www.samajalive.in
Friday, December 5, 2025
23.1 C
Bhubaneswar

ବଦଳିଲା ସରକାରୀ ଅଧିକାରୀଙ୍କ ଛୁଟି ନିର୍ଦ୍ଦେଶନାମା

ଭୁବନେଶ୍ୱର: ସରକାରୀ ଅଧିକାରୀଙ୍କ ଛୁଟି ନିର୍ଦ୍ଦେଶନାମାରେ ଆଂଶିକ ପରିବର୍ତ୍ତନ କରିଛି ସାଧାରଣ ପ୍ରଶାସନ ବିଭାଗ । ଛୁଟିରେ ଥିଲେ ବି ଫୋନ୍‌‌ରେ ଯୋଗାଯୋଗ କରିବାକୁ ନିର୍ଦ୍ଦେଶ ଦିଆଯାଇଛି। ୩୦ ଜୁନ୍‌‌ ଯାଏ ସରକାରୀ ଅଧିକାରୀଙ୍କୁ ଛୁଟି ମନା ନେଇ ମଙ୍ଗଳବାର ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ନିର୍ଦ୍ଦେଶନାମା ଜାରି କରାଯାଇଥିଲା। ଦିନକ ପରେ ଆଂଶିକ ପରିବର୍ତ୍ତନ ହୋଇଛି। ନୂଆ ନିର୍ଦ୍ଦେଶନାମା ଅନୁଯାୟୀ ସରକାରୀ ଅଧିକାରୀଙ୍କୂ ସର୍ତ୍ତମୂଳକ ଛୁଟି ପ୍ରଦାନ କରାଯିବ। ଜରୁରୀ କାର୍ଯ୍ୟ ପାଇଁ ଛୁଟିରେ ଥିଲେ ବି ଅଧିକାରୀମାନେ ମୋବାଇଲରେ ଯୋଗାଯୋଗ କରିବାକୁ ନିର୍ଦ୍ଦେଶ ଜାରି କରାଯାଇଛି। ଆବଶ୍ୟକ ପଡିଲେ ତତ୍କାଳ କାର୍ଯ୍ୟରେ ଯୋଗ ଦେବେ। ରାଜ୍ୟରେ ନୂଆ ସରକାର ହେଉଥିବାରୁ ବିଭିନ୍ନ ସ୍ତରରେ କାର୍ଯ୍ୟକ୍ରମ ଚାଲିବାକୁ ଥିବାରୁ ଏହାକୁ ଦୃଷ୍ଟିରେ ରଖି ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ଏହି ନିର୍ଦ୍ଦେଶନାମା ଜାରି ହୋଇଛି।

Hot this week

ନିଆଁ ପୁଆଁଉଥୁବାବେଳେ ଅଘଟଣ

ହରଭଙ୍ଗା: ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ପୁରୁଣାକଟକ ଥାନା ନିକଟରେ ରହୁଥିବା...

ଜାତିର ପିତା ମହାତ୍ମା ଗାନ୍ଧୀଙ୍କୁ ଶ୍ରଦ୍ଧାଞ୍ଜଳୀ ଦେଲେ ପୁଟିନ୍‌

ନୂଆଦିଲ୍ଲୀ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ରାଜଘାଟରେ ପହଞ୍ଚି ଜାତିର ପିତା...

ଫେବୃଆରୀ ୧୯ରୁ ମାଟ୍ରିକ୍‌ ପରୀକ୍ଷା; ଗଣତି ପରୀକ୍ଷା ଦିନ ଅଧିକ ୧୫ମିନିଟ୍‌

ସମାଜ ଡିଜିଟାଲ ଡେସ୍କ: ଫେବୃଆରୀ ୧୯ରୁ ରାଜ୍ୟରେ ଆରମ୍ଭ ହେବ ମାଟ୍ରିକ୍‌...

ରାଷ୍ଟ୍ରପତି ଭବନରେ ପୁଟିନଙ୍କୁ ଭବ୍ୟ ସ୍ଵାଗତ

ସମାଜ ଲାଇଭ ଡ଼େସ୍କ : ରାଷ୍ଟ୍ରପତି ଭବନରେ ପହଞ୍ଚିଲେ ରୁଷ ରାଷ୍ଟ୍ରପତି...

ବିଧାୟକଙ୍କୁ ହତ୍ୟା ଧମକ

କଣ୍ଟାବାଞ୍ଜି: ବଲାଙ୍ଗିର ଜିଲା କଣ୍ଟାବାଞ୍ଜି ବିଧାୟକ ଲକ୍ଷ୍ମଣ ବାଗଙ୍କୁ ଏଠାର ରେଳ...

Related Articles

Popular Categories