www.samajalive.in
Sunday, December 7, 2025
26.1 C
Bhubaneswar

ଚଟପଟା ଆଳୁ

ଆବଶ୍ୟକ ସାମଗ୍ରୀ
ଆଳୁ – ୪ଟି
ଲଙ୍କା ଗୁଣ୍ଡ – ୧ ଚାମଚ
ଆମଚୁର ଗୁଣ୍ଡ – ୧ ଚାମଚ
ହଳଦୀ ଗୁଣ୍ଡ – ଅଳ୍ପ
ମେଥି ଗୁଣ୍ଡ- ଅଳ୍ପ
ତେଲ – ଆବଶ୍ୟକ ପରିମାଣରେ
ଲୁଣ – ଆବଶ୍ୟକ ପରିମାଣରେ
ପ୍ରସ୍ତୁତି ପ୍ରଣାଳୀ – ପ୍ରଥମେ ଆଳୁକୁ ଧୋଇ ଦିଅନ୍ତୁ। ଏବେ ଗ୍ୟାସ ଲଗାଇ କୁକରରେ ଆଳୁକୁ ଭଲ ଭାବେ ସିଝାଇ ଦିଅନ୍ତୁ। ସିଝା ଆଳୁ ଥଣ୍ଡା ହେବା ପରେ ଏହାର ଚୋପା ଛଡ଼ାଇ ଛୋଟ ଛୋଟ ଖଣ୍ଡ କରି କାଟି ଦିଅନ୍ତୁ। ଏହି କାଟି ଥିବା ଆଳୁରେ ଆମଚୁର, ହଳଦୀଗୁଣ୍ଡ, ଲଙ୍କା ଗୁଣ୍ଡ, ଅଳ୍ପ ମେଥି ଗୁଣ୍ଡ ଓ ଲୁଣ ମିଶାଇ ଭଲ ଭାବେ ଗୋଳାଇ ଦିଅନ୍ତୁ। ଏହାପରେ ଗ୍ୟାସରେ ଏକ ପାତ୍ର ବସାଇ ତେଲ ଗରମ କରନ୍ତୁ। ତେଲ ଭଲ ଭାବେ ଗରମ ହେବା ପରେ ଏହାକୁ ଥଣ୍ଡା କରି ଦିଅନ୍ତୁ। ଏବେ ତେଲରେ ଅଳ୍ପ ଅଳ୍ପ କରି ରଖିଥିବା ଆଳୁରେ ପକାଇ ଭଲ ଭାବେ ଗୋଳାନ୍ତୁ। ଏବେ ଏହି ପ୍ରସ୍ତୁତ ଆଳୁକୁ ଏକ କାଚ ପାତ୍ରରେ ରଖି ଏହା ଉପରେ ଅଳ୍ପ ତେଲ ପୁଣି ପକାଇ ଲଗାତର ୨ ରୁ ୩ ଦିନ ଖରାରେ ରଖନ୍ତୁ। ପ୍ରସ୍ତୁତ ହୋଇଗଲା ଚଟପଟା ଆଳୁ । ଏହାକୁ ୮ ରୁ ୧୦ ଦିନ ରଖି ଖାଇପାରିବେ।

Hot this week

ବାରବାଟୀ ମ୍ୟାଚ: ସୁରକ୍ଷା ଦାୟିତ୍ଵରେ ରହିବେ ୫୧ ପ୍ଲାଟୁନ ପୁଲିସ, ୬ସ୍ଥାନରେ ପାର୍କିଂ ବ୍ୟବସ୍ଥା

ସମାଜଲାଇଭ ଡେସ୍କ: ଆଗାମୀ ୯ ତାରିଖରେ ହେବାକୁ ଥିବା ବାରବାଟୀ ମ୍ୟାଚ...

ଭୁବନେଶ୍ଵରରେ ଦୁଇ ଦଳର ଖେଳାଳି: ରାତିରେ ଆସିବେ ଗିଲ, ସୂର୍ଯ୍ୟକୁମାର

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚ ପାଇଁ ଉଭୟ ଭାରତ ଏବମଂ...

ବାରବାଟୀ ମ୍ୟାଚ ଦେଖିବେ ମୁଖ୍ୟମନ୍ତ୍ରୀ, କାଲିଠୁ ନେଟ୍‌ ପ୍ରାକ୍ଟିସ

ସମାଜଲାଇଭ ଡେସ୍କ: ଆସନ୍ତା ୯ ତାରିଖରେ କଟକ ବାରବାଟୀ ଷ୍ଟାଡିଅମରେ ଭାରତ...

ଘଟଗାଁରେ ମୁଖ୍ୟମନ୍ତ୍ରୀ: ‘ମା’ ତାରିଣୀ ପୀଠ ସମନ୍ବିତ ବିକାଶ ପ୍ରକଳ୍ପ’ର କଲେ ଭିତ୍ତିପ୍ରସ୍ତର ସ୍ଥାପନ

କେନ୍ଦୁଝର: ଆଜି କେନ୍ଦୁଝର ଜିଲ୍ଲା ଗସ୍ତ କରିଛନ୍ତି ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ...

ଭୁବନେଶ୍ୱରରେ ବୁମରା

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରେ ପହଞ୍ଚିଲେ ଭାରତୀୟ କ୍ରିକେଟ ଦଳର...

Related Articles

Popular Categories