www.samajalive.in
Wednesday, December 10, 2025
16.1 C
Bhubaneswar

ରମଣ ସିଂହ ଅସୁସ୍ଥ, ହସ୍ପିଟାଲରେ ଭର୍ତ୍ତି

ନୂଆଦିଲ୍ଲୀ: ଛତିଶଗଡ଼ର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ଭାଜପାର ବରିଷ୍ଠ ନେତା ରମଣ ସିଂହ ଅସୁସ୍ଥ ହୋଇପଡ଼ିଛନ୍ତି। ଛାତିରେ ଯନ୍ତ୍ରଣା ଅନୁଭବ କରିବା ପରେ ତାଙ୍କୁ ଗୁରୁଗ୍ରାମସ୍ଥିତ ମେଦାନ୍ତ ହସ୍ପିଟାଲରେ ଭର୍ତ୍ତି କରାଯାଇଛି।

ଗତ ଦୁଇଦିନ ହେଲା ସେ ଦିଲ୍ଲୀରେ ଥିଲେ। ମଙ୍ଗଳବାର ବିଳମ୍ବିତ ରାତିରେ ହଠାତ ରମଣଙ୍କ ଛାତିରେ ଯନ୍ତ୍ରଣା ହେବା ସହିତ ସେ ଅସୁସ୍ଥ ଅନୁଭବ କରିଥିଲେ। ଏହା ପରେ ପରିବାର ଲୋକେ ତାଙ୍କୁ ତୁରନ୍ତ ହସ୍ପିଟାଲକୁ ନେଇଥିଲେ। ଗ୍ୟାଷ୍ଟ୍ରୋଏଣ୍ଟେରୋଲୋଜି ବିଶେଷଜ୍ଞ ଡା. ରାଜେଶ ପୁରୀ ତାଙ୍କର ଚିକିତ୍ସା କରୁଛନ୍ତି। ରମଣ ହସ୍ପିଟାଲରେ ଭର୍ତ୍ତି ହେବାର ଖବର ମଳିବା ପରେ ପ୍ରଦେଶ ପାର୍ଟି ଅଧ୍ୟକ୍ଷ ବିକ୍ରମ ଉସେଣ୍ଡି ଫୋନ କରି ତାଙ୍କ ସ୍ବାସ୍ଥ୍ୟାବସ୍ଥା ସମ୍ପର୍କରେ ପଚାରି ବୁଝିଥିଲେ। ବିରୋଧୀ ଦଳ ନେତା ଧରମଲାଲ କୌଶିକ ମଧ୍ୟ ଫୋନ କରି କଥା ହୋଇଥିଲେ।

Hot this week

ଧାନ ରଖି ଚାଷୀଙ୍କ ରାଜପଥ ଅବରୋଧ: ପୁଲିସ ସହ ଧସ୍ତାଧସ୍ତି, ୩ ଘଣ୍ଟା ଯାତାୟାତ ବନ୍ଦ

ଅତାବିରା/ରେଙ୍ଗାଲିକ୍ୟାମ୍ପ, : ମଣ୍ଡି ଗୁଡିକରେ ମନ୍ଥର ଗତିରେ ଧାନ ଉଠୁଥିଲା। ମଣ୍ଡିରୁ...

ବାରବାଟୀରେ ଏକତରଫା ବିଜୟ: ଦକ୍ଷିଣ ଆଫ୍ରିକାର ସର୍ବନିମ୍ନ ସ୍କୋର

କଟକ: କଟକ ବାରବାଟୀ ଷ୍ଟାଡିୟମ୍‌ରେ ଭାରତୀୟ ଦଳ ଦକ୍ଷିଣ ଆଫ୍ରିକା ବିପକ୍ଷରେ...

ବାରବାଟୀରେ ଭାରତର ବିରାଟ ବିଜୟ

କଟକ -   ବାରବାଟୀରେ ଭାରତର ବିରାଟ ବିଜୟ । ଦକ୍ଷିଣ ଆଫ୍ରିକାକୁ...

ଛାତ୍ରଙ୍କୁ ରାଗିଂ: ଡ୍ରଗ୍ସ ନେବାକୁ ବାଧ୍ୟ କଲେ, ପାଇଖାନା ଚଟାଣ ଚଟାଇଲେ

ପିପିଲି: ରାଜ୍ୟର ଏକ ପ୍ରମୁଖ ଘରୋଇ ବିଶ୍ୱବିଦ୍ୟାଳୟ ଅଧୀନରେ ଥିବା ରାଜଧାନୀ...

ଦକ୍ଷିଣ ଆଫ୍ରିକାକୁ ୧୭୬ ରନର ଟାର୍ଗେଟ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭ୍ରମଣକାରୀ ଦକ୍ଷିଣ ଆଫ୍ରିକାକୁ ୧୭୬...

Related Articles

Popular Categories