www.samajalive.in
Monday, December 8, 2025
17.1 C
Bhubaneswar

ଚିତାବାଘ ବଂଶ ସଂରକ୍ଷଣ ପାଇଁ ଟାସ୍କ ଫୋର୍ସ

ପରିବେଶ ପର୍ଯ୍ୟଟନ ଭିତ୍ତିଭୂମିର ବିକାଶ ପାଇଁ ଚିତା ଟାସ୍କ ଫୋର୍ସ ପରାମର୍ଶ ଓ ଉପଦେଶ ଦେବ

ନୂଆଦିଲ୍ଲୀ : କେନ୍ଦ୍ର ପରିବେଶ, ଜଙ୍ଗଲ ଓ ଜଳବାୟୁ ପରିବର୍ତ୍ତନ ମନ୍ତ୍ରଣାଳୟ ମଧ୍ୟପ୍ରଦେଶର କୁନୋ ଜାତୀୟ ଉଦ୍ୟାନ ଓ ଅନ୍ୟ ଉପଯୁକ୍ତ ନିର୍ଦ୍ଦିଷ୍ଟ ଅଞ୍ଚଳରେ ଚିତା ପୁନର୍ବାସ ନୀରିକ୍ଷଣ କରିବା ପାଇଁ ଏକ ଟାସ୍କ ଫୋର୍ସ ଗଠନ କରିଛନ୍ତି ।

- Advertisement -

ଜାତୀୟ ବ୍ୟାଘ୍ର ସଂରକ୍ଷଣ ପ୍ରାଧିକରଣ (ଏନଟିସିଏ) ଚିତା ଟାସ୍କ ଫୋର୍ସର କାର୍ଯ୍ୟାବଳୀ ସୁଗମ କରିବା ସହ ସମସ୍ତ ଆବଶ୍ୟକ ସହାୟତା ଯୋଗାଇ ଦେବେ । ଏହି ଟାସ୍କ ଫୋର୍ସର ଅବଧି ଦୁଇ ବର୍ଷ ରହିବ । ଟାସ୍କ ଫୋର୍ସ ଦ୍ୱାରା ନିର୍ଦ୍ଧାରିତ ସମୟରେ ନିୟମିତ ଚିତା ପୁନର୍ବାସ ଅଞ୍ଚଳ ଗସ୍ତ କରିବା ପାଇଁ ଏକ ସବକମିଟି ଗଠନ କରା ଯାଇପାରିବ ।

ଚିତାଙ୍କ ମୂଳ ବାସସ୍ଥାନ ଓ ସେମାନଙ୍କ ଜୈବ ବିବିଧତା ସଂରକ୍ଷଣ ପାଇଁ ଚିତା ପୁନର୍ବାସନ ଏକ ପ୍ରୋଟୋଟାଇପ ତଥା ମଡେଲର ଅଂଶବିଶେଷ । ଏହା ଜୈବ ବିବିଧତାର ଅବକ୍ଷୟ ଓ ତ୍ୱରିତ କ୍ଷତି ରୋକିବାରେ ସାହାଯ୍ୟ କରିବ । ଏକ ପ୍ରମୁଖ ଶିକାରୀ ଜୀବର ପୁନର୍ବାସନ ଦ୍ୱାରା ଐତିହାସିକ ବିବର୍ତ୍ତନୀୟ ଭାରସାମ୍ୟ ପୁନଃ ସ୍ଥାପିତ ହୋଇ ପରିବେଶ ପ୍ରଣାଳୀର ବିଭିନ୍ନ ସ୍ତରରେ ବ୍ୟାପକ ପ୍ରଭାବ ପକାଇବ । ଚିତାକୁ ଫେରାଇ ଆଣିବା ଦ୍ୱାରା ସେମାନଙ୍କ ସଂରକ୍ଷଣ ଉଦ୍ୟମ ବେଶ ପ୍ରଭାବିତ ହେବ । ଭାରତୀୟ ମୃଗ ଓ ସମ୍ବରଙ୍କ ମଧ୍ୟରେ ଦ୍ରୁତ ଗତି ଉପଯୋଜନ କରାଇବାରେ ଚିତା ବିବର୍ତ୍ତନୀୟ ପ୍ରାକୃତିକ ଚୟନ ଶକ୍ତି ଭାବେ କାମ କରିଥିଲା । ଚିତା ପୁନର୍ବାସନ ଦ୍ୱାରା ଆମେ କେବଳ ଏମାନଙ୍କ ଆଧାରକୁ ବଞ୍ଚାଇବାରେ ସକ୍ଷମ ହେବା ନାହିଁ ବରଂ ଚାରଣଭୂମି ବିଲୁପ୍ତ ପ୍ରାୟ ପ୍ରଜାତି ତଥା ଖୋଲା ବନ୍ୟ ପରିବେଶ ପ୍ରଣାଳୀକୁ ବଞ୍ଚାଇ ପରିବା ।

ଟାସ୍କ ଫୋର୍ସ ଗଠନର ଲକ୍ଷ୍ୟ : 

ଚିତାଙ୍କ ସ୍ୱାସ୍ଥ୍ୟାବସ୍ଥାର ସମୀକ୍ଷା, ଅଗ୍ରଗତି ଓ ନୀରିକ୍ଷଣ ସହ ଏକାନ୍ତବାସ ଓ ସଫ୍ଟ ରିଲିଜ ଖୁଆଡର ରକ୍ଷଣାବେକ୍ଷଣ, ସମୁଦାୟ ଅଞ୍ଚଳର ସଂରକ୍ଷଣ ସ୍ଥିତି, ବନ୍ୟ ଓ ପଶୁ ଚିକିତ୍ସା ଅଧିକାରୀଙ୍କ ଦ୍ୱାରା ନିର୍ଦ୍ଧାରିତ ପ୍ରୋଟୋକଲ ପାଳନ ସୁନିଶ୍ଚିତ କରିବା ତଥା ଭାରତରେ ଚିତା ପୁନର୍ବାସନ ସମ୍ପର୍କରେ ଏନଟିସିଏ ଓ ମଧ୍ୟପ୍ରଦେଶ ବନ ବିଭାଗକୁ ଚିତାଙ୍କ ସାମଗ୍ରିକ ସ୍ୱାସ୍ଥ୍ୟ, ବ୍ୟବହାର ଓ ରକ୍ଷଣାବେକ୍ଷଣ ପରାମର୍ଶ ପ୍ରଦାନ କରିବ।  କୁନୋ ଜାତୀୟ ଉଦ୍ୟାନରେ ଚିତାଙ୍କ ଶିକାର ଦକ୍ଷତା ଓ ଉପଯୋଜନ ସ୍ଥିତି ନୀରିକ୍ଷଣ କରିବ। ଚିତାଙ୍କୁ ଏକାନ୍ତବାସରୁ ସଫ୍ଟ ରିଲିଜ ଖୁଆଡ ଏବଂ ପରେ ଚାରଣ ଭୂମି ଓ ଖୋଲା ଜଙ୍ଗଲକୁ ଛାଡିବା ନୀରିକ୍ଷଣ କରିବ। ସେହିପରି ପରିବେଶ ପର୍ଯ୍ୟଟନ ପାଇଁ ଚିତା ବାସସ୍ଥଳୀ ଖୋଲିବା ଓ ଏଥିପାଇଁ ଦିଶାନିର୍ଦ୍ଦେଶ ପରାମର୍ଶ ଦେବା। କୁନୋ ଜାତୀୟ ଉଦ୍ୟାନ ଓ ଅନ୍ୟ ସଂରକ୍ଷିତ ଅଞ୍ଚଳର ସୀମାନ୍ତ କ୍ଷେତ୍ରରେ ପର୍ଯ୍ୟଟନ ଭିତ୍ତିଭୂମି ବିକାଶ ପାଇଁ ଉପଦେଶ ଓ ପରାମର୍ଶ ଦେବା ଓ  ଚିତା ମିତ୍ର ଓ ସ୍ଥାନୀୟ ଲୋକଙ୍କ ସହ ନିୟମିତ ଆଲୋଚନା କରି ସେମାନଙ୍କ ସଚେତନତା ବୃଦ୍ଧି ସହ ସେମାନଙ୍କୁ ଅଞ୍ଚଳ ସହ ଚିତା ସଂରକ୍ଷଣରେ ସାମିଲ କରିବା ଏହି ଟାସ୍କ ଫୋର୍ସ ଗଠନର ମୂଳ ଲକ୍ଷ୍ୟ।

ଟାସ୍କ ଫୋର୍ସର ସଦସ୍ୟ :

ଏହି ଟାସ୍କ ଫୋର୍ସରେ  ପ୍ରମୁଖ ସଚିବ (ବନ),  ପ୍ରମୁଖ ସଚିବ (ପର୍ଯ୍ୟଟନ),  ପ୍ରଧାନ ମୁଖ୍ୟ ବନ ସଂରକ୍ଷକ ଓ ବନ ଶକ୍ତି ମୁଖ୍ୟ,  ପ୍ରଧାନ ମୁଖ୍ୟ ବନ ସଂରକ୍ଷକ (ବନ୍ୟପ୍ରାଣୀ) ଓ ମୁଖ୍ୟ ବନ୍ୟାପ୍ରାଣୀ ୱାର୍ଡେନ, ମଧ୍ୟପ୍ରଦେଶ ଓ  ଆଲୋକ କୁମାର, ଅବସରପ୍ରାପ୍ତ ପ୍ରଧାନ ମୁଖ୍ୟ ବନ ସଂରକ୍ଷକ (ବନ୍ୟପ୍ରାଣୀ) ଓ ମୁଖ୍ୟ ବନ୍ୟ ପ୍ରାଣୀ ୱାର୍ଡେନ, ମଧ୍ୟପ୍ରଦେଶ ରହିଛନ୍ତି। ସେହିପରି  ଡଃ ଅମିତ ମଲ୍ଲିକ, ମହାନୀରିକ୍ଷକ, ଏନଟିସିଏ, ନୂଆଦିଲ୍ଲୀ,  ଡଃ ବିଷ୍ଣୁ ପ୍ରିୟା, ବୈଜ୍ଞାନିକ, ଭାରତୀୟ ବନ୍ୟପ୍ରାଣୀ ପ୍ରତିଷ୍ଠାନ, ଡେରାଡୁନ, ଅଭିଲାଷ ଖାଣ୍ଡେକର, ସଦସ୍ୟ, ଏମପି ଏସବିଡବ୍ଲୁଏଲ, ଭୋପାଳ ଓ  ଶୁଭୋରଞ୍ଜନ ସେନ, ଏପିସିସିଏଫ- ବନ୍ୟପ୍ରାଣୀ, ସଦସ୍ୟ ସଂଯୋଜକ ସଦସ୍ୟ ରହିଛନ୍ତି।

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories