www.samajalive.in
Monday, December 8, 2025
14.1 C
Bhubaneswar

ଶପଥ ନେବେ ହାଇକୋର୍ଟର ନୂଆ ମୁଖ୍ୟ ବିଚାରପତି

କଟକ : ବୁଧବାର ଓଡିଶା ହାଇକୋର୍ଟର ମୁଖ୍ୟ ବିଚାରପତି ଭାବରେ ଶପଥ ନେବେ ଜଷ୍ଟିସ୍ ଚକ୍ରଧାରୀ ଶରଣ ସିଂ। ତାଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇବେ ରାଜ୍ୟପାଳ ରଘୁବର ଦାସ। ଗତ ୨ ତାରିଖରେ ଏନେଇ ଆଇନ୍ ମନ୍ତ୍ରାଳୟ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଥିବାବେଳେ ବୁଧବାର ଶପଥ ଗ୍ରହଣ କରିବେ । ଏହାପୂର୍ବରୁ ସେ ପାଟନା ହାଇକୋର୍ଟରେ ବିଚାରପତି ଥିଲେ। ୧୯୬୩ ଜାନୁଆରୀ ୨୦ ତାରିଖରେ ଜନ୍ମିତ ଜଷ୍ଟିସ୍ ଶରଣ ସିଂ ଦିଲ୍ଲୀ ବିଶ୍ବ ବିଦ୍ୟାଳୟରୁ ଏଲଏଲବି ଡିଗ୍ରୀ ହାସଲ କରିବା ପରେ ୧୯୯୦ ଜାନୁଆରୀରେ ପାଟନା ହାଇକୋର୍ଟରେ ଓକିଲାତି ଆରମ୍ଭ କରିଥିଲେ। ବିହାର ସରକାରଙ୍କ ଅତିରିକ୍ତ ଆଡଭୋକେଟ୍ ଜେନେରାଲ୍ ଭାବରେ ସେ ୨୨ ବର୍ଷ ଧରି କାର୍ଯ୍ୟ କରିଥିଲେ। ୨୦୧୨ ଏପ୍ରିଲ ୫ ତାରିଖରେ ସେ ପାଟନା ହାଇକୋର୍ଟର ବିଚାରପତି ଭାବରେ ନିଯୁକ୍ତି ପାଇଥିଲେ। ଜଷ୍ଟିସ୍ ଚକ୍ରଧାରୀ ଶରଣ ସିଂ ୨୦୨୫ ଜାନୁଆରୀ ମାସରେ ଅବସର ନେବେ।

Hot this week

ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ ।

ଭୁବନେଶ୍ୱର-ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ । ଦୁର୍ଘଟଣାରେ...

ଭୁବନେଶ୍ବରରେ ପହଞ୍ଚିଲେ ସୂର୍ଯ୍ୟକୁମାର, ସଞ୍ଜୁ ଏବଂ ଉପଅଧିନାୟକ ଗିଲ୍, କାଲି ନେଟ୍ ପ୍ରାକ୍ଟିସ୍

ସମାଜ ନ୍ୟୁଜ ଡେସ୍କ- ରାତି ପ୍ରାୟ ୯ଟା ସମୟରେ ଭୁବନେଶ୍ବର ବିମାନବନ୍ଦରରେ...

ଗହୀରମଥାରେ ବେଆଇନ ମାଛ ମାରି ୩୪ ମତ୍ସ୍ୟଜୀବୀ ଗିରଫ, ୨ ଟ୍ରଲର ଜବତ

ସମାଜଲାଇଭ ଡେସ୍କ: ଗହୀରମଥାରେ ବେଆଇନ ମାଛ ମାରୁଥିବା ୩୪ ମତ୍ସ୍ୟଜୀବୀଙ୍କୁ ଗିରଫ...

ହାତୀ ପେଟରେ ଚାଷୀଙ୍କ ଫସଲ, ବନଖଣ୍ଡ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ଆଠଗଡ: ଆଠଗଡ଼ ବ୍ଲକ ଅନ୍ତର୍ଗତ କନ୍ଦରପୁର ଗ୍ରାମରେ ହାତୀପଲଙ୍କ ଉପଦ୍ରବରେ ଚାଷୀକୂଳ...

୩ ଶିଶୁଙ୍କ ସହ ୭ ଦାଦନ ଶ୍ରମିକ ଉଦ୍ଧାର, ୨ ଗିରଫ

କଣ୍ଟାବାଞ୍ଜି: ତୁରେକେଲା ପୁଲିସ ଶନିବାର ମଧ୍ୟ ରାତ୍ରରେ ହଳନଭଟା ଛକ ନିକଟରୁ...

Related Articles

Popular Categories