ପର୍ଯ୍ୟନ୍ତ ଅଞ୍ଚଳର ବିକାଶ କରାଯିବ । ଏଥିପାଇଁ ପ୍ରସ୍ତୁତ ମାଷ୍ଟରପ୍ଲାନରେ ଜଳକ୍ରୀଡ଼ା, ଆମୋଦପ୍ରମୋଦ, ସୁଦୃଶ୍ୟ ଚଲାପଥ, ସାଇକେଲ୍ ଟ୍ରାକ୍, ସମୁଦ୍ର ତୀରରେ କାଠ ଚଲାପଥ, ମୁକ୍ତ ରଙ୍ଗମଞ୍ଚ, ପିଲା ଖେଳିବା ପାଇଁ ସ୍ଥାନ, ସୂର୍ଯ୍ୟୋଦୟ ଦେଖିବା ପାଇଁ ମଞ୍ଚ, ଦୁଃସାହସିକ କ୍ରୀଡ଼ା ଆଦି ଅତ୍ୟାଧୁନିକ ସୁବିଧା ଉପଲବ୍ଧ ହେବ । ଏହା ବ୍ୟତୀତ ଆଧୁନିକ ବର୍ଜ୍ୟବସ୍ତୁ ପରିଚାଳନା ବ୍ୟବସ୍ଥା, ବାଲି ସୁରକ୍ଷା ବ୍ୟବସ୍ଥା, ସୌର ଆଲୋକ ସୁବିଧା ସହ ସ୍ଥାନୀୟ ଲୋକଙ୍କ ଅଂଶଗ୍ରହଣକୁ ପ୍ରୋତ୍ସାହିତ କରାଯିବ । ଏହି କାର୍ଯ୍ୟ ୧ ବର୍ଷ ମଧ୍ୟରେ ଶେଷ କରିବାକୁ ଲକ୍ଷ୍ୟ ରଖାଯାଇଛି ।
ସେହିପରି ବାଲେଶ୍ୱର ତାଳସାରୀରେ ବେଳାଭୂମିରେ ପର୍ଯ୍ୟଟକମାନେ ଏକାଧିକ ଦିନ ରହଣୀ କରି ଯେଭଳି ବେଳାଭୂମିର ସୌନ୍ଦର୍ଯ୍ୟକୁ ଉପଭୋଗ କରିପାରିବେ, ସେଥିପାଇଁ ସେଠାପରେ ୨.୪ କିଲୋମିଟର ଅଞ୍ଚଳକୁ ବିକଶିତ କରାଯିବ । ଏଥିପାଇଁ ସେଠାରେ ତାରକା ହୋଟେଲ ଏବଂ ବଜେଟ୍ ହୋଟେଲ ନିର୍ମାଣ ପାଇଁ ମଧ୍ୟ ଉତ୍ସାହିତ କରାଯିବ । ଏଥିସହିତ ସେଠାରେ ବର୍ଷା ଆଶ୍ରୟସ୍ଥଳ ସହ ପର୍ଯ୍ୟଟକଙ୍କ ପାଇଁ ଆନୁଷଙ୍ଗିକ ବିକାଶ ହେବ । 

ପର୍ଯ୍ୟଟକଙ୍କ ସୁରକ୍ଷା ଦୃଷ୍ଟିରୁ ଉଭୟ ସ୍ଥାନରେ କଡ଼ା ସୁରକ୍ଷା ବ୍ୟବସ୍ଥା  ଏବଂ ଲାଇଫ୍ ଗାର୍ଡ ମଧ୍ୟ ମୁତୟନ କରାଯିବ । ଏହି ସମସ୍ତ ପ୍ରକଳ୍ପ କାର୍ଯ୍ୟକୁ ନିର୍ଦ୍ଦାରିତ ସମୟରେ ଶେଷ କରିବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେବା ସହ ସମସ୍ତ ପ୍ରକାର ସହଯୋଗ ଯୋଗାଇ ଦେବା ପାଇଁ ରାଜ୍ୟ ସରକାରଙ୍କର ବିଭିନ୍ନ ବିଭାଗ, ଏଜେନ୍ସି ଓ ଜିଲ୍ଲାପ୍ରଶାସନକୁ ନିର୍ଦ୍ଦେଶ ଦେଇଛନ୍ତି । ପୁରୀ ବେଳାଭୂମିକୁ ବ୍ଲୁ ପ୍ଲାଗ୍ ଷ୍ଟାଣ୍ଡାର୍ଡ ମିଳିଥିବାରୁ ମୁଖ୍ୟମନ୍ତ୍ରୀ ଆନନ୍ଦ ପ୍ରକାଶ କରିବା ସହ ଜିଲ୍ଲା ପ୍ରଶାସନ ଏବଂ ପର୍ଯ୍ୟଟନ ବିଭାଗକୁ ଧନ୍ୟବାଦ ଜଣାଇଛନ୍ତି । ଆଗାମୀ ୨ ବର୍ଷ ମଧ୍ୟରେ ପୁରୀ ଜିଲ୍ଲାର ପୀର ଜାହାନିଆ, ନିଳାଦ୍ରୀ, ମୁହାଣ ଆଦି ବେଳାଭୂମି ଏବଂ ଗଞ୍ଜାମ ଜିଲ୍ଲାର ହରିପୁର ଓ ପତିସୋନପୁର ବେଳାଭୂମିକୁ ବ୍ଲୁ ଫ୍ଲାଗ୍ ବେଳାଭୂମିରେ ବିକଶିତ କରିବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି ।

Hot this week

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣା

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣ ଚନ୍ଦ୍ରଶେଖରପୁର,...

ରାଜ୍ୟସଭାରେ ସାଂସଦ ସୁଜିତ କୁମାରଙ୍କ ପ୍ରସ୍ତାବ ପାଠ୍ୟପୁସ୍ତକ, ସରକାରୀ ୱେବସାଇଟରୁ ‘ଲର୍ଡ’ ଶଦ୍ଦକୁ ବାଦ୍‍ ଦିଆଯାଉ

ନୂଆଦିଲ୍ଲୀ,: ବ୍ରିଟିଶ ଗଭର୍ଣ୍ଣର ଜେନେରାଲ ଏବଂ ଭାଇସରୟଙ୍କ ଉଦେଶ୍ୟରେ ବ୍ୟବହାର ହେଉଥିବା...

ଆଠଗଡ଼ର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଡଃ ରାଧାନାଥ ଜୟନ୍ତୀ ପାଳିତ

ସମାଜ ନ୍ୟୁଜ ଡେସ୍କ- ଆଠଗଡର ସର୍ବପୁରାତନ ପିଏମଶ୍ରୀ ବିଶ୍ଵନାଥ ବିଦ୍ୟାପୀଠରେ ବିଶିଷ୍ଟ...

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

Related Articles

Popular Categories