www.samajalive.in
Tuesday, December 9, 2025
16.1 C
Bhubaneswar

ମୁଖ୍ୟ ନିର୍ବାଚନ କମିଶନରଙ୍କ ନିର୍ବାଚନ ପ୍ରସ୍ତୁତି ସମୀକ୍ଷା ବୈଠକ

ଭୁବନେଶ୍ୱର: ଭାରତ ନିର୍ବାଚନ ଆୟୋଗଙ୍କ ଓଡ଼ିଶା ଗସ୍ତର ପ୍ରଥମ ଦିନରେ ମାନ୍ୟବର ମୁଖ୍ୟ ନିର୍ବାଚନ କମିଶନର ରାଜୀବ କୁମାର ରାଜ୍ୟର ସମସ୍ତ ଜିଲାର ଜିଲା ନିର୍ବାଚନ ଅଧିକାରୀ ଓ ଜିଲା ଆରକ୍ଷୀ ଅଧୀକ୍ଷକମାନଙ୍କୁ ନେଇ ଏକ ସମୀକ୍ଷା ବୈଠକ କରାଇଥିଲେ। ପ୍ରାରମ୍ଭରେ ମୁଖ୍ୟ ନିର୍ବାଚନ ଅଧିକାରୀ ନିକୁଞ୍ଜ ବିହାରୀ ଧଳ ଆଗାମୀ ଦିନରେ ହେବାକୁ ଥିବା ସାଧାରଣ ନିର୍ବାଚନ ପାଇଁ ସମସ୍ତ ପ୍ରକାରର ପ୍ରସ୍ତୁତି ସଂପର୍କରେ ମାନ୍ୟବର ଆୟୋଗଙ୍କୁ ଅବଗତ କରାଇଥିଲେ।

ପରେ ପରେ ମାନ୍ୟବର ମୁଖ୍ୟ ନିର୍ବାଚନ କମିଶନର ଜିଲା ନିର୍ବାଚନ ଅଧିକାରୀ ଓ ଜିଲା ଆରକ୍ଷୀ ଅଧୀକ୍ଷକମାନଙ୍କ ନିର୍ବାଚନ ପ୍ରସ୍ତୁତି ସଂପର୍କରେ ଜିଲ୍ଲାୱାରୀ ସମୀକ୍ଷା କରିଥିଲେ। ହେବାକୁ ଥିବା ସାଧାରଣ ନିର୍ବାଚନକୁ ଶାନ୍ତିଶୃଙ୍ଖଳାର ସହ ପରିଚାଳନା ଉପରେ ସର୍ବାଧିକ ଗୁରୁତ୍ୱ ଦେବାକୁ ମୁଖ୍ୟ ନିର୍ବାଚନ କମିଶନର ସଂପୃକ୍ତ ଅଧିକାରୀମାନଙ୍କୁ ପରାମର୍ଶ ଦେଇଥିଲେ।

- Advertisement -

ଏତଦ୍‌ବ୍ୟତୀତ ମୁଖ୍ୟ ନିର୍ବାଚନ କମିଶନର କୁମାର ସ୍ୱୀକୃତିପ୍ରାପ୍ତ ଜାତୀୟ, ରାଜ୍ୟ ଓ ଆଞ୍ଚଳିକ ରାଜନୈତିକ ଦଳର କର୍ମକର୍ତ୍ତାଙ୍କ ସହ ଆଲୋଚନା କରି ରାଜ୍ୟରେ ହେବାକୁ ଥିବା ସାଧାରଣ ନିର୍ବାଚନ ଯେପରି ଅବାଧ, ମୁକ୍ତ, ସ୍ୱଚ୍ଛ ଓ ଶାନ୍ତିପୂର୍ଣ୍ଣ ଭାବେ ପରିଚାଳନା କରାଯାଇପାରିବ, ସେଥି ନିମନ୍ତେ ସମସ୍ତ ରାଜନୈତିକ ଦଳମାନଙ୍କର ସହଯୋଗ ଏକାନ୍ତ କାମ୍ୟ ବୋଲି ମୁଖ୍ୟ ନିର୍ବାଚନ କମିଶନର ବୈଠକରେ ପ୍ରକାଶ କରିଥିଲେ।

ଅନ୍ୟମାନଙ୍କ ମଧ୍ୟରେ ଏହି ସମୀକ୍ଷା ବୈଠକରେ ଭାରତର ମାନନୀୟ ନିର୍ବାଚନ ଆୟୁକ୍ତ ଅରୁଣ ଗୋଏଲ, ବରିଷ୍ଠ ଉପ ନିର୍ବାଚନ ଆୟୁକ୍ତ ଧର୍ମେନ୍ଦ୍ର ଶର୍ମା ଓ ନିତେଶ ବ୍ୟାସ, ଉପ ନିର୍ବାଚନ ଆୟୁକ୍ତ ମନୋଜ କୁମାର ସାହୁ, ଭାରତର ନିର୍ବାଚନ ଆୟୋଗଙ୍କ ଗଣମାଧ୍ୟମ ମହାନିର୍ଦ୍ଦେଶକ ବି. ନାରାୟଣନ ଏବଂ ଆୟୋଗର ଅର୍ଥନୈତିକ ନିର୍ଦ୍ଦେଶକ ପଙ୍କଜ ଶ୍ରୀବାସ୍ତବ ପ୍ରମୁଖ ଉପସ୍ଥିତ ଥିଲେ।

ସମୀକ୍ଷା ବୈଠକରେ ଉପସ୍ଥିତ ଓଡିଶାର ମୁଖ୍ୟ ନିର୍ବାଚନ ଅଧିକାରୀ ନିକୁଞ୍ଜ ବିହାରୀ ଧଳ, ଅତିରିକ୍ତ ମୁଖ୍ୟ ନିର୍ବାଚନ ଅଧିକାରୀ ଡା. ଏନ. ତିରୁମାଲା ନାୟକଙ୍କ ସମେତ ସମସ୍ତ ଜିଲା ନିର୍ବାଚନ ଅଧିକାରୀ, ଆରକ୍ଷୀ ଅଧୀକ୍ଷକ, ରାଜସ୍ୱ ଆୟୁକ୍ତ, ଆରକ୍ଷୀ ମହାନିରୀକ୍ଷକ, ପୋଲିସ କମିଶନର ନିର୍ବାଚନ ଆୟୋଗଙ୍କ ନିକଟରେ ଆବଶ୍ୟକୀୟ ତଥ୍ୟ ଉପସ୍ଥାପନ କରିଥିଲେ।

Hot this week

ବୁଧବାର ଭାରତ-ଆମେରିକା ଆଲୋଚନା

ନୂଆଦିଲ୍ଲୀ : ବୁଧବାର ପରବର୍ତ୍ତୀ ପର୍ଯ୍ୟାୟ ଭାରତ-ଆମେରିକା ମୁକ୍ତ ବାଣିଜ୍ୟ ଚୁକ୍ତି...

ଦୁର୍ନୀତି ବ୍ୟାଧିର ଉପଚାର

ପୂର୍ବ ୟୁରୋପର ଦେଶ ଜର୍ଜିଆ, ଯାହା କି ପୂର୍ବରୁ ସୋଭିଏତ୍‌‌ ରୁଷ...

ଚିନ୍ତାକଳ୍ପ : ଗୃହୀ ସାଧକର ଆଭିମୁଖ୍ୟ

ମହର୍ଷି ଅଙ୍ଗିରାଙ୍କ ଆଶ୍ରମରେ ରହି ଶିଷ୍ୟମାନେ ଅଧ୍ୟୟନ କରୁଥାନ୍ତି। ତାଙ୍କ ମାର୍ଗଦର୍ଶନରେ...

ସମ୍ପାଦକୀୟ : ଜାତିସଂଘର ପାଣ୍ଠି ଚିନ୍ତା

ବିଶ୍ବବ୍ୟାପୀ ମାନବିକ ସହାୟତା ପ୍ରଭାବିତ ମିଳିତ ଜାତିସଂଘ ୨୦୨୬ ବର୍ଷ ପାଇଁ ୨୩...

ସମ୍ପାଦକୀୟ : ଗୋଆ ଅଗ୍ନିକାଣ୍ଡ

କେବେ ଆମେ ସଚେତନ ହେବା ? ଗୋଆର ଏକ ନାଇଟ୍ କ୍ଲବରେ ଯେଉଁ...

Related Articles

Popular Categories