www.samajalive.in
Thursday, December 11, 2025
14.1 C
Bhubaneswar

ଜଟିଳ ମାଂସପେଶୀ ରୋଗର ଚିକିତ୍ସା: ବାଲେଶ୍ୱରର ୩ ରୋଗୀଙ୍କ ପାଇଁ ୩୦ ଲକ୍ଷ ଟଙ୍କା ମଞ୍ଜୁର କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ବାଲେଶ୍ୱର ଜିଲାର ତିନିଜଣ ରୋଗୀ ଯଥା ଖନ୍ତାପଡାର କିରଣ କୁମାର ମଲ୍ଲିକ, ଖନ୍ତାପଡାର ସୁରଜ କୁମାର ମଲ୍ଲିକ ଏବଂ ସିମୁଳିଆର ବିଦ୍ୟାଂଶୁ ଦୀକ୍ଷିତ ଜଟିଳ ମାଂସପେଶୀ ରୋଗ (ଡକେନ୍‌ ମସ୍କ୍ୟୁଲାର ଡିଷ୍ଟ୍ରୋଫି) ପୀଡିତ ଅଛନ୍ତି । ସେମାନଙ୍କ ଉତ୍ତମ ଚିକିତ୍ସା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍ ପାଣ୍ଠିରୁ ୩୦ ଲକ୍ଷ ଟଙ୍କା ମଞ୍ଜୁର କରିଛନ୍ତି। ଉପରୋକ୍ତ ୩ଜଣ ରୋଗୀଙ୍କୁ ପ୍ରତ୍ୟେକ ଏକକାଳୀନ ୧୦ ଲକ୍ଷ ଟଙ୍କା ଲେଖାଏଁ ସହାୟତା ମଞ୍ଜୁର କରାଯାଇଛି।

ସୂଚନାଯୋଗ୍ୟ ଯେ ଜଟିଳ ମାଂସପେଶୀ ରୋଗର ଚିକିତ୍ସା ଅତ୍ୟନ୍ତ ବ୍ୟୟବହୁଳ ଅଟେ। ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ମିଳିଥିବା ଅର୍ଥରେ ଖନ୍ତାପଡାର କିରଣ କୁମାର ମଲ୍ଲିକ, ଖନ୍ତାପଡାର ସୁରଜ କୁମାର ମଲ୍ଲିକ ଏବଂ ସିମୁଳିଆର ବିଦ୍ୟାଂଶୁ ଦୀକ୍ଷିତ ଜଟିଳ ମାଂସପେଶୀ ରୋଗର ଚିକିତ୍ସା ପାଇଁ ଖର୍ଚ୍ଚ କରିପାରିବେ ଏବଂ ସୁସ୍ଥ ହୋଇ ଘରକୁ ଫେରିବେ ବୋଲି ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି।

Hot this week

ଚିନ୍ତାକଳ୍ପ : ଗୁଣଗ୍ରାହିତା

ଆବ୍ରାହମ ଲିଙ୍କନ, ଆମେରିକାର ଲୋକପ୍ରିୟ ରାଷ୍ଟ୍ରପତିଙ୍କ ମଧ୍ୟରୁ ଅଗ୍ରଗଣ୍ୟ। ଆଜି ମଧ୍ୟ...

ରାଉରକେଲା ସବୁଠୁ ଥଣ୍ଡା ସହର

ଭୁବନେଶ୍ବର: ଉତ୍ତର-ପଶ୍ଚିମ ଦିଗରୁ ରାଜ୍ୟକୁ ଥଣ୍ଡା ଶୁଷ୍କ ବାୟୁ ପ୍ରବାହିତ ହେଉଛି।...

ସମ୍ପାଦକୀୟ : ବିଯୋଗ ଅଧିକାର

ଶାନ୍ତି ଛଡ଼ାଇ ନ ନେଉ କର୍ପୋରେଟ ଜଗତ ଭାରତୀୟ ସଂସଦରେ ଏକ ଗୁରୁତ୍ୱପୂର୍ଣ୍ଣ...

ସମ୍ପାଦକୀୟ : ମାଲକାନଗିରି ହିଂସା

ଭୂମିପୁତ୍ରଙ୍କ ଦୁଃଖ ଦୂରହେଉ ମାଲକାନଗିରି ଜିଲାର ଏମ୍‌ଭି -୨୬ ଗାଁରେ ଘଟିଥିବା ହିଂସାକାଣ୍ଡ...

ଆଜିର : ରାଶିଫଳ,ଦିନଟି ସୁଖସମୃଦ୍ଧିପୂର୍ଣ୍ଣ ହେବ

ମେଷ : କୁତ୍ସିତ ସଙ୍ଗ ପରିତ୍ୟାଗ କରି ସତ୍‌ସଙ୍ଗୀ ହେବାକୁ ଉଦ୍ୟମ...

Related Articles

Popular Categories