www.samajalive.in
Friday, December 12, 2025
23.1 C
Bhubaneswar

ବରିଷ୍ଠ ନାଗରିକ ତୀର୍ଥଯାତ୍ରାର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବରିଷ୍ଠ ନାଗିରକ ତୀର୍ଥଯାତ୍ରା ଯୋଜନା ଅନ୍ତର୍ଗତ ଚଳିତ ବର୍ଷର ଅଷ୍ଟମ ପର୍ଯ୍ୟାୟ ଟ୍ରେନ୍‌ ଯାତ୍ରାର ଶୁଭାରମ୍ଭ କରିଛନ୍ତି । ଚଳିତ ବର୍ଷର ଅଷ୍ଟମ ପର୍ଯ୍ୟାୟରେ ପୁରୀ, ଖୋର୍ଦ୍ଧା, ଢେଙ୍କାନାଳ, ଜଗତସିଂହପୁର, କଟକ ଓ କେନ୍ଦ୍ରାପଡ଼ାର ବରିଷ୍ଠ ନାଗରିକମାନେ ଏହି ଯାତ୍ରାରେ ସାମିଲ ହୋଇ ତିରୁପତି ଓ ଭେଲୋର ଯାତ୍ରା କରିଛନ୍ତି। ଏକ ଭିଡ଼ିଓ ବାର୍ତ୍ତାରେ ମୁଖ୍ୟମନ୍ତ୍ରୀ ସେମାନଙ୍କୁ ଶୁଭକାମନା ଜଣାଇବା ସହ ବିଭିନ୍ନ ଅଞ୍ଚଳର ସଂସ୍କୃତି ଓ ତୀର୍ଥସ୍ଥଳ ସଂପର୍କରେ ଏହା ଦ୍ୱାରା ଜାଣିହେବ ବୋଲି କହିଥିଲେ।

୨୦୧୬ ମସିହାରୁ ଆରମ୍ଭ ହୋଇଥିବା ଏହି ଯୋଜନାରେ ଅଦ୍ୟାବଧି ରାଜ୍ୟର ପ୍ରାୟ ୨୭ ହଜାରରୁ ଅଧିକ ବରିଷ୍ଠ ନାଗରିକ ସାମିଲ ହୋଇ ଦେଶର ବିଭିନ୍ନ ତୀର୍ଥସ୍ଥାନ ଭ୍ରମଣ କରି ଆଧ୍ୟାତ୍ମିକତା ଅନୁଭବ କରିଥିବାର ସେ କହିଥିଲେ। ରାଜ୍ୟ ସରକାର ବରିଷ୍ଠ ନାଗରିକମାନଙ୍କ ନିମନ୍ତେ ବିଭିନ୍ନ ଯୋଜନା କାର୍ଯ୍ୟକାରୀ କରିଥିବା ମୁଖ୍ୟମନ୍ତ୍ରୀ ତାଙ୍କ ବାର୍ତ୍ତାରେ ଉଲ୍ଲେଖ କରିଥିଲେ। ଏହି ତୀର୍ଥଯାତ୍ରା ମାଧ୍ୟମରେ ପାରସ୍ପରିକ ସଦ୍‌ଭାବ ଏବଂ ଜାତୀୟ ସଂହତି ବଜାୟ ରହିବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ।

- Advertisement -

ଏହି ଅବସରରେ ଭୁବନେଶ୍ୱରର ରେଳ ଷ୍ଟେସନ୍‌ରେ ଆୟୋଜିତ ଶୁଭାରମ୍ଭ କାର୍ଯ୍ୟକ୍ରମରେ ଇସ୍ପାତ ଓ ଖଣି, ପୂର୍ତ୍ତ ମନ୍ତ୍ରୀ ପ୍ରଫୁଲ୍ଲ କୁମାର ମଲ୍ଲିକ, ପର୍ଯ୍ୟଟନ, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ମନ୍ତ୍ରୀ ଅଶ୍ୱିନୀ କୁମାର ପାତ୍ର, ଭୁବନେଶ୍ୱର ମେୟର ସୁଲୋଚନା ଦାସ, ଓଡ଼ିଶା ପର୍ଯ୍ୟଟନ ଉନ୍ନୟନ ନିଗମର ଅଧ୍ୟକ୍ଷ ଡ. ଲେନିନ୍‌ ମହାନ୍ତି, ବରିଷ୍ଠ ନାଗରିକ ତୀର୍ଥଯାତ୍ରା ଯୋଜନାର ଉପଦେଷ୍ଟା ଦୁର୍ଗାପ୍ରସାଦ ସାମନ୍ତରାୟ, ପର୍ଯ୍ୟଟନ ବିଭାଗ ଅତିରିକ୍ତ ଶାସନ ସଚିବ ବାଳମୁକୁନ୍ଦ ଭୂୟାଁ ପ୍ରମୁଖ ଉପସ୍ଥିତ ରହି ତୀର୍ଥଯାତ୍ରୀମାନଙ୍କୁ ଶୁଭକାମନା ଜଣାଇବା ସହ ଏହା ଦ୍ୱାରା ବରିଷ୍ଠ ନାଗରିକମାନଙ୍କର ସ୍ୱପ୍ନ ପୂରଣ ହେବା ସହ ବିଭିନ୍ନ ତୀର୍ଥସ୍ଥାନ ବୁଲିବାର ସୁଯୋଗ ପାଇପାରୁଛନ୍ତି ବୋଲି ସେମାନେ କହିଥିଲେ।

ଆଜିର ଏହି ଅଷ୍ଟମ ପର୍ଯ୍ୟାୟ ଯାତ୍ରାରେ ୬ଟି ଜିଲ୍ଲାର ୯୬୦ ଜଣ ତୀର୍ଥଯାତ୍ରୀ ଏବଂ ୪୦ ଜଣ ଅଧିକାରୀ ସାମିଲ ଅଛନ୍ତି। ସେମାନେ ତିରୁପତି ଓ ଭୋଲାରରେ ତୀର୍ଥ କରି ଆସନ୍ତା ୧୩ ତାରିଖରେ ଭୁବନେଶ୍ୱରଠାରେ ପହଞ୍ଚିବେ। ଏ ପର୍ଯ୍ୟନ୍ତ ଆଇଆର୍‌ସିଟିସି ସହଯୋଗରେ ୨୭ଟି ଯାତ୍ରାରେ ୨୭ ହଜାର ଦେଶର ବିଭିନ୍ନ ତୀର୍ଥସ୍ଥାନକୁ ଯାତ୍ରା କରିଛନ୍ତି।

ଏହି ଯାତ୍ରା ଶୁଭାରମ୍ଭ ସମୟରେ ପର୍ଯ୍ୟଟନ ବିଭାଗ ଯୁଗ୍ମ ଶାସନ ସଚିବ ସରୋଜ କୁମାର ସ୍ୱାଇଁ, ଭୁବନେଶ୍ୱରର ଅତିରିକ୍ତ ଜିଲାପାଳ ରୁଦ୍ରନାରାୟଣ ମହାନ୍ତି, ଖୋର୍ଦ୍ଧା ଅତିରିକ୍ତ ଜିଲାପାଳ ସାଫଲ୍ୟମଣ୍ଡିତ ପ୍ରଧାନ, ପ୍ରତାପ ଚନ୍ଦ୍ର ବେଉରା, ଭୁବନେଶ୍ୱର ଉପଜିଲ୍ଲାପାଳ ଚିନ୍ମୟ ଆଚାର୍ଯ୍ୟ ପର୍ଯ୍ୟଟନ ବିଭାଗ ଅତିରିକ୍ତ ନିର୍ଦ୍ଦେଶକ ବିଶ୍ୱଜିତ ରାଉତରାୟ, ସରୋଜ କୁମାର ଜେନା ଓ ପ୍ରସନ୍ନ କୁମାର ପଟେଲ ଏବଂ ବିଭାଗୀୟ ବରିଷ୍ଠ ଅଧିକାରୀ ପ୍ରମୁଖ ଉପସ୍ଥିତ ଥିଲେ। ସୂଚନା ଓ ଲୋକସଂପର୍କ ବିଭାଗର ଉପ ନିର୍ଦ୍ଦେଶକ ଶ୍ରୀମତୀ ସୁଚେତା ପ୍ରିୟଦର୍ଶିନୀ କାର୍ଯ୍ୟକ୍ରମ ସଂଚାଳନ କରିଥିଲେ।

Hot this week

ଏସ୍‌ଆଇଆର ପ୍ରସଙ୍ଗରେ ମମତାଙ୍କ ଧମକ

ତାଲିକାରୁ ଗୋଟିଏ ନାଁ ବାଦ ପଡ଼ିଲେ ବିଦ୍ରୋହ କଲକାତା : ନିର୍ବାଚନ କମିସନ...

ଜାପାନରେ ୬.୭ ତୀବ୍ରତାର ଭୂକମ୍ପ : ସୁନାମି ସତର୍କତା ଜାରି

ଟୋକିଓ : ଆଜି ସକାଳେ ଜାପାନର ଉତ୍ତର ପୂର୍ବ ଉପକୂଳରେ ଶକ୍ତିଶାଳୀ...

ପାକ୍‌ ମାଛଧରା ବୋଟ ଜବତ, ୧୧ ଗିରଫ

ଅହମଦାବାଦ : ତଟରକ୍ଷୀ ବାହିନୀ ପକ୍ଷରୁ ବୁଧବାର ଗୁଜରାଟର ଊପକୂଳସ୍ଥ ଆରବ...

୬ମାସ ଦରମା ପାଇନାହାନ୍ତି ପାକିସ୍ତାନ ପୁଲିସ

କରାଚୀ : ପାକିସ୍ତାନର ଖାଇବର ପଖତୁନଖ୍ବା ପ୍ରଦେଶରେ ମୁତୟନ ଥିବା ସ୍ବତନ୍ତ୍ର...

ଘାଟିକୁ ଖସିଲା ଯାତ୍ରୀବାହୀ ବସ୍ , ଚାଲିଗଲା ୯ ଜୀବନ

ନୂଆଦିଲ୍ଲୀ: ଆନ୍ଧ୍ରପ୍ରଦେଶର ଆଲୁରି ସୀତାରାମ ରାଜୁ ଜିଲ୍ଲାରେ ମର୍ମନ୍ତୁଦ ସଡକ ଦୁର୍ଘଟଣା...

Related Articles

Popular Categories