www.samajalive.in
Friday, December 12, 2025
15.1 C
Bhubaneswar

ସ୍ତ୍ରୀ ଉପରେ ପେଟ୍ରୋଲ ଢାଳି ନିଆଁ ଲଗାଇଲା ସ୍ୱାମୀ, ମହିଳା ଗୁରୁତର

ଛତ୍ରପୁର: ପାରିବାରିକ କଳହରୁ ସ୍ୱାମୀ ତାର ସ୍ତ୍ରୀକୁ ପେଟ୍ରୋଲ ଢାଳି ନିଆଁ ଲଗାଇଲା, ଗୁରୁତର ଅବସ୍ଥାରେ ବ୍ରହ୍ମପୁର ମେଡିକାଲକୁ ସ୍ଥାନନ୍ତରିତ। ଏହିଭଳି ଘଟଣା ଦେଖିବାକୁ ମିଳିଛି ଗଞ୍ଜାମ ଜିଲ୍ଲା ଆର୍ଯ୍ୟପଲ୍ଲୀ ମେରାଇନ ଥାନା ସାନ ଆର୍ଯ୍ୟପଲ୍ଲୀ ଗ୍ରାମରେ। ଗ୍ରାମର ବି. ମୁକୋଡୁ ଓ ସ୍ତ୍ରୀ ବି. ଆରାମାଙ୍କ ମଧ୍ୟରେ ଝଗଡା ହେବାରୁ ସେ ତା ବାପଘରେ ରହୁଥିଲା। ବି. ଆରାମା ଆଜି ସକାଳୁ କାମ କରିବା ପାଇଁ ଯାଉଥିବା ବେଳେ ଗାନ୍ଧୀ ଛକ ନିକଟରେ ସ୍ୱାମୀ ବି. ମୁ୍କୋଡୁ ପେଟ୍ରୋଲ ଧରି ତା ସହ ଝଗଡା କରିବା ସହ ଉପରକୁ ପେଟ୍ରୋଲ ଢାଳି ନିଆଁ ଲଗାଇ ଦେଇଥିଲା। ଗୁରୁତର ଅବସ୍ଥାରେ ସ୍ଥାନୀୟ ଲୋକ ତାକୁ ପ୍ରଥମେ ଛତ୍ରପୁର ମେଡିକାଲ ପଠେଇ ଥିଲେ ପରେ ଓ ପରେ ବ୍ରହ୍ମପୁର ମେଡିକାଲକୁ ପଠାଯାଇ।

ଖବର ପାଇଁ ପୁଲିସ ପହଂଚି ସ୍ୱାମୀ ବି. ମୁକୋଡୁକୁ କାବୁ କରିବା ସହ ଥାନାରେ ଅଟକ ରଖି ତଦନ୍ତ ଚଳାଇଛି। ବି. ଆରାମାଙ୍କ ତିନୋଟି ଛୋଟ ଛୋଟ ପିଲା ରହିଛି। ଛତ୍ରପୁର ପୁଲିସ ଓ ମାଜିଷ୍ଟ୍ରେଟ ଉପସ୍ତିତିରେ ବ୍ରହ୍ମପୁର ମେଡିକାଲରେ ମହିଳାଙ୍କ ବୟାନ ରେକର୍ଡ କରାଯାଇଛି। ମହିଳା ଜଣକ ସ୍ୱାମୀ ହିଁ ତାଙ୍କୁ ପେଟ୍ରୋଲ ଢାଳି ନିଆଁ ଲଗାଇଥିବା କହିଛନ୍ତି।

Hot this week

କଟକର ସ୍ପେଶାଲ ସର୍କିଟ୍ ହାଉସ୍‌ର ନୂଆ ଆନେକ୍ସ ବିଲ୍‌ଡିଙ୍ଗ୍ ଭିଭିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର:ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ କଟକ ସହର ଗସ୍ତରେ...

ହାରିଲା ଭାରତ ,ଦକ୍ଷିଣ ଆଫ୍ରିକା ୫୧ ରନରେ ବିଜୟୀ

ନୂଆଦିଲ୍ଲୀ: ଭାରତ-ଦକ୍ଷିଣ ଆଫ୍ରିକା ମଧ୍ୟରେ ଚାଲିଥିବା ଦ୍ୱିତୀୟ ଟି-୨୦ ସିରିଜର ଆଜି...

ଚଣ୍ଡୀଗଡ଼ ଟି ଟ୍ୱେଣ୍ଟି- ହାରିଲା ଟିମ୍‌ ଇଣ୍ଡିଆ

ଚଣ୍ଡୀଗଡ - ଏଠାରେ ଚାଲିଥିବା ଭାରତ ଦକ୍ଷିଣ ଆଫ୍ରିକା ଦ୍ୱିତୀୟ ଟି...

କଥା ହେଲେ ମୋଦୀ, ଟ୍ରମ୍ପ – ବାଣିଜ୍ୟ ଚୁକ୍ତି ଉପରେ ଆଲୋଚନା

ନୂଆଦିଲ୍ଲୀ - ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସହ ଭାରତର ପ୍ରଧାନମନ୍ତ୍ରୀ...

Related Articles

Popular Categories