ସମାଜ ଡିଜିଟାଲ ଡେସ୍କ: କେନ୍ଦ୍ର ଆଦିବାସୀ ବ୍ୟାପାର ମନ୍ତ୍ରୀ ଜୁଏଲ ଓରାମଙ୍କ ପତ୍ନୀଙ୍କ ଏକାଦଶାହ ଅବସରରେ ବୁଧବାର ଏକ ଶ୍ରଦ୍ଧାଞ୍ଜଳି ସଭା ଅନୁଷ୍ଠିତ ହୋଇଛି। ସୁନ୍ଦରଗଡ ଜିଲା କେନ୍ଦୁଡିହିରେ ଆୟୋଜିତ କାର୍ଯ୍ୟକ୍ରମରେ ଛତିଶଗଡ଼ ମୁଖ୍ୟମନ୍ତ୍ରୀ ବିଷ୍ଣୁଦେଓ ସାଏ, ରାଜ୍ୟ ବିଜେପି ସଭାପତି ମନମୋହନ ସାମଲଙ୍କ ସମେତ ବହୁ ନେତା ଓ ସ୍ଥାନୀୟ ଜନସାଧାରଣ ଯୋଗ ଦେଇଥିଲେ। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ସମେତ ବହୁ ବିଶିଷ୍ଟ ବ୍ୟକ୍ତି ସ୍ବର୍ଗତଃ ଝିଙ୍ଗିଆ ଓରାମଙ୍କୁ ଗତକାଲି ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ।
ସୂଚନାଯୋଗ୍ୟ, ଅସୁସ୍ଥତା ପରେ ଜୁଏଲଙ୍କ ପତ୍ନୀ ଝିଙ୍ଗିଆ ଓରାମଙ୍କର ଗତ ୧୮ ତାରିଖରେ ଭୁବନେଶ୍ବରର ଏକ ଘରୋଇ ହସ୍ପିଟାଲରେ ପରଲୋକ ଘଟିଥିଲା।



