www.samajalive.in
Monday, December 8, 2025
27.1 C
Bhubaneswar

ଉଚ୍ଚ ପଦରେ ଥାଇ ମଧ୍ୟ ଜନତାଙ୍କ ସମସ୍ୟା ବୁଝ ଓ ଦୂର କର; ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଶୁକ୍ରବାର ଓଡ଼ିଶା ବିଧାନସଭାର ନୂତନ ସମ୍ମିଳନୀ କକ୍ଷରେ ଦୁଇ ଦିନିଆ ପ୍ରଶିକ୍ଷଣ ଶିବିର ଆରମ୍ଭ ହୋଇଛି । ଏହି ଶିବିରକୁ  ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଉଦ୍‌ଘାଟନ କରି ବିଧାୟକଙ୍କୁ ଉତ୍ତମ ଆଚରଣ ଏବଂ ସରଳ ଜୀବନ ଯାପନ କରିବାକୁ ପରାମର୍ଶ ଦେଇଛନ୍ତି । ଏହା ସହ ବିଧାନସଭାରେ କିଭଳି ବ୍ୟବସ୍ଥିତ ଢଙ୍ଗରେ ଲୋକଙ୍କ ଦାବି ଉପସ୍ଥାପନ କରିବେ ସେ ନେଇ ମୁଖ୍ୟମନ୍ତ୍ରୀ ବିଧାୟକ ଓ ବିଧାୟିକାଙ୍କୁ ପ୍ରଶିକ୍ଷଣ ଦେଇଛନ୍ତି ।

ଏହି ଅବସରରେ ବିଧାୟକ ଓ ବିଧାୟିକାଙ୍କୁ ମୁଖ୍ୟମନ୍ତ୍ରୀ ସାଧାରଣ ଜନତାଙ୍କ ନିକଟତର ହେବାକୁ କହିଛନ୍ତି । ଉଚ୍ଚ ପଦରେ ଥିଲେ ମଧ୍ୟ ସାଧାରଣ ଜନତାଙ୍କ ସମସ୍ୟାକୁ ବୁଝି ତାହା ଦୂର କରିବାକୁ ପରାମର୍ଶ ଦେଇଛନ୍ତି । ଗଣତନ୍ତ୍ରର ସଫଳତା ସାଧାରଣ ଜନତାଙ୍କ ଉପରେ ନିର୍ଭର କରେ । ତେଣୁ ଜନତା ହେଉଛନ୍ତି ରିଅଲ୍ ମାଷ୍ଟର ଅଫ୍ ଡେମୋକ୍ରାସି । ଲୋକଙ୍କ ସର୍ବାଙ୍ଗୀନ ଉନ୍ନତି ପାଇଁ ଚେଷ୍ଟା କରିବାକୁ ମୁଖ୍ୟମନ୍ତ୍ରୀ ବିଧାୟକ ଓ ବିଧାୟିକାଙ୍କୁ କହିଛନ୍ତି ।

Hot this week

ସୁନା ବିସ୍କୁଟ୍ ଲୋଭ ଦେଖାଇ ବ୍ୟକ୍ତିଙ୍କଠାରୁ ୪ ଲକ୍ଷ ଟଙ୍କା ଠକେଇ, ୬ ଗିରଫ

ନୀଳଗିରି: ସୁନା ବିସ୍କୁଟ୍ ପ୍ରଲୋଭନ ଦେଖାଇ ବ୍ୟକ୍ତିଙ୍କଠାରୁ ୪ ଲକ୍ଷ ଟଙ୍କା...

ଆତ୍ମସମର୍ପଣ କଲେ ୧୨ ମାଓବାଦୀ

ମାଲକାନଗିରି: ଆତ୍ମସମର୍ପଣ କଲେ ୧୨ ମାଓବାଦୀ। କୁଖ୍ୟାତ ନକ୍ସଲବାଦୀ କମାଣ୍ଡର ଓ...

ବିବାହ ଭାଙ୍ଗିବା ପରେ ପରସ୍ପରଙ୍କୁ ଅନଫଲୋ କଲେ ମନ୍ଧାନା-ପଲାସ

ସମାଜଲାଇଭ ଡେସ୍କ: ଭାରତୀୟ ମହିଳା କ୍ରିକେଟ ଦଳର ଉପଅଧିନାୟିକା ସ୍ମୃତି ମନ୍ଧାନା...

ଭୟଙ୍କର ଅଗ୍ନିକାଣ୍ଡ: ଜଳିଗଲା ୫୦ରୁ ଅଧିକ ଫଳ ଦୋକାନ

ସମାଜଲାଇଭ ଡେସ୍କ: ବଲାଙ୍ଗିର ସହରରେ ଥିବା ଫଳ ବଜାରରେ ସୋମବାର ଭୟଙ୍କର...

Related Articles

Popular Categories