www.samajalive.in
Saturday, December 6, 2025
16.1 C
Bhubaneswar

ଘରକୁ ଫେରୁଥିଲେ ମହିଳା ; ଷଣ୍ଢ ଆକ୍ରମଣରେ ଚାଲିଗଲା ଜୀବନ

ଛତ୍ରପୁର : ଷଣ୍ଢ ଆକ୍ରମଣରେ ଚାଲିଗଲା ମହିଳାଙ୍କ ଜୀବନ। ଗଞ୍ଜାମ ଜିଲ୍ଲା ଛତ୍ରପୁର ଥାନା ବଡମାଧପୁର ଗାଁରେ ଏହି ଅଭାବନୀୟ ଘଟଣା ଘଟିଛି । ମୃତକ ଜଣକ ହେଲେ ବଡ଼ମାଧପୁର ଗ୍ରାମର ବି.କାମିଲି ପାତ୍ର । ଶନିବାର ସକାଳୁ ମହିଳାଙ୍କ ଉପରେ ଷଣ୍ଢ ଆକ୍ରମଣ କରିଥିଲା। ଘଟଣାସ୍ଥଳରେ ହିଁ ମହିଳାଙ୍କ ମୃତ୍ୟୁ ହୋଇଛି। ଘଟଣାସ୍ଥଳର ସମସ୍ତ ଦୃଶ୍ୟ ସିସିଟିଭିରେ କଏଦ ହୋଇଛି। ମହିଳା ଜଣକ ସକାଳୁ ନିଜ ନିତ୍ୟକ୍ରମ ସାରି ଘରକୁ ଫେରୁଥିବା ବେଳେ ଏହି ଘଟଣା ଘଟିଥିଲା। ପୂର୍ବରୁ ଉକ୍ତ ଷଣ୍ଢ ଗ୍ରାମର ଅନ୍ୟ କିଛି ଜଣକୁ ଆକ୍ରମଣ କରିଥିବା ନଜର ରହିଛି। ମହିଳାଙ୍କ ପରିବାର ଗରିବ ଶ୍ରେଣୀର ହୋଇଥିବାରୁ ସରକାରୀ ସହାୟତା ପାଇଁ ଦାବୀ ହୋଇଛି।

Hot this week

ଇତ​ରେ ଦେଲେ ଉପଦେଶ…

ନର୍ମଦା ନଦୀର ତୀର ଦେଶରେ ଏକ ବିଶାଳ ବଟବୃକ୍ଷ କାହିଁ କେଉଁ...

ସମ୍ପାଦକୀୟ: ଇଣ୍ଡିଗୋ ସଂକଟ

ଭାରତୀୟ ବିମାନ ସେବା ଇତିହାସରେ ନିକଟ ଅତୀତରେ ଘଟିଥିବା ସବୁଠାରୁ ବଡ଼...

ଗୋପବନ୍ଧୁ ଐତିହ୍ୟର ବାହକ

ଉତ୍କଳ ଗୌରବ ମଧୁସୂଦନ ଦାସଙ୍କୁ ଶେଷ ଜୀବନରେ ମହାନ ବର୍ଷୀୟାନ ପୁରୁଷ...

ଆତଙ୍କବାଦ ବିରୋଧରେ ସାଲିସ ବିହୀନ ଲଢ଼େଇ: ବିଶ୍ବ ସମୁଦାୟକୁ ଭାରତ-ରୁଷ୍‌ର ମିଳିତ ଆହ୍ବାନ

ନୂଆଦିଲ୍ଲୀ: ଆତଙ୍କବାଦ ବିରୋଧରେ ସାଲିସ୍ ବିହୀନ ଲଢେଇ ପାଇଁ ବିଶ୍ବ ସମୁଦାୟକୁ...

ସ୍ବାମୀ ଓ ଗର୍ଭବତୀ ସ୍ତ୍ରୀ ମୃତ; ବର୍ତ୍ତିଲା ୩ ବର୍ଷର ଶିଶୁ

ଦିଗପହଣ୍ଡି: ଗଞ୍ଜାମ ଜିଲାର ଦିଗପହଣ୍ଡି-ବ୍ରହ୍ମପୁର ରାସ୍ତାର ମାଁ କୁରେଇଶୁଣୀ ମନ୍ଦିର ନିକଟରେ...

Related Articles

Popular Categories