www.samajalive.in
Wednesday, December 10, 2025
26.1 C
Bhubaneswar

ଦନ୍ତେୱାଡ଼ାରେ ସୁରକ୍ଷାକର୍ମୀଙ୍କ ଗୁଳି ବିନିମୟରେ ୩ ମାଓବାଦୀ ମୃତ

ଛତିଶଗଡ଼: ଛତିଶଗଡ଼ରେ ଏନକାଉଣ୍ଟରରେ ୩ ମାଓବାଦୀ ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ଦନ୍ତେୱାଡ଼ାରେ ସୁରକ୍ଷାକର୍ମୀଙ୍କ ଗୁଳି ବିନିମୟରେ ୩ ମାଓବାଦୀଙ୍କ ମୃତ ହୋଇଛି। ସୁକମା ସୀମାନ୍ତ ଟୁମକାପାଲ ଓ ଡାବା କୁନା ଗାଁ ନିକଟରେ ଏନକାଉଣ୍ଟରରେ ମାଓବାଦୀଙ୍କ ମୃତ୍ୟୁ ହୋଇଥିବା ଜଣାପଡ଼ିଛି। ଘଟଣାସ୍ଥଳରୁ ବହୁ ପରିମାଣର ମାଓ ସାମଗ୍ରୀ ଓ ବିସ୍ଫୋରକ ଜବତ କରାଯାଇଛି।

ଛତିଶଗଡ଼ର ନକ୍ସଲ ପ୍ରବଣ ଦାନ୍ତେୱାଡା ଅଞ୍ଚଳରେ କିଛି ନକ୍ସଲ ଲୁଚି ରହିଥିବା ଖବର ମିଳିବା ପରେ ଡିଆରଜି, ସିଆରପିଏଫ ଓ ପୁଲିସ ପକ୍ଷରୁ ମିଳିତ ଅପରେସନ ଆରମ୍ଭ ହୋଇଥିଲା। ସର୍ଚ୍ଚ ଅପରେସନ ଚାଲିଥିବା ବେଳେ ମାଓବାଦୀମାନେ ଗୁଳିମାଡ଼ ଆରମ୍ଭ କରି ଦେଇଥିଲେ। ସୁରକ୍ଷାକର୍ମୀଙ୍କ ପକ୍ଷରୁ ମଧ୍ୟ ଏହାର ଦୃଢ଼ ଜବାବ ଦିଆଯାଇଥିଲା। ଦୀର୍ଘ ସମୟ ଧରି ଗୁଳି ବିନିମୟ ଚାଲିବା ପରେ ୩ ଜଣ ନକ୍ସଲ ପ୍ରାଣ ହରାଇଥିଲେ। ସମସ୍ତ ୩ ନକ୍ସଲଙ୍କ ମୃତଦେହ ଘଟଣାସ୍ଥଳରୁ ଉଦ୍ଧାର କରାଯାଇଛି ବୋଲି ସୂଚନା ଦିଆଯାଇଛି।

Hot this week

ନିଶା ଭାବରେ ବ୍ୟବହାର କରାଯାଉଥିବା କଫ୍‌ ସିରଫ ବ୍ୟବସାୟ ରୋକିବା ପାଇଁ ପୁଲିସ ତତ୍ପର

କଟକ- ବେଆଇନ କଫ୍‌ ସିରପ ଚୋରା ଚାଲାଣ ଓ ବ୍ୟବସାୟ ରୋକିବା...

ସୁଧୁରୁଛି ସ୍ଥିତି- ଏବେ ବିମାନ ଚଳାଚଳ ସ୍ୱାଭାବିକ ହେବ

ଭୁବନେଶ୍ବର ବିଜୁପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରେ ଇଣ୍ଡିଗୋ ବିମାନ ଚଳାଚଳ ନେଇ ଦେଖାଦେଇଥିବା...

ଭାରତ ମୁସଲମାନ ମାନେ ଧମାନ୍ତରିତ : ବ୍ରିଜଭୂଷଣ ଶରଣ ସିଂ

ସମାଜ ଲାଇଭ ଡ଼େସ୍କ : ପୂର୍ବତନ କେସିଆରଗଞ୍ଜ ସାଂସଦ ବ୍ରିଜଭୂଷଣ ଶରଣ...

ମରକ୍କୋରେ ୨ଟି କୋଠା ଭୁଶୁଡ଼ି ୧୯ ମୃତ

ସମାଜ ଲାଇଭ ଡ଼େସ୍କ : ମରକ୍କୋର ଫେଜ୍‌ ସହରରେ ଦୁଇଟି କୋଠା...

ଗୁଜୁରାଟରେ ଭୟାବହ ଅଗ୍ନିକାଣ୍ଡ

ସମାଜ ଲାଇଭ ଡ଼େସ୍କ : ଗୁଜୁରାଟ ସ୍ଥିତ ସୁରଟର ଟେକ୍ସଟାଇଲ ବଜାରରେ...

Related Articles

Popular Categories