www.samajalive.in
Friday, December 5, 2025
20.1 C
Bhubaneswar

୩୦ ଫୁଟ ଖାଇକୁ ଖସିଲା ପିକଅପ୍ ; ୧୭ ମୃତ

ଛତିଶଗଡ : ୩୦ ଫୁଟ ତଳ ଖାଇକୁ ପିକଅପ୍ ଖସି ୧୭ ଜଣଙ୍କ ଜୀବନ ଚାଲି ଯାଇଛି। କବୀରଧାମ ଜିଲାର ପଣ୍ଡରିଆ ବ୍ଲକ ଅନ୍ତର୍ଗତ କୁକଦୁର ପୁଲିସ ଷ୍ଟେସନ ନିକଟରେ ଗ୍ରାମ ଭାପାଣି ଅଞ୍ଚଳରେ ସୋମବାର ମଧ୍ୟାହ୍ନ ପ୍ରାୟ ୧୨ଟାରେ ପିକଅପ୍ ଭ୍ୟାନ ଦୁର୍ଘଟଣାଗ୍ରସ୍ତ ହୋଇ ଏହି ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଖବର ପାଇ ପୁଲିସ ଓ ଉଦ୍ଧାରକାରୀ ଦଳ ତୁରନ୍ତ ଘଟଣାସ୍ଥଳରେ ପହଞ୍ଚିଥିଲେ। ସମସ୍ତ ମୃତାହତଙ୍କୁ ଉଦ୍ଧାର କରାଯାଇ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଏଥିରେ ୮ ଜଣ ଆହତ ହୋଇଛନ୍ତି। ଆହତଙ୍କୁ ଚିକିତ୍ସା ପାଇଁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି।
ପିକଅପ୍ ରେ ପ୍ରାୟ ୨୫ରୁ ଅଧିକ ଲୋକେ ଯାତ୍ରା କରୁଥିଲେ। ଥାନା ପକ୍ଷରୁ ମିଳିଥିବା ସୂଚନାନୁଯାୟୀ, ପିକଅପରେ ଥିବା ଲୋକେ କେନ୍ଦୁପତ୍ର ତୋଳିବାକୁ ଯାଇଥିଲେ। ପୁଲିସ ଘଟଣାର ତଦନ୍ତ ଜାରି ରଖିଛି।

ଦେଖନ୍ତୁ ଭିଡିଓ : ଏମିତି ବି ବଦଳେ ସମୟ, ୩ ବିଲେଇକୁ ଭୁଆଁ ବୁଲାଇଲା ଗୋଟିଏ ମୂଷା..

Hot this week

ଭୁବନେଶ୍ଵରରେ ପହଞ୍ଚିଲେ ଦକ୍ଷିଣଆଫ୍ରିକା ଦଳର ୫ ଖେଳାଳି

ସମାଜଲାଇଭ ଡେସ୍କ: ଭୁବନେଶ୍ଵର ବିମାନବନ୍ଦରରେ ପହଞ୍ଚିଛନ୍ତି ଦକ୍ଷିଣଆଫ୍ରିକା କ୍ରିକେଟ ଦଳର ୫...

୧୦ ଗୁଣା ବଢ଼ିଲା ବିମାନ ଟିକେଟ ଦର

ସମାଜଲାଇଭ ଡେସ୍କ: ବିଦେଶ ଯାତ୍ରାଠୁ ମହଙ୍ଗା ହେଲା ଭାରତୀୟ ସହରକୁ ବିମାନ...

ଆଜି ଇଣ୍ଡିଗୋର ୧ ହଜାରରୁ ଊର୍ଦ୍ଧ୍ବ ବିମାନ ରଦ୍ଦ, ତଦନ୍ତ କମିଟି ଗଠନ କଲେ ସରକାର

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନର ପରିଚାଳନାଗତ ସଙ୍କଟ ଜାରି ରହିଛି। ଇଣ୍ଡିଗୋ...

ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ

କଟକ :ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ । ଜାତିଆଣ ଆକ୍ଷେପ ଓ ଧର୍ମୀୟ...

ଜାତିସଂଘରେ ଭାରତର ସ୍ଥାୟୀ ସଦସ୍ୟତାକୁ ପୁଟିନଙ୍କ ସମର୍ଥନ

ସମାଜଲାଇଭ ଡେସ୍କ: ଭାରତ-ରୁଷ ମଧ୍ୟରେ ଶୁକ୍ରବାର ଶିଖର ସମ୍ମିଳନୀ ଶେଷ ହୋଇଛି।...

Related Articles

Popular Categories