www.samajalive.in
Saturday, December 6, 2025
19.1 C
Bhubaneswar

ଛତ୍ରପୁରରେ ୬୫ ତମ ପୁଲିସ ସହିଦ ସ୍ମୃତି ଦିବସ ପାଳନ

ଛତ୍ରପୁର : ଜିଲ୍ଲା ସଦର ମହକୁମା ଛତ୍ରପୁର ପୁଲିସ ପଡିଆ ଠାରେ ଗଞ୍ଜାମ ପୁଲିସ ପକ୍ଷରୁ ୬୫ତମ ପୁଲିସ ସହିଦ୍ ସ୍ମୃତି ଦିବସ ଅନୁଷ୍ଠିତ ହୋଇଯାଇଛି । ଏଥିରେ ମୁଖ୍ୟ ଅତିଥି ଭାବେ ଗଞ୍ଜାମ ଆରକ୍ଷୀ ଅଧୀକ୍ଷକ ଶୁଭେନ୍ଦୁ କୁମାର ପାତ୍ର ଯୋଗ ଦେଇ ସହୀଦ୍ ସ୍ମୃତି ସ୍ମାରକୀ ପୁଷ୍ପଗୁଚ୍ଛ ପ୍ରଦାନ କରିଥିଲେ । ପରେ ପ୍ୟାରେଡ୍‌ରେ ଅଭିବାଦନ ଗ୍ରହଣ କରିବା ସହିତ ପୁଲିସ ସହିଦ ଦିବସର ତାତ୍ପର୍ଯ୍ୟ ବର୍ଣ୍ଣନା କରିଥିଲେ । ୧୯୫୯ ମସିହା ଅକ୍ଟୋବର ୨୧ ତାରିଖ ଦିନ କେନ୍ଦ୍ରୀୟ ସୁରକ୍ଷା ବଳର ୧୦ ଜଣ ଯବାନ ଇଦାଖର ହଟସ୍ପ୍ରିଙ୍ଗ ଅଞ୍ଚଳରେ ପାଟ୍ରୋଲିଂ କରୁଥିବା ସମୟରେ ଚୀନ୍ ସୈନ୍ୟମାନଙ୍କ ସହିତ ମୁକାବିଲା କରି ସହିଦ ହୋଇଥିଲେ । ୧୯୬୦ ମସିହା ଜାନୁୟାରୀ ମାସରେ ଦିଲ୍ଲୀ ଠାରେ ଅନୁଷ୍ଠିତ ପୁଲିସ ଆଇ.ଜି.ମାନଙ୍କ ସର୍ବଭାରତୀୟ ସମ୍ମିଳନୀରେ ଅକ୍ଟୋବର ୨୧ ତାରିଖରୁ ପ୍ରତି ବର୍ଷ ଦେଶର ଜିଲ୍ଲା ମୁଖ୍ୟାଳୟ ମାନଙ୍କରେ ପୁଲିସ ସହିଦ ଦିବସ ଭାବେ ପାଳନ କରିବା ପାଇଁ ନିଷ୍ପତ୍ତି ଗ୍ରହଣ କରାଯାଇଥିଲା । ଚଳିତ ବର୍ଷ ୬୫ତମ ପୁଲିସ ସହିଦ ଦିବସ ପାଳନ କରାଯାଇଛି । ଓଡିଶାର ରାଜ୍ୟପାଳ ଏବଂ ମୁଖ୍ୟମନ୍ତ୍ରୀଙ୍କ ବାର୍ତ୍ତା ସହ ଅମର ଶହୀଦ ଯବାନମାନଙ୍କ ପ୍ରତି ରହିଥିବା ଶ୍ରଦ୍ଧାଞ୍ଜଳି ପଠନ କରାଯାଇଥିଲା । ଚଳିତ ସହିଦ ଦିବସ ଅବସରରେ ଓଡିଶା ରାଜ୍ୟରେ ୨ ଜଣ ଏବଂ ସମଗ୍ର ଦେଶରେ ୨୧୬ଜଣ ପୁଲିସ କର୍ମଚାରୀ ଜୀବନ ଉତ୍ସର୍ଗ କରିଛନ୍ତି।  ସେମାନଙ୍କ ନାମ ଆରକ୍ଷୀ ଅଧୀକ୍ଷକ ପାଠ କରିବା ସହିତ ବୀରତ୍ୱକୁ ପ୍ରଶଂସା କରିଥିଲେ । ଏଥିରେ ଅନ୍ୟମାନଙ୍କ ମଧ୍ୟରେ ଅତିରିକ୍ତ ଗଞ୍ଜାମ ପୋଲିସ ଜିଲ୍ଲାର ଅତିରିକ୍ତ ଏସପି ରାଜୀବ ଲୋଚନ ପଣ୍ଡା, ଡିଆଇବି ଡିଏସପି ରଂଜନ କୁମାର ଦେ, ଛତ୍ରପୁର ଏସଡିପିଓ ଗୈାରହରୀ ସାହୁଙ୍କ ସମେତ ବହୁ ପୁଲିସ ଅଧିକାରୀ ମାନେ ଯୋଗ ଦେଇ ସହିଦ ମାନଙ୍କ ସ୍ମୃତିଚାରଣ କରିଥିଲେ।

Hot this week

ଜୟସୱାଲଙ୍କ ଶତକ: ମ୍ୟାଚ ସହ ସିରିଜ ଜିତିଲା ଭାରତ, ହିଟ୍‌ମ୍ୟାନଙ୍କ ନୂଆ ରେକର୍ଡ

ସମାଜଲାଇଭ ଡେସ୍କ: ଦକ୍ଷିଣ ଆଫ୍ରିକା ବିପକ୍ଷରେ ୩ୟ ଦିନିକିଆ ମ୍ୟାଚ ସହିତ...

ପୁଟିନଙ୍କୁ ପରସାଗଲା ନିରାମିଷ ଖାଦ୍ୟ: ମଦ, ମାଂସ କାହିଁକି ଦିଆଗଲାନି ବୋଲି ପ୍ରଶ୍ନ ଉଠାଇଲେ କଂଗ୍ରେସ ନେତା

ସମାଜଲାଇଭ ଡେସ୍କ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଦୁଇ ଦିନିଆ ଭାରତ...

ଯୁବତୀଙ୍କୁ ଅସଦାଚରଣ, ସମ୍ପର୍କୀୟ ଦାଦା ଗିରଫ

ଗୋପାଳପୁର: ଗୋଳନ୍ଥରା ଥାନା ଅନ୍ତର୍ଗତ ଏକ ଗ୍ରାମରେ ଜଣେ ଯୁବତୀଙ୍କୁ ଅସଦାଚରଣ...

ସମ୍ବଲପୁରୀ ସିନେମା ‘ସୁଟଆଉଟ ଇନ ସୋନପୁର’ର ଶୁଭ ମହୁରତ

ସମ୍ବଲପୁର: ସମ୍ୱଲପୁରର ସେନପାର୍କ ନିକଟ ଓଡିଶା ସାଂସ୍କୃତିକ ଭବନଠାରେ ଶନିବାର ସାଇଦତ୍ତ...

ସ୍ୱାମୀ ହତ୍ୟାକାରୀ ସ୍ତ୍ରୀକୁ ଆଜୀବନ କାରାଦଣ୍ଡ

ଆଠଗଡ: ଆଠଗଡ ସହରରେ ଘଟିଥିବା ଏକ ହତ୍ୟା ମାମଲା ବିଚାର କରି...

Related Articles

Popular Categories