www.samajalive.in
Monday, December 15, 2025
14.1 C
Bhubaneswar

ରବର୍ଟ ଭଦ୍ରାଙ୍କ ବିରୁଦ୍ଧରେ ଇଡିର ଚାର୍ଜସିଟ୍ ଦାଖଲ

ନୂଆଦିଲ୍ଲୀ, ୨୦ା୧୧: ‌ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ବ୍ୟବସାୟୀ ରବର୍ଟ ଭଦ୍ରାଙ୍କ ବିରୁଦ୍ଧରେ ଚାର୍ଜସିଟ୍ ଦାଖଲ କରିଛି। ଏହି ଚାର୍ଜସିଟ ଇଂଲଣ୍ଡର ଡିଫେନ୍ସ ଡିଲର ସଞ୍ଜୟ ଭଣ୍ଡାରୀଙ୍କ ସହ ଜଡିତ ଅର୍ଥ ହେରଫେର ମାମଲାରେ ଦାୟର ହୋଇଛି। ବିଦେଶୀ ସମ୍ପତ୍ତି ଓ ଅବୈଧ ଆର୍ଥିକ ନେଣଦେଣର ପୁରୁଣା ଅଭିଯୋଗର ପୁଣି ଯାଞ୍ଚ ଆରମ୍ଭ ହୋଇଛି। ଦିଲ୍ଲୀର ରାଉଜ ଏଭେନ୍ୟୁ କୋର୍ଟରେ ଚାର୍ଜସିଟ୍ ଦାଖଲ କରାଯାଇଛି। ଚଳିତ ବର୍ଷ ଜୁଲାଇରେ ରବର୍ଟ ଭଦ୍ରାଙ୍କ ବୟାନ ରେକର୍ଡ କରାଯାଇଥିଲା। ସଞ୍ଜୟ ଭଣ୍ଡାରୀଙ୍କ ବିଦେଶୀ ସମ୍ପତ୍ତି ଓ ଆର୍ଥିକ ନେଣଦେଣରେ ଭଦ୍ରାଙ୍କ ସଂପୃକ୍ତି ଥିବା ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ଅଭିଯୋଗ କରିଥିଲା। ଭଣ୍ଡାରୀଙ୍କ ଉପରେ ପୂର୍ବରୁ ବିଦେଶରେ ଅଘୋଷିତ ସମ୍ପତ୍ତି ରଖିବା ଅଭିଯୋଗ ଲାଗିଛି। ୨୦୧୬ରେ ଆୟକର ବିଭାଗ ଚଢଉରେ ସଞ୍ଜୟ ଭଣ୍ଡାରୀଙ୍କ ସହ ରବର୍ଟଙ୍କ ସଂପୃକ୍ତି ଥିବା ସାମ୍ନାକୁ ଆସିଥିଲା। ସୂଚନାଯୋଗ୍ୟ ରବର୍ଟ ଭଦ୍ରା ତାଙ୍କ ବିରୁଦ୍ଧରେ ଲାଗିଥିବା ଅଭିଯୋଗ ଭିତ୍ତିହୀନ ବୋଲି କହିବା ସହ ରାଜନୈତିକ ଉଦ୍ଦେଶ୍ୟ ରଖି ଏହି ଯାଞ୍ଚ କରାଯାଉଥିବା କହିଛନ୍ତି।

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories