www.samajalive.in
Saturday, December 6, 2025
26.1 C
Bhubaneswar

ଛତୁଆ ଦୁର୍ନୀତିର କାର୍ଯ୍ୟାନୁଷ୍ଠାନ ନିର୍ଦ୍ଦେଶ; ମନ୍ତ୍ରୀ କହିଲେ ମାନ ଯାଞ୍ଚ ହେବ

ଭୁବନେଶ୍ୱର: ଆଜି ବିଧାନସଭା ପ୍ରଶ୍ନକାଳରେ ଛତୁଆ ଦୁର୍ନୀତି ନେଇ ଏକାଧିକ ବିଧାୟକମାନେ ବିଭାଗୀୟ ମନ୍ତ୍ରୀଙ୍କୁ ପ୍ରଶ୍ନ କରିଥିଲେ। ଛତୁଆ ଦୁର୍ନୀତି ନେଇ କାର୍ଯ୍ୟାନୁଷ୍ଠାନ ନେବାକୁ ନିର୍ଦ୍ଦେଶ ଦେଇଛନ୍ତି ବାଚସ୍ପତି। ନିମ୍ନମାନର ଛତୁଆ ଯୋଗାଉଥିବା ଏଜେନ୍ସିଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ମହିଳା ଓ ଶିଶୁ ବିକାଶ ମନ୍ତ୍ରୀ ପ୍ରଭାତି ପରିଡାଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଛତୁଆର ମାନ ନିର୍ଦ୍ଧାରଣ ନେଇ ସରକାର କଣ କଣ ପଦକ୍ଷେପ ନେଇଛନ୍ତି ବୋଲି ଗୃହରେ ଏକାଧିକ ବିଧାୟକ ପ୍ରଶ୍ନ କରିବା ସହ ଉଦବେଗ ପ୍ରକାଶ କରିବାରୁ ଏହି ଘଟଣାକୁ ଗୁରୁତର ସହ ନେଇଛନ୍ତି ବାଚସ୍ପତି ସୁରମା ପାଢୀ। ବିଭାଗୀୟ ମନ୍ତ୍ରୀଙ୍କୁ ନିର୍ଦ୍ଦେଶ ଦେବାରୁ ମନ୍ତ୍ରୀ କହିଛନ୍ତି ଛତୁଆର ମାନ ଯାଞ୍ଚ ହେବ। ସବୁ ଏଜେନ୍ସି ସହ ଛତୁଆର ମାନ ଯାଞ୍ଚ କରାଯାଇ ରିପୋର୍ଟ ଦିଆଯିବ।

 

Hot this week

‘ରାଧାନାଥ ରଥ ଥିଲେ ଅନନ୍ୟ ପ୍ରଜ୍ଞାଦୀପ୍ତ ପ୍ରତିଭା’

ଆଠଗଡ: ପଦ୍ମଭୂଷଣ ଡ.ରାଧାନାଥ ରଥ ଥିଲେ ଜଣେ ବିରଳ ବ୍ୟକ୍ତିତ୍ବ ଏବଂ...

ମୋବାଇଲ ଟାୱାରରେ ଚଢି ଯୁବକଙ୍କ ଆତ୍ମହତ୍ୟା ଉଦ୍ୟମ

ସୋର: ସୋର ଥାନା ମୁବାରକପୁର ଗାଁରେ ଅଘଟଣ। ପାରିବାରିକ କଳହକୁ କେନ୍ଦ୍ର...

‘ବାବୁଜୀ ଥିଲେ ଗୁରୁ ଶିଷ୍ୟ ପରମ୍ପରାରେ ଶ୍ରେଷ୍ଠ ନିଦର୍ଶନ’

ଗୁରୁଡ଼ିଝାଟିଆ: ମହାନ ମୁକ୍ତି ସଂଗ୍ରାମୀ ,ସମାଜ ସଂସ୍କାରକ, ଦୈନିକ ଖବରକାଗଜ ‘ସମାଜ’ର...

ବିଛଣା ପାଖରେ ଔଷଧ ରଖୁଛନ୍ତି କି ?

ନୂଆଦିଲ୍ଲୀ: ଏମିତି ଅନେକ ଲୋକ ଅଛନ୍ତି, ଯେଉଁମାନେ ଔଷଧ ଖାଆନ୍ତି ଏବଂ...

ମନଇଚ୍ଛା ବିମାନ ଟିକେଟ ବୃଦ୍ଧି ଉପରେ ବ୍ରେକ ଲଗାଇଲେ ସରକାର

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନ ସଙ୍କଟ ଯୋଗୁ ଅନେକ କମ୍ପାନୀ ହଠାତ୍‌...

Related Articles

Popular Categories