www.samajalive.in
Saturday, December 6, 2025
19.1 C
Bhubaneswar

ଛତିଶଗଡରେ ଆହତ ଯବାନଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ ବିଷ୍ଣୁ ଦେବ ସାଏ

ଛତିଶଗଡ: ଛତିଶଗଡରେ ମୁଖ୍ୟମନ୍ତ୍ରୀ ବିଷ୍ଣୁ ଦେବ ସାଏ ଆହତ ଯବାନଙ୍କୁ ଭେଟିଛନ୍ତି। ମେଡିକାଲରେ ପହଞ୍ଚି ସେମାନଙ୍କ ସ୍ୱାସ୍ଥ୍ୟାବସ୍ଥା ପଚାରି ବୁଝିବା ସହ ସେମାନଙ୍କୁ ଉନ୍ନତ ଚିକିତ୍ସା ସୁବିଧା ଯୋଗାଇ ଦେବାକୁ ନିର୍ଦ୍ଦେଶ ଦେଇଛନ୍ତି। ସୂଚନା ମୂତାବକ ମଙ୍ଗଳବାର ସୁକମା ବିଜାପୁର ସୀମାରେ ଥିବା ଏକ କ୍ୟାମ୍ପ ଉପରେ ମାଓବାଦୀମାନେ ଅତର୍କିତ ଭାବେ ଆକ୍ରମଣ କରିଥିଲେ । ମାଓବାଦୀଙ୍କ ଆକ୍ରମଣରେ ୩ଜଣ ଯବାନ ସହିଦ ହୋଇଥିବାବେଳେ ୧୪ଜଣ ଯବାନ ଗୁରୁତର ହୋଇଥିଲେ। ଯବାନମାନେ ନୂଆ କ୍ୟାମ୍ପ ପ୍ରତିଷ୍ଠା ପାଇଁ ଯାଉଥିବାବେଳେ ମାଓବାଦୀ ମାନେ ଆମ୍ବୁଶ କରି ଆକ୍ରମଣ କରିଥିଲେ। ପ୍ରାୟ ୨ ଘଣ୍ଟା ଧରି ମାଓବାଦୀ ଓ ଯବାନଙ୍କ ମଧ୍ୟରେ ଗୁଳି ବିନିମୟ ହୋଇଛି। ଏହି ଆକ୍ରମଣରେ ଗୁରୁତର ଆହତଙ୍କୁ ହେଲିକପ୍ଟର ଯୋଗେ ହସ୍ପିଟାଲକୁ ସ୍ଥାନାନ୍ତର କରାଯାଇଛି।

Hot this week

ଜନ୍ମଦିନ ପାଳନ ପାଇଁ ମୋବାଇଲ ଲୁଟ୍‌

ଫୁଲବାଣୀ: ଏକ ମୋବାଇଲ ଲୁଟ କରି ଆକ୍ରମଣ କରିବା ଘଟଣାରେ ଫୁଲବାଣୀ...

ଜୟସୱାଲଙ୍କ ଶତକ: ମ୍ୟାଚ ସହ ସିରିଜ ଜିତିଲା ଭାରତ, ହିଟ୍‌ମ୍ୟାନଙ୍କ ନୂଆ ରେକର୍ଡ

ସମାଜଲାଇଭ ଡେସ୍କ: ଦକ୍ଷିଣ ଆଫ୍ରିକା ବିପକ୍ଷରେ ୩ୟ ଦିନିକିଆ ମ୍ୟାଚ ସହିତ...

ପୁଟିନଙ୍କୁ ପରସାଗଲା ନିରାମିଷ ଖାଦ୍ୟ: ମଦ, ମାଂସ କାହିଁକି ଦିଆଗଲାନି ବୋଲି ପ୍ରଶ୍ନ ଉଠାଇଲେ କଂଗ୍ରେସ ନେତା

ସମାଜଲାଇଭ ଡେସ୍କ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଦୁଇ ଦିନିଆ ଭାରତ...

ଯୁବତୀଙ୍କୁ ଅସଦାଚରଣ, ସମ୍ପର୍କୀୟ ଦାଦା ଗିରଫ

ଗୋପାଳପୁର: ଗୋଳନ୍ଥରା ଥାନା ଅନ୍ତର୍ଗତ ଏକ ଗ୍ରାମରେ ଜଣେ ଯୁବତୀଙ୍କୁ ଅସଦାଚରଣ...

ସମ୍ବଲପୁରୀ ସିନେମା ‘ସୁଟଆଉଟ ଇନ ସୋନପୁର’ର ଶୁଭ ମହୁରତ

ସମ୍ବଲପୁର: ସମ୍ୱଲପୁରର ସେନପାର୍କ ନିକଟ ଓଡିଶା ସାଂସ୍କୃତିକ ଭବନଠାରେ ଶନିବାର ସାଇଦତ୍ତ...

Related Articles

Popular Categories