www.samajalive.in
Sunday, December 7, 2025
26.1 C
Bhubaneswar

ଚୌଦ୍ୱାର ମହାବିଦ୍ୟାଳୟରେ ସ୍ମାର୍ଟ ଶ୍ରେଣୀଗୃହ ଶିଳାନ୍ୟାସ

ଚୌଦ୍ୱାର: ଚୌଦ୍ୱାର ଡିଗ୍ରୀ ମହାବିଦ୍ୟାଳୟରେ ୫ଟି ଯୋଜନା ମାଧ୍ୟମରେ ଅତିରିକ୍ତ ସ୍ମାର୍ଟ ଶ୍ରେଣୀ ଗୃହ ନିର୍ମାଣ ପାଇଁ ଶିଳାନ୍ୟାସ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇ ଯାଇଛି । ବିଧାୟକ ସୌଭିକ୍ ବିଶ୍ୱାଳ ଏଥିରେ ଅତିଥି ଭାବେ ଯୋଗଦେଇ ଏକ କୋଟି ୨୫ଲକ୍ଷ ଟଙ୍କା ବ୍ୟୟ ଅଟକଳରେ ରାସ୍ତା ଓ ଗୃହ ନିର୍ମାଣ ବିଭାଗଦ୍ୱାରା ନିର୍ମାଣ ହେବାକୁ ଥିବା ଅତ୍ୟାଧୁନିକ ଶ୍ରେଣୀ ଗୃହର ଶିଳାନ୍ୟାସ କରିଥିଲେ ।

ଅଧ୍ୟାପକ ସଂଜୟ କୁମାର ଧଳଙ୍କ ପୌରୋହିତ୍ୟରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ପୌରାଧ୍ୟକ୍ଷା ମାନସୀ ସ୍ୱର୍ଣ୍ଣପ୍ରଭା ସାମଲ, ଉପାଧ୍ୟକ୍ଷ ଶୁଭେନ୍ଦୁ ସାମଲ, ସାଂସଦ ପ୍ରତିନିଧି ପ୍ରେମଚାନ୍ଦ ନାୟକ,ବିଜେଡ଼ି ନଗର କାର୍ଯ୍ୟକାରୀ ସଭାପତି ବିମଳ କୁମାର ବେଉରା, ସ୍ଥାନୀୟ କାଉନସିଲର ଆଶୁତୋଷ ଦାସ, ଆର ଏଣ୍ଡ ବି ଏସ୍ଡ଼ିଓ ନିର୍ମଳ ପଣ୍ଡା, ଯନ୍ତ୍ରୀ ପ୍ରଦ୍ୟୁମ୍ନ ବିଶ୍ୱାଳ, ଛାତ୍ର ସଭାପତି ଶାରଦା ରଞ୍ଜନ ପରିଜା ପ୍ରମୁଖ ଯୋଗ ଦେଇଥିଲେ ।ମହାବିଦ୍ୟାଳୟର ସମସ୍ତ ଅଧ୍ୟାପକ,ଅଧ୍ୟାପିକା ଓ କର୍ମଚାରୀ ଏହି କାର୍ଯ୍ୟକ୍ରମରେ ଉପସ୍ଥିତ ଥିଲେ ।

Hot this week

ମହିଳାଙ୍କ ହତ୍ୟାକୁ ନେଇ ଦୁଇ ଗାଁ ମୁହାଁମୁହିଁ

ମାଲକାନଗିରି: ମାଲକାନଗିରି ଜିଲ୍ଲା ପୋଟେରୁ ନଦୀରେ ଡୁଡୁମେଟଲା ନିକଟରୁ ଜଣେ ମହିଳାଙ୍କ...

ଚଳଚ୍ଚିତ୍ର ନିର୍ମାତା ବିକ୍ରମ ଭଟ୍ଟ ଗିରଫ

ସମାଜଲାଇଭ ଡେସ୍କ: ବଲିଉଡ ଚଳଚ୍ଚିତ୍ର ନିର୍ମାତା ବିକ୍ରମ ଭଟ୍ଟଙ୍କୁ ଗିରଫ କରିଛି...

ପୁଲିସ ଏସଆଇ ନିଯୁକ୍ତି ଦୁର୍ନୀତି: ବିହାରରୁ ଆଉ ଜଣେ ଗିରଫ

ସମାଜଲାଇଭ ଡେସ୍କ: ପୁଲିସ ଏସଆଇ ନିଯୁକ୍ତି ଦୁର୍ନୀତି ମାମଲାର ଅନ୍ତଃରାଜ୍ୟ ଲିଙ୍କ୍‌...

ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ: ସାମ୍ନାକୁ ଆସିଲା ନିଆଁ ଲାଗିବା ସମୟର ଦୃଶ୍ୟ

ସମାଜଲାଇଭ ଡେସ୍କ: ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ ସାରା ଦେଶବାସୀଙ୍କୁ ସ୍ତବ୍ଧ...

ବାରବାଟୀ ମ୍ୟାଚ: ସୁରକ୍ଷା ଦାୟିତ୍ଵରେ ରହିବେ ୫୧ ପ୍ଲାଟୁନ ପୁଲିସ, ୬ସ୍ଥାନରେ ପାର୍କିଂ ବ୍ୟବସ୍ଥା

ସମାଜଲାଇଭ ଡେସ୍କ: ଆଗାମୀ ୯ ତାରିଖରେ ହେବାକୁ ଥିବା ବାରବାଟୀ ମ୍ୟାଚ...

Related Articles

Popular Categories