www.samajalive.in
Sunday, December 7, 2025
14.1 C
Bhubaneswar

ନେତାଜୀ ସୁଭାଷ ଚନ୍ଦ୍ର ବୋଷ ଓ ବୀର ସୁରେନ୍ଦ୍ର ସାଏଙ୍କ ଜୟନ୍ତୀ ପାଳିତ

ଛତ୍ରପୁର : ଛତ୍ରପୁରର ରାଧେଶ୍ୟାମ ଫାଉଣ୍ଡେସନ ଏଣ୍ଡ ଚାରିଟେବୁଲ ଟ୍ରଷ୍ଟ ପକ୍ଷରୁ ମଙ୍ଗଳବାର ଦୁଇ ମହାପୁରୁଷ,ମହାନ ବୀର ସ୍ୱାଧୀନତା ସଂଗ୍ରାମୀ , ଭାରତ ମାତାର ସୁଯୋଗ୍ୟ ସନ୍ତାନ ନେତାଜୀ ସୁଭାଷ ଚନ୍ଦ୍ର ବୋଷ ଓ ବୀର ସୁରେନ୍ଦ୍ର ସାଏଙ୍କ ଜୟନ୍ତୀ ମହାସମାରୋହରେ ପାଳନ କରାଯାଇଛି। ଟ୍ରଷ୍ଟର ସଭାପତି ତଥା ୧୦ନଂ ୱାର୍ଡ କାଉନସିଲର ଦେବାଶିଷ ମିଶ୍ରଙ୍କ ପୌହିତ୍ୟରେ ସ୍ଥାନୀୟ ଭିଆଇପି ରୋଡ ଠାରେ ଥିବା ଉଭୟ ମହାପୁରୁଷଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟାର୍ପଣ କରାଯାଇ ସେମାନଙ୍କ ସ୍ମୃତି ଚାରଣ କରାଯାଇଥିଲା ।
ଏଥିରେ ଛତ୍ରପୁର ବିଧାୟକ ସୁବାଷ ଚନ୍ଦ୍ର ବେହେରା,ପୂର୍ବତନ ବିଧାୟକ ଅଶୋକ କୁମାର ଚୈାଧୂରୀ,ଛତ୍ରପୁର ଏନଏସି ଉପାଧ୍ୟକ୍ଷ ଜି. ପାପା ରାଓ, ଛତ୍ରପୁର ବିଜେଡି ନଗର ସଭାପତି ବି.ରାଜୁବାବୁ, ଉପସଭାପତି ଅଟ୍ଟଳ ବିହାରୀ ପଟ୍ଟନାୟକ, କାଉନସିଲର କେ. ରମେଶ, ପ୍ରୀତିଛନ୍ଦା ସାମଲ, ସନ୍ତୋଷୀ ସେଠି ଓ ବି. ନିଶ୍ଚଳା, ଆଇନଜୀବୀ ଡ଼ଃ ପ୍ରଶାନ୍ତ କୁମାର ଶତପଥି, ହାଇକୋର୍ଟ ଆଡଭୋକେଟ ପଦ୍ମ ଚରଣ ସାହୁ, ନିଖିଳ ଉତ୍କଳ ମଧୁବୈଶ୍ୟ ସମାଜର ରାଜ୍ୟ ସହ -ସମ୍ପାଦିକା ଗୋଲାପ ସାହୁ , ବି. ଗୋପାଳ ସ୍ୱାମୀ, ମିଟୁ ବେହେରା, ରାଧେଶ୍ୟାମ ଫାଉଣ୍ଡେସନ ଏଣ୍ଡ ଚାରିଟେବୁଲ ଟ୍ରଷ୍ଟର ସମ୍ପାଦିକା ଝିଲିବାଳା ରାଉତ, ଯୁଗ୍ମ ସମ୍ପାଦିକା ଗୀତା ସାହୁଙ୍କ ସମେତ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ମାନେ ଉପସ୍ଥିତ ଥିଲେ । ସେହିପରି ୮ନଂ ୱାର୍ଡ କାଉନସିଲର କେ. ରମେଶ ରାଓ ଙ୍କ ନେତୃତ୍ୱରେ କପିଳିସାହିରେ ଥିବା ସୁଭାଷ ଚନ୍ଦ୍ର ବୋଷଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟ ଅର୍ପଣ କରାଯାଇଥିଲା।

Hot this week

ସାପ୍ତାହିକ ରାଶିଫଳ: ଏହି ରାଶିର ବ୍ୟକ୍ତି ସାବଧାନ

ମେଷ: ରବିବାର ଓ ସୋମବାର କର୍ମଅନୁରୂପ ଫଳପ୍ରାପ୍ତ ହେବେ। କାର୍ଯ୍ୟକ୍ଷେତ୍ର ବ୍ୟାପକ...

ଜାଡରେ ଥରୁଛି ସାରା ଓଡିଶା

ଭୁବନେଶ୍ୱର: ଉତ୍ତର-ପଶ୍ଚିମ ଶୁଷ୍କ ଥଣ୍ଡା ବାୟୁର ପ୍ରବାହ ଯୋଗୁଁ ରାଜ୍ୟରେ ଶୀତ...

କ୍ରିକେଟ୍‌ପ୍ରେମୀଙ୍କ ପାଇଁ ସ୍ୱତନ୍ତ୍ର ‘ଆମ ବସ୍’ ସେବା

ଭୁବନେଶ୍ବର: କଟକର ବାରବାଟୀ ଷ୍ଟାଡିୟମରେ ଚଳିତ ମାସ ୯ରେ ହେବାକୁ ଥିବା...

ଜାନୁଆରୀ ୨୦ରେ ଓଏସ୍‌ଏସ୍‌ଟିଇଟି

କଟକ: ମାଧ୍ୟମିକ ଶିକ୍ଷା ପରିଷଦ(ବୋର୍ଡ) ଦ୍ବାରା ପରିଚାଳିତ ଓଡ଼ିଶା ମାଧ୍ୟମିକ ବିଦ୍ୟାଳୟ...

ସୁନା ଲିଜ୍‌ ବା ଭଡା ଦେଇ ରୋଜଗାର

ନୂଆଦିଲ୍ଲୀ - ଅନେକ ଲୋକ ଗୋଲ୍ଡ ବଣ୍ଡ ସହ ସୁନାରେ ଟଙ୍କା...

Related Articles

Popular Categories