www.samajalive.in
Monday, December 15, 2025
24.1 C
Bhubaneswar

ଛତ୍ର ବଜାର ପୋଲ ଭୁଶୁଡିବା ଘଟଣା : ଆରଡିସି ସ୍ତରୀୟ ତଦନ୍ତ ପାଇଁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦେଶ

ଭୁବନେଶ୍ବର : କଟକ  ଛତ୍ର ବଜାର ପୋଲ ଭୁଶୁଡିବା ଘଟଣାର ଆରଡିସିସ୍ତରୀୟ ତଦନ୍ତ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିର୍ଦେଶ ଦେଇଛନ୍ତି। ପୋଲ ଭୁଶୁଡିବା ଘଟଣାରେ ୨ ଜଣଙ୍କର ପ୍ରାଣହାନୀକୁ ନେଇ ମୁଖ୍ୟମନ୍ତ୍ରୀ ଦୁଃଖ ପ୍ରକାଶ କରିବା ସହ ମୃତକଙ୍କ ପରିବାରକୁ ସମବେଦନା ଜଣାଇଛନ୍ତି। ମୃତକଙ୍କ ନିକଟ ସଂପର୍କୀୟଙ୍କ ପାଇଁ ମୁଖ୍ୟମନ୍ତ୍ରୀ ୩ ଲକ୍ଷ ଟଙ୍କା ଲେଖାଏଁ ଅନୁକମ୍ପା ମୂଳକ ସହାୟତା ଘୋଷଣା କରିଛନ୍ତି।
ଅନ୍ୟ ପକ୍ଷରେ ଆହତଙ୍କୁ ସମସ୍ତ ପ୍ରକାର ଚିକିତ୍ସା ସୁବିଧା ଯୋଗାଇ ଦେବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦେଶ ଦେଇଛନ୍ତି । ଏଥିସହ ମୁଖ୍ୟମନ୍ତ୍ରୀ ଆହତଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି ମୁଖ୍ୟମନ୍ତ୍ରୀ।

କେଉଁ ପରିସ୍ଥିତିରେ ଓ କିଭଳି ଭାବେ ଏହି ଦୁର୍ଘଟଣା ଘଟିଲା ଆରଡିସି ତାହାର ତଦନ୍ତ କରି ରିପୋର୍ଟ ଦେବାକୁ ମୁଖ୍ୟମନ୍ତ୍ରୀ ନିର୍ଦେଶ ଦେଇଛନ୍ତି । ସୂଚନା ଯୋଗ୍ୟ ବୁଧବାର ସନ୍ଧ୍ୟାରେ କଟକ  ଛତ୍ର ବଜାରରୁ ମାଲଗୋଦାମକୁ ସଂଯୋଗ କରୁଥିବା ପୋଲର କିଛି ଅଂଶ ଭୁଶୁଡିବା ଫଳରେ ୨ଜଣଙ୍କର ମୃତ୍ୟୁ ଘଟିଛି ଓ ଜଣେ ଆହତ ହୋଇଛନ୍ତି।

Hot this week

ମିଥ୍ୟା ପିନ୍ଧିଥାଏ ବସନ….

ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଦାୟିତ୍ୱ ନେବା ପରଠାରୁ ବର୍ତ୍ତମାନ ପର୍ଯ୍ୟନ୍ତ...

ଶ୍ରମଜୀବୀ ନା ଶ୍ରମଯୋଗୀ

ଖଣିଜ ପଦାର୍ଥ ସମୃଦ୍ଧ ରାଜ୍ୟ ମଧ୍ୟରେ ଅବିଭକ୍ତ ବିହାର ଓ ଓଡ଼ିଶା...

ଆଜିର ପଞ୍ଚାଙ୍ଗ: ସତର୍କ ରୁହନ୍ତୁ, ୧ଘଣ୍ଟା ପାଇଁ ରହିବ ରାହୁକାଳ

ସମାଜ ଡିଜିଟାଲ ଡେସ୍କ: ସନାତନ ଧର୍ମର ଅନୁଗାମୀମାନଙ୍କ ପାଇଁ ସଫଲା ଏକାଦଶୀର...

ଚିନ୍ତାକଳ୍ପ : ସ୍ଥିତପ୍ରଜ୍ଞ ମହାତ୍ମା

ଏକଦା ତୀର୍ଥଙ୍କର ମହାବୀର ପୂର୍ବ ଦିଗକୁ ମୁହଁକରି ଆଖିବୁଜି ଧ୍ୟାନସ୍ଥ ଥାଆନ୍ତି।...

ସମ୍ପାଦକୀୟ : ଷ୍ଟାମ୍ପ ଡ୍ୟୁଟି ସଂଶୋଧନ

ସାଧାରଣଙ୍କୁ ସୁହାଇବା ଉଚିତ ନିଜର ଗୋଟିଏ ଘର ତୋଳିବା କିମ୍ବା ଛୋଟ ଜମିଟିଏ...

Related Articles

Popular Categories