www.samajalive.in
Friday, December 5, 2025
20.1 C
Bhubaneswar

ପାରାଦୀପ ବନ୍ଦର ଲାଞ୍ଚ କାରବାର ମାମଲା: ଚର୍ଚ୍ଚିତ ମିଶ୍ରଙ୍କୁ ମିଳିଲା ଜାମିନ

ଭୁବନେଶ୍ବର: ପାରାଦୀପ ବନ୍ଦର ଲାଞ୍ଚ କାରବାର ମାମଲାରେ ମଙ୍ଗଳବାର ଓଡ଼ିଶା ଷ୍ଟିଭେଡୋର୍ସ ଲିମିଟେଡର ନିର୍ଦ୍ଦେଶକ ତଥା ଶିଳ୍ପପତି ମହିମା ମିଶ୍ରଙ୍କ ପୁଅ ଚର୍ଚ୍ଚିତ ମିଶ୍ରଙ୍କୁ ଜାମିନ ମିଳିଛି। ସ୍ୱତନ୍ତ୍ର ସିବିଆଇ କୋର୍ଟ ଚର୍ଚ୍ଚିତଙ୍କୁ ସର୍ତ୍ତମୂଳକ ଜାମିନ ପ୍ରଦାନ କରିଛନ୍ତି। ମିଳିଥିବା ସୂଚନା ମୁତାବକ, ସାକ୍ଷୀଙ୍କୁ ପ୍ରଭାବିତ ନକରିବା ଓ ପାସପୋର୍ଟ ଜମା ପାଇଁ ସିବିଆଇ କୋର୍ଟ ଚର୍ଚ୍ଚିତଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଏଥିସହ ପ୍ରତି ୧୫ଦିନରେ ତଦନ୍ତ ଅଧିକାରୀଙ୍କୁ ସାକ୍ଷାତ କରିବାକୁ ନିର୍ଦେଶ ଦିଆଯାଇଛି।

ଉଲ୍ଲେଖଯୋଗ୍ୟ, ଗତମାସ ୬ ତାରିଖରେ ଚର୍ଚ୍ଚିତ ମିଶ୍ର ଗିରଫ ହୋଇଥିଲେ। ପାରାଦୀପ ବନ୍ଦରର କନଭେୟର ବେଲ୍ଟ ମରାମତି ନାଁରେ ୨୫ ଲକ୍ଷ ଟଙ୍କା ଲାଞ୍ଚ କାରବାରକୁ ନେଇ ଚର୍ଚ୍ଚିତଙ୍କ ସମେତ ୫ ଜଣ ଗିରଫ ହୋଇଥିଲେ। ଗିରଫ ଅଭିଯୁକ୍ତମାନଙ୍କ ମଧ୍ୟରେ ପାରାଦୀପ ପୋର୍ଟ ଚିଫ୍ ମେକାନିକାଲ ଇଞ୍ଜିନିୟର ସରୋଜ ଦାସ, ଠିକାଦାର ସୁମନ୍ତ ରାଉତ, କେସିଟି ଗ୍ରୁପର ଶଙ୍ଖଶୁଭ୍ର ମିତ୍ର ଏବଂ ଓଏସଏଲର ଡିଜିଏମ୍ ସୂର୍ଯ୍ୟ ନାରାୟଣ ସାହୁ ମଧ୍ୟ ସାମିଲ ଅଛନ୍ତି।

Hot this week

ଭୁବନେଶ୍ଵରରେ ପହଞ୍ଚିଲେ ଦକ୍ଷିଣଆଫ୍ରିକା ଦଳର ୫ ଖେଳାଳି

ସମାଜଲାଇଭ ଡେସ୍କ: ଭୁବନେଶ୍ଵର ବିମାନବନ୍ଦରରେ ପହଞ୍ଚିଛନ୍ତି ଦକ୍ଷିଣଆଫ୍ରିକା କ୍ରିକେଟ ଦଳର ୫...

୧୦ ଗୁଣା ବଢ଼ିଲା ବିମାନ ଟିକେଟ ଦର

ସମାଜଲାଇଭ ଡେସ୍କ: ବିଦେଶ ଯାତ୍ରାଠୁ ମହଙ୍ଗା ହେଲା ଭାରତୀୟ ସହରକୁ ବିମାନ...

ଆଜି ଇଣ୍ଡିଗୋର ୧ ହଜାରରୁ ଊର୍ଦ୍ଧ୍ବ ବିମାନ ରଦ୍ଦ, ତଦନ୍ତ କମିଟି ଗଠନ କଲେ ସରକାର

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନର ପରିଚାଳନାଗତ ସଙ୍କଟ ଜାରି ରହିଛି। ଇଣ୍ଡିଗୋ...

ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ

କଟକ :ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ । ଜାତିଆଣ ଆକ୍ଷେପ ଓ ଧର୍ମୀୟ...

ଜାତିସଂଘରେ ଭାରତର ସ୍ଥାୟୀ ସଦସ୍ୟତାକୁ ପୁଟିନଙ୍କ ସମର୍ଥନ

ସମାଜଲାଇଭ ଡେସ୍କ: ଭାରତ-ରୁଷ ମଧ୍ୟରେ ଶୁକ୍ରବାର ଶିଖର ସମ୍ମିଳନୀ ଶେଷ ହୋଇଛି।...

Related Articles

Popular Categories