www.samajalive.in
Tuesday, December 9, 2025
15.1 C
Bhubaneswar

ଉପେନ୍ଦ୍ର ତ୍ରିପାଠୀ ଆଦର୍ଶ ବିଦ୍ୟାଳୟ ସଂଗଠନ ଉପଦେଷ୍ଟା

ଭୁବନେଶ୍ବର: ଆଜି ଉପେନ୍ଦ୍ର ତ୍ରିପାଠୀଙ୍କୁ ଆଦର୍ଶ ବିଦ୍ୟାଳୟ ସଂଗଠନର ଉପଦେଷ୍ଟା ଭାବେ ନିଯୁକ୍ତି ଦିଆଯାଇଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କର୍ଣ୍ଣାଟକ କ୍ୟାଡର ଅବସରପ୍ରାପ୍ତ ଆଇଏଏସ ଉପେନ୍ଦ୍ର ତ୍ରିପାଠୀଙ୍କୁ ଆଦର୍ଶ ବିଦ୍ୟାଳୟ ସଂଗଠନର ଉପଦେଷ୍ଟା ଭାବେ ନିଯୁକ୍ତି ଦେଇଛନ୍ତି। ଉପେନ୍ଦ୍ର ତ୍ରିପାଠୀ ଆଦର୍ଶ ବିଦ୍ୟାଳୟ ସଂଗଠନର ଉପଦେଷ୍ଟା ସହ ପରିଚାଳନା କମିଟି ଅଧ୍ୟକ୍ଷ ରହିବେ ଏବଂ ତାଙ୍କୁ ରାଷ୍ଟ୍ରମନ୍ତ୍ରୀ ପାହ୍ୟା ମିଳିବ। ଶିକ୍ଷା କ୍ଷେତ୍ରରେ ମୁଖ୍ୟମନ୍ତ୍ରୀଙ୍କୁ ପରାମର୍ଶ ଦେବେ ଉପେନ୍ଦ୍ର ତ୍ରିପାଠୀ।

ବର୍ତ୍ତମାନ ଶ୍ରୀ ତ୍ରିପାଠୀ ମୁଖ୍ୟମନ୍ତ୍ରୀଙ୍କ ପ୍ରମୁଖ ଉପଦେଷ୍ଟା (ଶିକ୍ଷା) ଭାବେ କାର୍ଯ୍ୟ କରୁଛନ୍ତି । ୧୯୮୦ ବ୍ୟାଚ କର୍ଣ୍ଣାଟକ କ୍ୟାଡରର ଆଇଏଏସ୍ ହେଉଛନ୍ତି ଉପେନ୍ଦ୍ର ତ୍ରିପାଠୀ । ପୂର୍ବରୁ ଆଦର୍ଶ ବିଦ୍ୟାଳୟ ସଂଗଠନ ନେଇ ତାଙ୍କର ଅଭିଜ୍ଞତା ରହିଛି । କର୍ଣ୍ଣାଟକରେ ଗୁଣାତ୍ମକ ଶିକ୍ଷାର ବିକାଶ ଦିଗରେ ସେ ପୂର୍ବରୁ କାର୍ଯ୍ୟ କରିଛନ୍ତି । ସୂଚନା ଯୋଗ୍ୟ ଯେ, ଗତ ଜୁନ୍ ୩ ତାରିଖରେ ତତ୍କାଳୀନ ଉପଦେଷ୍ଟ ବିଜୟ କୁମାର ସାହୁଙ୍କ କରୋନାରେ ପରଲୋକ ହୋଇଯିବା ପରେ ଏହି ପଦବି ଖାଲି ରହିଥିଲା।

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories