www.samajalive.in
Monday, December 15, 2025
16.1 C
Bhubaneswar

ଶଙ୍ଖ ଭବନରେ ଛେନାପୋଡ଼ ଦିବସ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ ମୋହନ

ଡେସ୍କ: ଆଜି ଏପ୍ରିଲ ୧୧ ତାରିଖ, ଛେନାପୋଡ଼ ଦିବସ। ଓଡ଼ିଶାର ପାରମ୍ପରିକ ମିଠା ଛେନାପୋଡ଼ ପାଇଁ ଛେନାପୋଡ଼ ଦିବସ ଆଜି ଶଙ୍ଖ ଭବନରେ ଉତ୍ସାହ ସହ ପାଳିତ ହୋଇଯାଇଛି। ଏହି ଅବସରରେ ବିଜୁ ଜନତା ଦଳର ଜାତୀୟ ମୁଖପାତ୍ର ତଥା ଦଳର ସଭାପତି ନବୀନ ପଟ୍ଟନାୟକଙ୍କ ରାଜନୈତିକ ସଚିବ ଡ଼ ସଂତୃପ୍ତ ମିଶ୍ର, ମୁଖପାତ୍ର ଡ଼ ଲେଖାଶ୍ରୀ ସାମସିଂହାର, ଗଣମାଧ୍ୟମ ସଂଯୋଜକ ତଥା ମୁଖପାତ୍ର ଡ଼ ଲେନିନ ମହାନ୍ତି, ଡ଼ ପ୍ରିୟବ୍ରତ ମାଝୀ, ତୁମ୍ବନାଥ ପଣ୍ଡା, ଇପ୍ସିତା ସାହୁ, ସୋଫିଆ ଆଲାମ, ବିଶ୍ବପ୍ରତାପ ସାହୁ ଓ ଅରୂପ ଶ୍ରୀଚନ୍ଦନ ପ୍ରମୁଖଙ୍କ ଉପସ୍ଥିତିରେ ଛେନାପୋଡ଼ କାଟି ବଣ୍ଟନ କରାଯାଇଥିଲା।

ଅନ୍ୟପକ୍ଷରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ନିଜ ଟ୍ୱିଟର ହ୍ୟାଣ୍ଡେଲରେ ସମସ୍ତଙ୍କୁ ଛେନାପୋଡ଼ ଦିବସର ଶୁଭେଚ୍ଛା ଜଣାଇଛନ୍ତି। ମୁଖ୍ୟମନ୍ତ୍ରୀ ଲେଖିଛନ୍ତି,’ଆମ ସମସ୍ତଙ୍କ ପ୍ରିୟ ଛେନାପୋଡ଼। ଆଜି ‘ଛେନାପୋଡ଼ ଦିବସ’ରେ ସମସ୍ତଙ୍କୁ ଶୁଭେଚ୍ଛା ଓ ଶୁଭକାମନା। ଆସନ୍ତୁ ଓଡ଼ିଶାର ଏହି ନିଆରା ସ୍ୱାଦକୁ ବିଶ୍ୱସ୍ତରରେ ପହଞ୍ଚାଇବା।’

Hot this week

ପଶ୍ଚିମ ଓଡ଼ିଶାରେ ପ୍ରଫେସର ସଙ୍କଟ

ସମ୍ବଲପୁର: ପଶ୍ଚିମ ଓଡ଼ିଶାର ଅଧିକାଂଶ ବିଶ୍ବବିଦ୍ୟାଳୟରେ ପ୍ରଫେସର ପଦ ଖାଲି ପଡ଼ିଛି।...

ମଧ୍ୟସ୍ଥତା ହିଁ ନ୍ୟାୟ ପ୍ରଣାଳୀର ସରଳ ବିକଳ୍ପ : ପ୍ରଧାନ ବିଚାରପତି

କଟକ: ବିଚାରାଧୀନ ମାମଲା, ବଢ଼ୁଥିବା ମକଦ୍ଦମା ଖର୍ଚ୍ଚ ଏବଂ ସମୟ ବ୍ୟୟ-ଏହି...

କଂଗ୍ରେସରୁ ବିଦା ହେଲେ ମୋକିମ୍‌ : ମହଙ୍ଗା ପଡିଲା ଦଳୀୟ ନେତୃତ୍ୱକୁ ଖୋଲାଖୋଲି ଚ୍ୟାଲେଞ୍ଜ

ସମାଜ ଡିଜିଟାଲ ଡେସ୍କ: ମହଙ୍ଗା ପଡିଲା ଦଳୀୟ ନେତୃତ୍ୱକୁ ଖୋଲାଖୋଲି ଚ୍ୟାଲେଞ୍ଜ...

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

Related Articles

Popular Categories