www.samajalive.in
Saturday, December 6, 2025
14.1 C
Bhubaneswar

ରାଜ୍ୟବାସୀଙ୍କୁ ଇଦ୍‌ର ଶୁଭେଚ୍ଛା ଜଣାଇଲେ ରାଜ୍ୟପାଳ ଓ ମୁଖ୍ୟମନ୍ତ୍ରୀ

ଭୁବନେଶ୍ଵର : ଆଜି ସମଗ୍ର ଦେଶରେ ମୁସଲମାନ ସମ୍ପ୍ରଦାୟର ପବିତ୍ର ପର୍ବ ଇଦ ପାଳିତ ହେଉଛି । ଏହି ପରିପ୍ରେକ୍ଷୀରେ ପବିତ୍ର ଇଦ-ଉଲ-ଫିତର ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓ ରାଜ୍ୟପାଳ ଗଣେଶୀ ଲାଲ ମୁସଲମାନ ଭାଇଭଉଣୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି । ପବିତ୍ର ଇଦ୍ ଉଲ୍ ଫିତର ଅବସରରେ ମାନ୍ୟବର ରାଜ୍ୟପାଳ ମୁସଲମାନ ଭାଇ ଭଉଣୀମାନଙ୍କୁ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଇବା ସହିତ ସମସ୍ତଙ୍କର ସୁଖ ଓ ସମୃଦ୍ଧି କାମନା କରିଛନ୍ତି। କରୋନା ବିରୋଧରେ ଓଡ଼ିଶାର ଲଢେଇ ରେ ଏକ ମନ ଏକ ପ୍ରାଣ ହୋଇ ସାମିଲ ହେବାକୁ ଆହ୍ବାନ ଦେଇଛନ୍ତି।

- Advertisement -

ସେହିପରି ପବିତ୍ର ଇଦ୍-ଉଲ୍-ଫିତର୍ ପର୍ବ ଉପଲକ୍ଷେ ମୁଖ୍ୟମନ୍ତ୍ରୀ ସମସ୍ତଙ୍କୁ ଆନ୍ତରିକ ଶୁଭେଚ୍ଛା ଜଣାଇବା ସହ ସୁଖ ଓ ସମୃଦ୍ଧି କାମନା କରିଛନ୍ତି। କରୋନା ପ୍ରତିରୋଧ ପାଇଁ ସାମାଜିକ ଦୂରତା କଡ଼ାକଡ଼ି ପାଳନ କରିବା ସହ ସମସ୍ତଙ୍କ ସହଯୋଗରେ ଏହି ଯୁଦ୍ଧରେ ନିଶ୍ଚୟ ବିଜୟୀ ହେବା ବୋଲି ସେ କହିଛନ୍ତି।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories