www.samajalive.in
Sunday, December 7, 2025
18.1 C
Bhubaneswar

ମମତାଙ୍କୁ କଡା ସମାଲୋଚନା କଲେ ପ୍ରଭାତି: କହିଲେ ମହିଳାଙ୍କୁ ନିରାଶ କରିଛି ବୟାନ

ସମାଜ ଡିଜିଟାଲ ଡେସ୍କ: ପଶ୍ଚିମବଙ୍ଗ ଦୁର୍ଗାପୁରରେ ଜଣେ ଓଡ଼ିଶା ଏମବିବିଏସ୍‍ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ମାମଲାରେ ମମତା ବାନାର୍ଜୀଙ୍କ ବୟାନକୁ ନେଇ ରାଜନୀତି ଜୋର ଧରିଛି । ଓଡ଼ିଶାର ଉପମୁଖ୍ୟମନ୍ତ୍ରୀ ପ୍ରଭାତି ପରିଡା ମମତାଙ୍କୁ ଟାର୍ଗେଟ କରିବା ସହ କଡା ସମାଲୋଚନା କରିଛନ୍ତି ।


ପ୍ରଭାତି କହିଛନ୍ତି ମହିଳାଙ୍କୁ ନିରାଶ କରିଛି ମମତା ବାନାର୍ଜୀଙ୍କ ଭଳି ଜଣେ ମହିଳା ନେତୃତ୍ୱ ଓ ଦିଦି ନାମରେ ପରିଚିତ ପ୍ରାପ୍ତ ଜଣେ ମହିଳା ମୁଖ୍ୟମନ୍ତ୍ରୀଙ୍କ ମୁହଁରୁ –“ରାତିରେ ଝିଅମାନେ ବାହାରକୁ ଆସିବା ଉଚିତ ନୁହେଁ ମନ୍ତବ୍ୟ । କେବଳ ମୋତେ ନୁହେଁ ପଶ୍ଚିମ ବଙ୍ଗଳାରେ ଥିବା ଚାରିକୋଟି ନବେ ଲକ୍ଷ ମହିଳାମାନଙ୍କୁ ଆଶ୍ଚର୍ଯ୍ୟ ଓ ଅପମାନିତ କରିଛି । ପୀଡିତାକୁ ନ୍ୟାୟ ଦେବା ବଦଳରେ ଲିଙ୍ଗଭିତିକ ଅସମାନତା ଆଣିବା, ଝିଅମାନଙ୍କ ଅଧିକାର ଉପରେ ପ୍ରଶ୍ନ ଉଠାଇବାର ଅଧିକାର ମୁଖ୍ୟମନ୍ତ୍ରୀଙ୍କର ନାହିଁ । ଆଉ ଯଦି ଓଡ଼ିଆ ଝିଅ ପୀଡିତା ବୋଲି ଦରଦ ନାହିଁ, ଓଡ଼ିଶା ସରକାରଙ୍କୁ ଲେଖି ଦିଅନ୍ତୁ । ଆମ ପିଲାଙ୍କ କଥା ତୁମ ରାଜ୍ୟରେ ବି ଆମେ ବୁଛିପାରିବୁ । ଲଜ୍ଜାବୋଧ ନରହିବା ଅତ୍ୟନ୍ତ ନିନ୍ଦନୀୟ । ମହିଳା ମୁଖ୍ୟମନ୍ତ୍ରୀଙ୍କ ପାଖରୁ ଯଦି ସମବେଦନା, ସୁରକ୍ଷା, ଅଧିକାର ଝିଅମାନେ ଆଶା କରିବେନି ତାହାହେଲେ କରିବେ କାହାଠାରୁ ବୋଲି ପ୍ରଭାତି ପରିଡା ପ୍ରଶ୍ନ କରିଛନ୍ତି ।

Hot this week

ହାତୀ ପେଟରେ ଚାଷୀଙ୍କ ଫସଲ, ବନଖଣ୍ଡ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ଆଠଗଡ: ଆଠଗଡ଼ ବ୍ଲକ ଅନ୍ତର୍ଗତ କନ୍ଦରପୁର ଗ୍ରାମରେ ହାତୀପଲଙ୍କ ଉପଦ୍ରବରେ ଚାଷୀକୂଳ...

୩ ଶିଶୁଙ୍କ ସହ ୭ ଦାଦନ ଶ୍ରମିକ ଉଦ୍ଧାର, ୨ ଗିରଫ

କଣ୍ଟାବାଞ୍ଜି: ତୁରେକେଲା ପୁଲିସ ଶନିବାର ମଧ୍ୟ ରାତ୍ରରେ ହଳନଭଟା ଛକ ନିକଟରୁ...

ସ୍ମୃତି ମନ୍ଧାନାଙ୍କ ବିବାହ ଭାଙ୍ଗିଲା… ଏମିତି କହିଲେ ଏହି ଷ୍ଟାର କ୍ରିକେଟର

ସମାଜଲାଇଭ ଡେସ୍କ: ଭାରତୀୟ ମହିଳା କ୍ରିକେଟ ଦଳର ଷ୍ଟାର ଖେଳାଳି ସ୍ମୃତି...

ଶ୍ରୀମନ୍ଦିରରେ ସ୍ବତନ୍ତ୍ର ଦର୍ଶନ ବ୍ୟବସ୍ଥା ଦାବି: ଗୁଣ୍ଡିଚା ମନ୍ଦିର ଆଗରେ ଧାରଣା ଦେଲେ ପୁରୀବାସୀ

ଶ୍ରୀମନ୍ଦିରରେ ସ୍ବତନ୍ତ୍ର ଦର୍ଶନ ବ୍ୟବସ୍ଥା କର। ଶ୍ରଦ୍ଧାଳୁ ସୁରୁଖୁରୁରେ କିପରି ମହାପ୍ରଭୁଙ୍କ...

ବାଇକକୁ ଧକ୍କା ଦେଲା ଟ୍ରାକ୍ଟର: ୨ ବନ୍ଧୁ ମୃତ, ଜଣେ ଗୁରୁତର

ବାଣପୁର: ବାଣପୁର ଥାନା ବେଙ୍ଗରାଜପଲ୍ଲୀ ନିକଟରେ ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣାରେ...

Related Articles

Popular Categories