www.samajalive.in
Sunday, December 7, 2025
13.1 C
Bhubaneswar

ମୃତ ଯବାନ ପରିବାରକୁ ୫ ଲକ୍ଷ ଟଙ୍କା ସହାୟତା ; ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର : ଶୁକ୍ରବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ପ୍ରାଣ ହରାଇଥିବା ଦୁଇ ଯବାନଙ୍କ ପରିବାରକୁ ୫ ଲକ୍ଷ ଟଙ୍କା ଲେଖାଏଁ ସହାୟତା ରାଶି ପ୍ରଦାନ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି । ଏହା ସହ ମୃତ ଯବାନଙ୍କ ନିକଟ ସମ୍ପର୍କୀୟଙ୍କୁ ଚାକିରି ମଧ୍ୟ ମିଳିବ । ଏହି ଦୁର୍ଘଟଣାରେ ଆହତ ହୋଇଥିବା ଯବାନଙ୍କୁ ୧ ଲକ୍ଷ ଟଙ୍କା ଲେଖାଏଁ ସହାୟତା ପ୍ରଦାନ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଘୋଷଣା କରିଛନ୍ତି ।

ସୂଚନାଯୋଗ୍ୟ, ଆଜି ସକାଳେ ୪୯ ନମ୍ବର ଜାତୀୟ ରାଜପଥରେ ଏକ ପୁଲିସ ଭ୍ୟାନ ସହ ଏକ ଟ୍ରକ ମୁହାଁମୁହିଁ ଧକ୍କା ହୋଇଥିଲା । ଏଥିରେ ଏସଓଏପି ୨ୟ ବାଟାଲିୟନର ଏସ.ପନ୍ଥ ଓ ୨ୟ ଏସଏସ ବାଟାଲିୟନର ପ୍ରଶାନ୍ତ ବେହେରା ପ୍ରାଣ ହରାଇଥିଲେ ଓ ୩୦ ଜଣ ଯବାନ ଆହତ ହୋଇଥିଲେ । ଏହି ପୁଲିସ ଭ୍ୟାନଟି ଯବାନମାନଙ୍କୁ ନେଇ ଝାରସୁଗୁଡାରୁ ବନହରପାଲୀରେ ଅନୁଷ୍ଠିତ ହେବାକୁ ଥିବା ମୁଖ୍ୟମନ୍ତ୍ରୀ କାର୍ଯ୍ୟକ୍ରମକୁ ଯାଉଥିଲା ।

Hot this week

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣା

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣ ଚନ୍ଦ୍ରଶେଖରପୁର,...

ରାଜ୍ୟସଭାରେ ସାଂସଦ ସୁଜିତ କୁମାରଙ୍କ ପ୍ରସ୍ତାବ ପାଠ୍ୟପୁସ୍ତକ, ସରକାରୀ ୱେବସାଇଟରୁ ‘ଲର୍ଡ’ ଶଦ୍ଦକୁ ବାଦ୍‍ ଦିଆଯାଉ

ନୂଆଦିଲ୍ଲୀ,: ବ୍ରିଟିଶ ଗଭର୍ଣ୍ଣର ଜେନେରାଲ ଏବଂ ଭାଇସରୟଙ୍କ ଉଦେଶ୍ୟରେ ବ୍ୟବହାର ହେଉଥିବା...

ଆଠଗଡ଼ର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଡଃ ରାଧାନାଥ ଜୟନ୍ତୀ ପାଳିତ

ସମାଜ ନ୍ୟୁଜ ଡେସ୍କ- ଆଠଗଡର ସର୍ବପୁରାତନ ପିଏମଶ୍ରୀ ବିଶ୍ଵନାଥ ବିଦ୍ୟାପୀଠରେ ବିଶିଷ୍ଟ...

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

Related Articles

Popular Categories