www.samajalive.in
Friday, December 5, 2025
23.1 C
Bhubaneswar

ଆଜି ଛତିଶା ନିଯୋଗ ବୈଠକ : ରତ୍ନଭଣ୍ଡାର ମରାମତି, ଶୃଙ୍ଖଳିତ ଦର୍ଶନ ନେଇ ହୋଇପାରେ ଆଲୋଚନା

ପୁରୀ : ଆଜି (ମଙ୍ଗଳବାର) ଶ୍ରୀମନ୍ଦିର କାର୍ଯ୍ୟାଳୟରେ ଛତିଶାନିଯୋଗ ବୈଠକ ଅନୁଷ୍ଠିତ ହେବ।  ଏଥିରେ ରତ୍ନଭଣ୍ଡାର ମରାମତି ସମ୍ପର୍କରେ ଆଲୋଚନା ହୋଇପାରେ। ଏହାସହ ଶ୍ରୀମନ୍ଦିରରେ ପୂଜା ନୀତି ଏବଂ ଅନ୍ୟାନ୍ୟ କାର୍ଯ୍ୟକ୍ରମ କିଭଳି ସହଳ କରାଯାଇ ପାରିବ ସେନେଇ ଆଲୋଚନା ହୋଇ ପରେ ନୀତି ନିର୍ଘଣ୍ଟ ଚୂଡ଼ାନ୍ତ ହେବ। ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଡ. ଅରବିନ୍ଦ ପାଢ଼ୀଙ୍କ ଅଧ୍ୟକ୍ଷତାରେ ଛତିଶା ନିଯୋଗର ଏହି ଗୁରୁତ୍ବପୂର୍ଣ୍ଣ ବୈଠକ ହେବ। ଆସନ୍ତା ୧୬ରୁ ଆରମ୍ଭ ହେବାକୁ ଥିବା ଶ୍ରୀଜୀଉଙ୍କ ପହିଲି ଭୋଗ ନୀତି ନିର୍ଘଣ୍ଟ,  ଜାନୁଆରୀ ୧୩ରେ ଶ୍ରୀମନ୍ଦିରରେ ଦେବାଭିଷେକ ପୂର୍ଣ୍ଣିମା ଏବଂ ୧୪ରେ ମକର ସଂକ୍ରାନ୍ତି ହେବ। ଏ ସଂକ୍ରାନ୍ତ ନୀତି ନିର୍ଘଣ୍ଟ ଉପରେ ଆଲୋଚନା କରାଯିବ ବୋଲି ଜଣାପଡ଼ିଛି। ରତ୍ନଭଣ୍ଡାର ମରାମତି ସମୟରେ ମହାପ୍ରଭୁଙ୍କ ନୀତିକାନ୍ତି ଏବଂ ଶ୍ରଦ୍ଧାଳୁଙ୍କ ଦର୍ଶନରେ ଯେଭଳି ଅସୁବିଧା ନହେବ ସେନେଇ ଆଲୋଚନା ହେବ।

Hot this week

ମୋଦୀ କହିଲେ ଭାରତ ନିରପେକ୍ଷ ନୁହେଁ, ବିଶ୍ୱ ଶାନ୍ତି ସପକ୍ଷରେ; ପୁଟିନ କଣ କହିଲେ ଜାଣନ୍ତୁ

ସମାଜ ଡିଜିଟାଲ ଡେସ୍କ: ହାଇଦ୍ରାବାଦ ହାଉସରେ ଭାରତ-ରୁଷ ମଧ୍ୟରେ ଦ୍ୱିପାକ୍ଷିକ ଆଲୋଚନା...

କମିଲା ରେପୋ ହାର

ସମାଜ ଲାଇଭ ଡ଼େସ୍କ : ଭାରତୀୟ ରିଜର୍ଭ ବ୍ୟାଙ୍କର ତିନି ଦିନିଆ...

ଆଜି ମଧ୍ୟରାତ୍ରି ପର୍ଯ୍ୟନ୍ତ ଇଣ୍ଡିଗୋ ବିମାନ ବାତିଲ

ସମାଜ ଲାଇଭ ଡ଼େସ୍କ : ଚତୁର୍ଥ ଦିନ ପାଇଁ ଇଣ୍ଡିଗୋ ବିମାନ...

ଭାରତ-ରୁଷ ଶିଖ ସମ୍ମିଳନୀ; ହାଇଦ୍ରାବାଦ ହାଉସରେ ଦ୍ୱିପାକ୍ଷିକ ଆଲୋଚନା ଆରମ୍ଭ

ନୂଆଦିଲ୍ଲୀ: ହାଇଦ୍ରାବାଦ ହାଉସରେ ଭାରତ-ରୁଷ ଦ୍ୱିପାକ୍ଷିକ ଆଲୋଚନା ଆରମ୍ଭ ହୋଇଛି ।...

ନିଆଁ ପୁଆଁଉଥୁବାବେଳେ ଅଘଟଣ

ହରଭଙ୍ଗା: ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ପୁରୁଣାକଟକ ଥାନା ନିକଟରେ ରହୁଥିବା...

Related Articles

Popular Categories